ରାଜ୍ୟ କ୍ୟାବିନେଟ୍‌ ବୈଠକ: ୧୯ ପ୍ରସ୍ତାବ ଉପରେ ଲାଗିଲା ମୋହର

ଭୁବନେଶ୍ୱର,୧୧ା୮: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୯ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ଏଥିରେ ନୂଆ ଓଡ଼ିଶା ଯୋଜନାକୁ ମଞ୍ଜୁରୀ ମିଳିଛି। ଯୁବବର୍ଗଙ୍କ ପାଇଁ ନୂତନ ଦକ୍ଷତା ଏବଂ ଛାତ୍ରୀଛାତ୍ରଙ୍କ ପାଇଁ ଆଡ୍‌ ଅନ ସ୍କିଲ ପାଠ୍ୟକ୍ରମ, ଉଚ୍ଚ ଶିକ୍ଷିତ ଯୁବପିଢ଼ିଙ୍କ ପାଇଁ ଡିଜିଟାଲ-ଇ ପାଠ୍ୟକ୍ରମ ରଖାଯିବ। ଆସନ୍ତା ୩ ବର୍ଷ ମଧ୍ୟରେ ୧ ଲକ୍ଷ ଯୁବତୀ/ଯୁବକଙ୍କୁ ଦକ୍ଷ କରାଯିବା ନେଇ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଏଥିପାଇଁ ୩୮୫ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ବ୍ୟୟ ଅଟକଳ କରାଯାଇଛି। ଉନ୍ନତ ମାନର ପ୍ରଶିକ୍ଷଣ, ଶିଳ୍ପ ସଂଯୋଗକୁ ପ୍ରୋତ୍ସାହିତ, ନିଯୁକ୍ତି ଦକ୍ଷତା କ୍ଷେତ୍ରରେ ଏହା ସହାୟକ ହେବ। ମାଣ୍ଡିଆର ପ୍ରଚାର ପ୍ରସାର ପାଇଁ ସ୍ବତନ୍ତ୍ର ଯୋଜନା ଉପରେ ମଧ୍ୟ ମୋହର ଲାଗିଛି। ଓଡ଼ିଶା ମୋବାଇଲ ଟାଓ୍ବାର ଓ ଟେଲିଗ୍ରାଫ୍‌ ନୀତିରେ ସଂଶୋଧନକୁ ମଞ୍ଜୁରୀ ମିଳିଥିବା ବେଳେ ବ୍ୟାଙ୍କ ଶାଖା ନ ଥିବା ପଞ୍ଚାୟତକୁ ବ୍ୟାଙ୍କିଙ୍ଗ ସୁବିଧା ଯୋଗାଇ ଦିଆଯିବ। ରାଜ୍ୟର ୪୩୭୩ ପଞ୍ଚାୟତରେ ସିଏସ୍‌ପି ପ୍ଲସ୍‌ ବ୍ୟାଙ୍କିଙ୍ଗ ଆଉଟଲେଟ୍‌ ଖୋଲିବା ପ୍ରସ୍ତାବ ଉପରେ ମୋହର ବାଜିଛି। ଅସ୍ତରଙ୍ଗ, ଗୋପ, କାକଟପୁର, ଡେଲାଙ୍ଗ, ପୁରୀ ସଦର ଓ ସତ୍ୟବାଦୀରେ ପାନୀୟ ଜଳ ପ୍ରକଳ୍ପ ହେବା ନେଇ ଅନୁମୋଦିତ ହୋଇଛି। ସେହିପରି ନାଇଜର ପରିସରରେ କ୍ୟାନ୍‌ସର ହସ୍ପିଟାଲ ପ୍ରତିଷ୍ଠା ହେବ। ଏନେଇ ୪୮.୮୪୨ ଏକର ଜମି ସରକାର ପ୍ରଦାନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?