ରାଜ୍ୟ କ୍ୟାବିନେଟ୍‌: ଜାଣନ୍ତୁ କେବେହେବ ସୁଭଦ୍ରା ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର,୧୦।୭(ଅନିଲ ଦାସ): ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ବୁଧବାର ପୂର୍ବାହ୍ନ ୧୧ଟା ୩୦ ମିନିଟରେ ଲୋକସେବା ଭବନରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ମୋଟ ୫ଟି ପ୍ରସ୍ତାବ ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି। ରାଜ୍ୟ ସରକାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ଦିବସ ଅର୍ଥାତ୍‌ ଆସନ୍ତା ସେପ୍ଟେମ୍ବର ୧୭ ତାରିଖରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବାକୁ ଘୋଷଣା କରିଛନ୍ତି। କ୍ୟାବିନେଟ୍‌ରେ ସୁଭଦ୍ରା ଯୋଜନା ପାଇଁ ପ୍ରସ୍ତୁତ ଗାଇଡ୍‌ଲାଇନକୁ ଅନୁମୋଦନ ମିଳିପାରେ। ଏହାଛଡ଼ା ଜଳସମ୍ପଦ, ସଂସଦୀୟ ବ୍ୟାପାର, ମହିଳା ଓ ଶିଶୁ ବିକାଶ, କୃଷି ବିଭାଗ ସମେତ ଅନ୍ୟ କିଛି ବିଭାଗର ପ୍ରସ୍ତାବକୁ ଅନୁମୋଦନ ମିଳିବା ସମ୍ଭାବନା ରହିଛି। ତେବେ କ୍ୟାବିନେଟ୍‌ରେ ଉପସ୍ଥାପନ ହେବାକୁ ଥିବା ପ୍ରସ୍ତାବଗୁଡ଼ିକୁ ଗୁପ୍ତ ରଖାଯାଇଛି।
ଏଠାରେ ଉଲ୍ଲେଖଯୋଗ୍ୟ ଯେ ଭାଜପା ଓଡ଼ିଶାରେ କ୍ଷମତାକୁ ଆସିବା ପରେ ଜୁନ୍‌ ୧୨ ତାରିଖରେ ପ୍ରଥମ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ସୁଭଦ୍ରା ଯୋଜନା ସମେତ କୃଷକ ସମୃଦ୍ଧି ଯୋଜନା, ଶ୍ରୀଜଗନ୍ନାଥ ମନ୍ଦିର ରକ୍ଷଣାବେକ୍ଷଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ୫୦୦ କୋଟିର କର୍ପସ ଫଣ୍ଡ ଗଠନ ଏବଂ କୃଷକମାନଙ୍କୁ ଧାନ କୁଇଣ୍ଟାଲ ପିଛା ୩୧୦୦ ଟଙ୍କା ବୋନସ ଦେବା ଆଦି ୪ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଦ୍ଦିକ ପାଣ୍ଡ୍ୟା ଖେଳିବେ RCB ବିପକ୍ଷ ମ୍ୟାଚ୍‌, ମୁମ୍ବାଇ ଶିବିରରୁ ବଡ଼ ଖବର

ରାୟପୁର,୬।୫: ପିଠିରେ ଯନ୍ତ୍ରଣା ଯୋଗୁ ଲକ୍ଷ୍ନୌ ବିପକ୍ଷ ମ୍ୟାଚ୍‌ରୁ ବାଦ ପଡ଼ିଥିବା ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଏବେ ସମ୍ପୂର୍ଣ୍ଣ ଫିଟଥିବା ଜଣାପଡ଼ିଛି। ରବିବାର ଦିନ…

ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ, ୧୦ ବେଳକୁ ହେବ….

ଭୁବନେଶ୍ବର,୬ା୫: ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏକ ମଡେଲ୍ ଅନୁଯାୟୀ ୧୦ରେ ଲଘୁଚାପ ଦାନା ବାନ୍ଧିବାର ସମ୍ଭାବନା ରହିଛି । ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳରେ…

ପାରିବାରିକ ହିଂସା; ମଉସାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ବନ୍ଧାହେଲେ ପୁତୁରା

ଦିଗପହଣ୍ଡି,୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମର ଏସ.ପୁନିଆ ରେଡ୍ଡୀ(୬୮) ଙ୍କୁ ତାଙ୍କ ପୁତୁରା ଏସ. ସିମାଞ୍ଚଳ ରେଡ୍ଡୀ ପାରିବାରିକ ବିବାଦକୁ କେନ୍ଦ୍ରକରି…

ଚିଚୈଗୁଡା ମଣ୍ଡି ନିର୍ମାଣ କାମରେ ଅନିୟମିତତା, ଉପଜିଲାପାଳଙ୍କୁ ଲିଖିତ ଅଭିଯୋଗ

ଜୁନାଗଡ଼,୬।୫(ସୁନୀଲ କୁମାର ସିଂହ): ଧାନ ମଣ୍ଡି ନିର୍ମାଣ ନାମରେ ଚାଷୀଙ୍କ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ କିଛି ଅସାଧୁ ଠିକାଦାର…

ଶୁଦ୍ଧି ହେଲେ ଜିତୁ ମୁଣ୍ଡା; ଭଉଣୀଙ୍କ ସମାଧି କରି ଜାତି ଭାଇଙ୍କୁ ଭୋଜି ଦେଲେ, ସହାୟତାର ହାତ ବଢ଼ାଇଲେ ମନ୍ତ୍ରୀ

ପାଟଣା,୬ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଡ଼ିଆନାଳୀ ଗ୍ରାମର ଜିତୁ ମୁଣ୍ଡା ବ୍ୟାଙ୍କରୁ ନିଜ ଭଉଣୀର ଜମା ଟଙ୍କା ପାଇବା ପାଇଁ ପ୍ରଚଣ୍ଡ ରୌଦ୍ର ତାପରେ ମଶାଣୀରୁ…

ଚୋରଙ୍କ ଟାର୍ଗେଟରେ ହନୁମାନ ମନ୍ଦିର, ମୁଖାପିନ୍ଧି ଆସି ଲୁଟିନେଲେ ସୁନା ରୂପା ସମେତ ଦାନ ହୁଣ୍ଡି

ଛତ୍ରପୁର,୬ା୫(ଦିଲ୍ଲୀପ ସାମଲ): ଠାକୁରଙ୍କୁ ବି ଛାଡିଲେନି ଦୁର୍ବୃତ୍ତ । ରାତି ଅଧରେ ମନ୍ଦିର ଭିତରେ ପଶି ଲୁଟିନେଲେ ସୁନା ରୁପା ଅଳଙ୍କାର ସମେତ ଦାନ ହୁଣ୍ଡି ।…

ପଥର ଖୋଲରେ ନାବାଳକ ଫସିବା ଘଟଣାରେ ଅଗ୍ନିଶମ ଡିଜିଙ୍କ ସୂଚନା; ବୈଷୟିକ ଚ୍ୟାଲେଞ୍ଜ୍‌, ଅଜଗର ପାଖରେ…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ନାବାଳକ ଫସିବା ଘଟଣା । ଦୀର୍ଘ ୧୦ ଘଣ୍ଟା ପରେ ଆଜି ଅପରାହ୍ନରେ…

ଗୋଡ଼ ଭାଙ୍ଗିଦେଲା ରୋହିତ ଶର୍ମାଙ୍କ ଶଟ୍‌, ମୁମ୍ବାଇ ଇଣ୍ଡିଆନ୍ସ ଅଭ୍ୟାସ ସମୟରେ ବଡ଼ ଅଘଟଣ,ଦେଖନ୍ତୁ Video

ମୁମ୍ବାଇ,୬।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL ୨୦୨୬)ରେ ମୁମ୍ବାଇ ଇଣ୍ଡିଆନ୍ସର ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା ଆଘାତ ଯୋଗୁ ୫ଟି ମ୍ୟାଚରୁ ବାହାରେ ରହିବା ପରେ ପଡ଼ିଆକୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri