୨୦ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୧୪ା୫(ରବିନାରାୟଣ ଜେନା):ଓଡ଼ିଶାର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ମେ’ ୨୦ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ଅପରାହ୍ନ ୫ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁଥିବା କ୍ୟାବିନେଟ୍‌ ବୈଠକରେ ପ୍ରାୟ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହେବା ସହ ଅନୁମୋଦନ ଦିଆଯିବ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାଯାଇଛି।
ସୂଚନା ଅନୁଯାୟୀ, ୨୦୩୬ ସୁଦ୍ଧା ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ଏହାକୁ ନେଇ ଗତ ୨୩ ମାସ ମଧ୍ୟରେ ସରକାର ବହୁବିଧ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହିତ ତାହାକୁ କାର୍ଯ୍ୟକାରୀ କରିଛନ୍ତି। ହେଲେ ବିକଶିତ ଓଡ଼ିଶା ତଥା ବିକଶିତ ଭାରତ ପାଇଁ ସବୁ ବିଭାଗ ପକ୍ଷରୁ ଏବେ ଦୀର୍ଘସୂତ୍ରୀ କାର୍ଯ୍ୟକ୍ରମ ଏବଂ ଯୋଜନାକୁ ଗୁରୁତ୍ୱ ଦିଆଯାଉଛି। ଏହି ପରିପ୍ରେକ୍ଷୀରେ ଅନୁସୂଚିତ ଜନଜାତି ବର୍ଗଙ୍କ ହିତକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଉକ୍ତ କ୍ୟାବିନେଟ୍‌ରେ ‘ପେସା’ ଆଇନ ପ୍ରସ୍ତାବ ଆଣିପାରନ୍ତି। ଏହାକୁ କାର୍ଯ୍ୟକାରୀ କରିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଥିବା ନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ନିକଟରେ ଗଣମାଧ୍ୟମକୁ କହିଥିଲେ। ସେହିପରି ଶକ୍ତି, ରାଜସ୍ବ, ନଗର ଉନ୍ନୟନ, ସାଧାରଣ ପ୍ରଶାସନ ଓ ଅର୍ଥ ବିଭାଗ ଭଳି ବିଭିନ୍ନ ବିଭାଗ ପକ୍ଷରୁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ରାଜ୍ୟ କ୍ୟାବିନେଟ୍‌ରେ ଆସିବାକୁ ରହିଥିବା ଜଣାଯାଇଛି। ଏସଂକ୍ରାନ୍ତରେ ବୁଧବାର ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟଙ୍କୁ ପତ୍ର ମାଧ୍ୟମରେ ଅବଗତ କରାଯାଇଥିବା ଜଣାପଡ଼ିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

ବ୍ୟବସ୍ଥିତ ଏସ୍‌.ଆଇ.ଆର୍ ପ୍ରକ୍ରିୟାରେ ଯୋଗ୍ୟ ଭୋଟରଙ୍କ ଅନ୍ତର୍ଭୁକ୍ତି ସୁନିଶ୍ଚିତ

ଛତ୍ରପୁର, ୩୦୬ (ଦିଲ୍ଲୀପ ସାମଲ): ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା, ନିର୍ଭୁଲତା ଓ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍) କାର୍ଯ୍ୟକ୍ରମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri