ରାଜ୍ୟ, କେନ୍ଦ୍ର ସରକାର ସବୁକ୍ଷେତ୍ରରେ ବିଫଳ: କଂଗ୍ରେସ

ଅମରପାଲି, ୧୯।୬(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା କଂଗ୍ରେସ ତରଫରୁ ନବସଂକଳ୍ପ ଶିବିରର ଜିଲାସ୍ତରୀୟ କର୍ମଶାଳା ଶନିବାର ବୀରମହାରାଜପୁର କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ବୀରମହାରାଜପୁର ବ୍ଲକ କଂଗ୍ରେସ କମିଟି ସଭାପତି ବସନ୍ତ ମହାକୁଡ଼ ଉକ୍ତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ। ଶିବିରରେ ଜିଲାର କଂଗ୍ରେସ କର୍ମୀ ଓ ପ୍ରମୁଖ କାର୍ଯ୍ୟକର୍ତ୍ତା ଯୋଗଦେଇ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ସବୁକ୍ଷେତ୍ରରେ ବିଫଳତା ଯୋଗୁ ସାଧାରଣ ଲୋକେ ହଇରାଣ ହେଉଥିବା ମତପ୍ରକାଶ କରିଥିଲେ। ରାଜ୍ୟ ସରକାରଙ୍କ ଏକଚାଟିଆ ଶାସନ, ଆଇନଶୃଙ୍ଖଳା ବିଫଳତା ଏବଂ କେନ୍ଦ୍ର ସରକାରଙ୍କ ମିଥ୍ୟା ପ୍ରତିଶ୍ରୁତିି, ଦରଦାମ ବୃଦ୍ଧି ଆଦିକୁ ନିନ୍ଦା କରାଯାଇଥିଲା। ଏଥିପାଇଁ କଂଗ୍ରେସ ଦଳ ନବସଂକଳ୍ପ ସମାବେଶ କରି ଉଭୟ ଭାଜପା ଓ ବିଜେଡି ସରକାର ବିରୋଧରେ ସ୍ବର ଉତ୍ତୋଳନ କରିଥିବା ଉପସ୍ଥିତ ନେତୃବର୍ଗ କହିଥିଲେ।
ଏହି ନବସଂକଳ୍ପ ଶିବିରରେ ଜିଲା କଂଗ୍ରେସ ସଭାପତି ଗୌରୀଶ୍ୟାମ ପଣ୍ଡା, ଉପସଭାପତି ବାଳକୃଷ୍ଣ ଦଣ୍ଡସେନା ଓ ରାଜଗୋପାଲ ପାଣିଗ୍ରାହୀ, ଜିଲା ମହିଳା କଂଗ୍ରେସ ସଭାନେତ୍ରୀ ଦମୟନ୍ତୀ ବାଘ, ପୂର୍ବତନ ବିଧାୟକ ବିନୋଦ ପାତ୍ର, ପୂର୍ବତନ ଜିଲା ଯୁବ କଂଗ୍ରେସ ସଭାପତି ଜିତେନ୍ଦ୍ର ପଟ୍ଟନାୟକ, ଜିଲା ଯୁବ କଂଗ୍ରେସ ସଭାପତି ପ୍ରିୟବ୍ରତ ସାହୁ, ବୀରମହାରାଜପୁର ବ୍ଲକ ଯୁବ କଂଗ୍ରେସ ସଭାପତି ବିଦ୍ୟାଧର ଖୁର୍ଡିଆ, ଜିଲା କୃଷକ ମୋର୍ଚ୍ଚା ସଭାପତି ନରେନ୍ଦ୍ର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ବୀରମହାରାଜପୁର ବ୍ଲକ ଜୋନ-୧ରୁ ଦଳୀୟ ଟିକେଟରେ ବିଜୟୀ ଜିଲା ପରିଷଦ ସଦସ୍ୟ ଲବ କୁମାର ସାହୁଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri