ଏନ୍‌ଇଇଟି-ଜେଇଇ ପରୀକ୍ଷା ସ୍ଥଗିତ ପାଇଁ ଉଠିଲା ଦାବି: ସୁପ୍ରିମକୋର୍ଟ ଯିବେ ୭ରାଜ୍ୟର ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୬।୮: ଦେଶରେ କରୋନା ସଂକ୍ରମଣ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। କରୋନା ସଙ୍କଟ ମଧ୍ୟରେ ସେପ୍ଟେମ୍ବରରେ ଜେଇଇ ଓ ଏନ୍‌ଇଇଟି ପରୀକ୍ଷା କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତିକୁ ବିଭିନ୍ନ ମହଲରେ ବିରୋଧ କରାଯାଇଛି। ଇତିମଧ୍ୟରେ ବୁଧବାର କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ କଂଗ୍ରେସ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ କଂଗ୍ରେସକୁ ସମର୍ଥନ କରୁଥିବା ଅନ୍ୟ ୩ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଭର୍ଚୁଆଲ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଜିଏସଟି, ଏନ୍‌ଇଇଟି-ଜେଇଇ ପରୀକ୍ଷା ନେଇ ସୋନିଆ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ। ଏଥିରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ, ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ସିଂ ବାଘେଲ, ପଞ୍ଜାବର ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ, ପୁଡୁଚେରୀ ମୁଖ୍ୟମନ୍ତ୍ରୀ ନାରାୟଣସାମୀ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ, ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏବଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଯୋଗଦେଇଥିଲେ। ଆସନ୍ତା ମାସରେ ଜେଇଇ ଓ ଏନ୍‌ଇଇଟି ପରୀକ୍ଷା କରାଇବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥିବା ବେଳେ ସୁପ୍ରିମକୋର୍ଟ ମଧ୍ୟ ଅନୁମୋଦନ ଦେଇଛନ୍ତି। ତେବେ କରୋନା କାଳରେ ଏହି ପରୀକ୍ଷା ଉପରେ ଆପତ୍ତି ଉଠାଇବା ସହ ସୁରକ୍ଷା ଦୃଷ୍ଟିରୁ ଏହାକୁ ସ୍ଥଗିତ ରଖିବାକୁ କଂଗ୍ରେସ ସମେତ ଶିବସେନା ଓ ଟିଏମ୍‌ସି ଦାବି କରିଛି। ଏହି ଭର୍ଚୁଆଲ ବୈଠକରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସମସ୍ତ ମୁଖ୍ୟମନ୍ତ୍ରୀଙ୍କୁ ଏକାଠି ମିଶି ପରୀକ୍ଷା ବିରୋଧରେ ସୁପ୍ରିମକୋର୍ଟ ଯିବାକୁ ଆହ୍ବାନ ଦେଇଛନ୍ତି। ଏଥିସହ ସେ କହିଛନ୍ତି, ଯେପର୍ଯ୍ୟନ୍ତ ପରିସ୍ଥିତି ନ ସୁଧୁରିଛି ସେପର୍ଯ୍ୟନ୍ତ ପରୀକ୍ଷା ସ୍ଥଗିତ ରଖିବାକୁ ଏକାଠି ମିଶି ସୁପ୍ରିମକୋର୍ଟର ଦ୍ୱାରସ୍ଥ ହେବୁ। ଏହା ଛାତ୍ରଛାତ୍ରୀମାନଙ୍କ ପାଇଁ ଏକ ମାନସିକ ଯନ୍ତ୍ରଣା। ପିଲାଙ୍କ ଭବିଷ୍ୟତ ଓ ସୁରକ୍ଷା ପାଇଁ ଆମେ ସମସ୍ତଙ୍କୁ ଏକାଠି ମିଶି ସ୍ବର ଉତ୍ତୋଳନ କରିବାକୁ ହେବ ବୋଲି ମମତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri