୧୩ରେ ରାଜ୍ୟ କ୍ୟାବିନେଟ: ଆସିପାରେ ୮ରୁ ଅଧିକ ପ୍ରସ୍ତାବ

ଭୁବନେଶ୍ୱର,୯ା୮ (ରବିନାରାୟଣ ଜେନା):ଅଗଷ୍ଟ ୧୩ରେ ରାଜ୍ୟ କ୍ୟାବିନେଟ୍‌ର ୨୪ତମ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି କ୍ୟାବିନେଟ୍‌ ବୈଠକରେ ୭ ବିଭାଗର ୮ଟିରୁ ଊର୍ଦ୍ଧ୍ୱ ପ୍ରସ୍ତାବ ଆସିପାରେ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ସୂଚନା ଅନୁଯାୟୀ, ରାଜ୍ୟରେ ବନ୍ୟଜନ୍ତୁ ଓ ମଣିଷ ଲଢ଼େଇ ବୃଦ୍ଧି ପାଉଛି। ଜଙ୍ଗଲର ସୁରକ୍ଷା ସହିତ ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ଦୃଷ୍ଟିିରେ ରଖି ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ବିଭାଗ ପକ୍ଷରୁ ଆସିବାକୁ ରହିଛି। ଏହାସହିତ ରାଜସ୍ବ, ଅର୍ଥ, ଗୃହ ଓ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମଧ୍ୟ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଆସିପାରେ। ରାଜ୍ୟରେ ସମ୍ପ୍ରତି ଦେଖାଦେଇଥିବା ଆଇନଶୃଙ୍ଖଳା ସ୍ଥିତିକୁ କିଭଳି ନିୟନ୍ତ୍ରଣ କରାଯାଇପାରିବ ଏବଂ ମହିଳାଙ୍କୁ ସ୍ବାବଲମ୍ବୀ ସହିତ ବୃଦ୍ଧାବୃଦ୍ଧଙ୍କୁ ନିରାପତ୍ତା ବଳୟ ଭିତରକୁ ଅଣାଯାଇପାରିବ ସେନେଇ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ କ୍ୟାବିନେଟ୍‌ ବୈଠକ ମୋହର ମାରିବ ବୋଲି ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ହସ୍ପିଟାଲରେ ଅସ୍ତ୍ରୋପଚାରରେ ତ୍ରୁଟି: ମହିଳାଙ୍କ ଚାଲିଗଲା ଜୀବନ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନରେ ଥିବା ଜାରକାସ୍ଥିତ ଏକ ଘରୋଇ ହସ୍ପିଟାଲରେ ତ୍ରୁଟିଜନିତ ଅସ୍ତ୍ରୋପଚାର ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା...

ୟୁଟ୍ୟୁବରୁ ଶିଖି ୫ ଏକର ଜମି କଲେ ଚାଷ: ଦୁଇମାସରେ…

ଭବାନୀପାଟଣା,୯ା୧୨(ଉତ୍ତମ କୁମାର ଦାଶ):ନେପିଆର୍‌ ଘାସ ଚାଷ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ସିକେରଗୁଡା ଗାଁର ଅଜିତ ପ୍ରଧାନଙ୍କୁ ସ୍ବାବଲମ୍ବୀ କରିଛି। ଏଥିରେ ସେ ଆତ୍ମ...

ବିମାନରେ ଗୀତା ପଢିଲେ ରୁଷିଆ ରାଷ୍ଟ୍ରପତି, ବନ୍ଧୁଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଦେଇଥିଲେ ବିଶେଷ ଉପହାର

ମସ୍କେ/ନୂଆଦିଲ୍ଲୀ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସମ୍ପ୍ରତି ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରିଛନ୍ତି। ତାଙ୍କ ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ...

ଆଦର୍ଶ ବିଦ୍ୟାଳୟରେ ପାଠପଢ଼ା ସହ ଖାଦ୍ୟ ସମସ୍ୟା, ତେଜିଲେ ଅଭିଭାବକ

ଅତାବିରା,୯ା୧୨(ଯୁଧିଷ୍ଠିର ମହାପାତ୍ର):ଅତାବିରା ଏନ୍‌ଏସି ଅନ୍ତର୍ଗତ ଭୋଇପୁରା ଆଦର୍ଶ ବିଦ୍ୟାଳୟରେ ପିଲାଙ୍କ ପାଠପଢ଼ାରେ ବ୍ୟାଘାତ ହେବା ସହିତ ରନ୍ଧା ଖାଦ୍ୟ ସମସ୍ୟା ଦେଖାଦେଇଛି। ସୋମବାର କେତେକ ପିଲାମାନେ...

ପିତୃତ୍ୱ ପାଇଁ ଜନ୍ମ ସାର୍ଟିଫିକେଟ ନୁହେଁ ବାଧକ: ଶିଶୁପୁତ୍ର ହସ୍ତାନ୍ତର ପାଇଁ ଅଜାଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୯ା୧୨(କାର୍ତ୍ତିକ ସାହୁ): ପିତୃତ୍ୱର ପ୍ରମାଣ ପାଇଁ ଜନ୍ମ ସାର୍ଟିଫିକେଟ ବାଧକ ନୁହେଁ। ଶିଶୁପୁତ୍ରର ଜନ୍ମ ସାର୍ଟିଫିକେଟ ଦାଖଲ କରି ନ ପାରିବା କାରଣରୁ ଜନ୍ମିତ ପିତାଙ୍କୁ...

ଆନ୍ଧ୍ରର ଚକ୍ରାନ୍ତ: ଓଡ଼ିଶା ଯୋଜନାକୁ ସୀମାନ୍ତବର୍ତ୍ତୀ ୭ ଗାଁର ବର୍ଜନ ନିଷ୍ପତ୍ତି

ପଟ୍ଟାଙ୍ଗି,୯ା୧୨(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତ ଫାଟୁସିନେରୀ ଗ୍ରାମ ନିକଟ ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ୭ ଗ୍ରାମର ମୁଖିଆ...

୪୨ବର୍ଷ ପରେ ମନ୍ଦିରକୁ ଫେରିବ ବିରଳ ପ୍ରାଚୀନ ମୂର୍ତ୍ତି: ଉଦ୍ଧାର ପରେ ସିବିଆଇ ମାଲଖାନାରେ…

ସୋନପୁର,୯ା୧୨(ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ସହର ଗୋପାଳଜୀ ମନ୍ଦିରରୁ ଚୋରି ହୋଇ ଦୀର୍ଘ ୪୨ବର୍ଷ ସିବିଆଇ ମାଲଖାନାରେ ଥିବା ୧୨ ବିରଳ ପ୍ରାଚୀନ ମୂର୍ତ୍ତି ପୁଣି ମନ୍ଦିରକୁ ଫେରିବ।...

ପୁଟିନଙ୍କ ଭାରତ ଗସ୍ତକୁ ନେଇ ଚାଇନା ଦେଲା ଏମିତି ପ୍ରତିକ୍ରିୟା ଆମେରିକାକୁ ଲାଗିବ ବଡ଼ ଝଟକା

ବେଜିଂ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସାମ୍ପ୍ରତିକ ଭାରତ ଗସ୍ତ ପ୍ରତି ଚାଇନା ଏକ ସକାରାତ୍ମକ ମନୋଭାବ ପ୍ରକାଶ କରିଛି, କହିଛି ଯେ ଭାରତ, ଚାଇନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri