ଏନ୍‌ଇଇଟି-ଜେଇଇ ପରୀକ୍ଷା ସ୍ଥଗିତ ପାଇଁ ଉଠିଲା ଦାବି: ସୁପ୍ରିମକୋର୍ଟ ଯିବେ ୭ରାଜ୍ୟର ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୬।୮: ଦେଶରେ କରୋନା ସଂକ୍ରମଣ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। କରୋନା ସଙ୍କଟ ମଧ୍ୟରେ ସେପ୍ଟେମ୍ବରରେ ଜେଇଇ ଓ ଏନ୍‌ଇଇଟି ପରୀକ୍ଷା କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତିକୁ ବିଭିନ୍ନ ମହଲରେ ବିରୋଧ କରାଯାଇଛି। ଇତିମଧ୍ୟରେ ବୁଧବାର କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ କଂଗ୍ରେସ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ କଂଗ୍ରେସକୁ ସମର୍ଥନ କରୁଥିବା ଅନ୍ୟ ୩ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଭର୍ଚୁଆଲ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଜିଏସଟି, ଏନ୍‌ଇଇଟି-ଜେଇଇ ପରୀକ୍ଷା ନେଇ ସୋନିଆ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ। ଏଥିରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ, ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ସିଂ ବାଘେଲ, ପଞ୍ଜାବର ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ, ପୁଡୁଚେରୀ ମୁଖ୍ୟମନ୍ତ୍ରୀ ନାରାୟଣସାମୀ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ, ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏବଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଯୋଗଦେଇଥିଲେ। ଆସନ୍ତା ମାସରେ ଜେଇଇ ଓ ଏନ୍‌ଇଇଟି ପରୀକ୍ଷା କରାଇବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥିବା ବେଳେ ସୁପ୍ରିମକୋର୍ଟ ମଧ୍ୟ ଅନୁମୋଦନ ଦେଇଛନ୍ତି। ତେବେ କରୋନା କାଳରେ ଏହି ପରୀକ୍ଷା ଉପରେ ଆପତ୍ତି ଉଠାଇବା ସହ ସୁରକ୍ଷା ଦୃଷ୍ଟିରୁ ଏହାକୁ ସ୍ଥଗିତ ରଖିବାକୁ କଂଗ୍ରେସ ସମେତ ଶିବସେନା ଓ ଟିଏମ୍‌ସି ଦାବି କରିଛି। ଏହି ଭର୍ଚୁଆଲ ବୈଠକରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସମସ୍ତ ମୁଖ୍ୟମନ୍ତ୍ରୀଙ୍କୁ ଏକାଠି ମିଶି ପରୀକ୍ଷା ବିରୋଧରେ ସୁପ୍ରିମକୋର୍ଟ ଯିବାକୁ ଆହ୍ବାନ ଦେଇଛନ୍ତି। ଏଥିସହ ସେ କହିଛନ୍ତି, ଯେପର୍ଯ୍ୟନ୍ତ ପରିସ୍ଥିତି ନ ସୁଧୁରିଛି ସେପର୍ଯ୍ୟନ୍ତ ପରୀକ୍ଷା ସ୍ଥଗିତ ରଖିବାକୁ ଏକାଠି ମିଶି ସୁପ୍ରିମକୋର୍ଟର ଦ୍ୱାରସ୍ଥ ହେବୁ। ଏହା ଛାତ୍ରଛାତ୍ରୀମାନଙ୍କ ପାଇଁ ଏକ ମାନସିକ ଯନ୍ତ୍ରଣା। ପିଲାଙ୍କ ଭବିଷ୍ୟତ ଓ ସୁରକ୍ଷା ପାଇଁ ଆମେ ସମସ୍ତଙ୍କୁ ଏକାଠି ମିଶି ସ୍ବର ଉତ୍ତୋଳନ କରିବାକୁ ହେବ ବୋଲି ମମତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?