୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ସନ୍ଧ୍ୟା ୫ଟାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଏହି ଅବସରରେ ୬ଟି ବିଭାଗର ୯ରୁ ଊର୍ଦ୍ଧ୍ୱ ପ୍ରସ୍ତାବ ଉପରେ ମୋହର ବାଜିପାରେ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ସୂଚନା ଅନୁଯାୟୀ, ରାଜସ୍ବ, ପୂର୍ତ୍ତ, ଗ୍ରାମ୍ୟ ଉନ୍ନୟନ ଓ ଜଳସମ୍ପଦ, ପଞ୍ଚାୟତିରାଜ ଓ ଶିକ୍ଷା ବିଭାଗ ଭଳି ବିଭିନ୍ନ ବିଭାଗର ପ୍ରସ୍ତାବ ଉପସ୍ଥାପନ ହେବ ବୋଲି ଜଣାଯାଇଛି।
ସୂଚନାଯୋଗ୍ୟ, ରାଜ୍ୟର ବିକାଶକୁ ୨୦୩୬ ସୁଦ୍ଧା ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ଏହାକୁ ନେଇ ପ୍ରତ୍ୟେକ ବିଭାଗକୁ ଲୋକାଭିମୁଖୀ ଯୋଜନା କାର୍ଯ୍ୟକାରୀ କରିବା ସହ ପ୍ରତ୍ୟେକ ଜିଲାପାଳ ୨୫ଟି ଲେଖାଏ ନୂତନ ପ୍ରକଳ୍ପ କାର୍ଯ୍ୟକାରୀ କରିବାକୁ କୁହାଯାଇଛି। ସରକାରଙ୍କ ପକ୍ଷରୁ ବିଶେଷକରି କୃଷକ, ମହିଳା, ଯୁବବର୍ଗ, ଶିକ୍ଷା, ସ୍ବାସ୍ଥ୍ୟକୁ ଗୁରୁତ୍ୱ ଦେଇ ବିଭିନ୍ନ ଯୋଜନା ଓ କାର୍ଯ୍ୟପନ୍ଥା ଆପଣା ଯାଉଥିବାବେଳେ ଆଗାମୀ ରାଜ୍ୟ କ୍ୟାବିନେଟରେ କିପ୍ରକାର ପ୍ରସ୍ତାବ ରହିଛି ତାହା ଦେଖିବାର ରହିଛି।

 

Odisha’s No.1 Odia Daily

Share