ଆଜିଠୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’

ଭୁବନେଶ୍ୱର,୧୪।୧୧(ଅସମାପିକା ସାହୁ): ଶିଶୁ ଦିବସ ଅବସରରେ ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଆରମ୍ଭ ହେବ। ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ୟୁନିଟ୍‌-୯ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ହେବାକୁ ଥିବା ଏହି ପ୍ରତିଯୋଗିତାରେ ବ୍ଲକ୍‌ ଓ ଜିଲାସ୍ତରରୁ ବିଜୟୀ ହୋଇଥିବା ପ୍ରାୟ ୨ ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅଂଶଗ୍ରହଣ କରିବେ। ମହୋତ୍ସବର ମୁଖ୍ୟ ଆକର୍ଷଣ ସାଜିବ ‘ଆକାଂକ୍ଷୀ ପାଭିଲିୟନ୍‌’। ବିଦ୍ୟାଳୟରେ ଆରମ୍ଭ ହୋଇଥିବା ଆକାଂକ୍ଷୀ ପାଠ୍ୟକ୍ରମ ଏବଂ କ୍ଲବ୍‌ କାର୍ଯ୍ୟକ୍ରମଗୁଡ଼ିକ ଏହି ପାଭିଲିୟନ୍‌ରେ ପ୍ରଦର୍ଶିତ ହେବ। ୫-ଟି ବିଦ୍ୟାଳୟ ରୂପାନ୍ତରୀକରଣ ଅଧୀନରେ ଗ୍ରହଣ କରାଯାଇଥିବା ବିଭିନ୍ନ ଅଭିନବ ପଦକ୍ଷେପକୁ ଛାତ୍ରୀଛାତ୍ର, ଶିକ୍ଷକ ଓ ଦର୍ଶକମାନେ ଦେଖିପାରିବେ। ବିଭିନ୍ନ ପ୍ରତିଯୋଗିତାର ବିଜେତା ଛାତ୍ରୀଛାତ୍ରଙ୍କୁ ଉଦ୍‌ଯାପନୀ ଉତ୍ସବରେ ପୁରସ୍କୃତ କରାଯିବ। ଏହା ବ୍ୟତୀତ ଛାତ୍ରୀଛାତ୍ରଙ୍କ ପାଇଁ ମହୋତ୍ସବରେ ଅନେକ ଆକର୍ଷଣୀୟ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଉତ୍ସବର ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ର ଖଣ୍ଡିଗିରି, ଉଦୟଗିରି, ଧଉଳିଗିରି, ନନ୍ଦନକାନନ, କଳାଭୂମି, ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର, ଅନୁସୂଚିତ ଜାତି ଓ ଜନଜାତି ସଂଗ୍ରହାଳୟ, ପଠାଣି ସାମନ୍ତ ପ୍ଲାନେଟାରିୟମ୍‌ ଓ ନାଚୁରାଲ ହିଷ୍ଟ୍ରି ଅଫ୍‌ ମ୍ୟୁଜିୟମ୍‌ ପରିଦର୍ଶନ କରିବାର ବ୍ୟବସ୍ଥା କରାଯାଇଛି। ଅପରାହ୍ନରେ ମୁଖ୍ୟ ଆକର୍ଷଣ ସାଜିବ ଛାତ୍ରୀଛାତ୍ରଙ୍କ ଦ୍ୱାରା ପ୍ରସ୍ତୁତ ‘ଛାୟା ମିଳିତ ଜାତିସଂଘ’।
ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ଏହାକୁ ଉଦ୍‌ଘାଟନ କରିବେ। ମୁଖ୍ୟ ଅତିଥି ଭାବେ ବାଚସ୍ପତି ପ୍ରମିଳା ମଲ୍ଲିକ ଯୋଗଦେବେ। ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ଛାତ୍ରୀଛାତ୍ରଙ୍କୁ ପ୍ରେରଣାଦାୟୀ ବାର୍ତ୍ତା ଦେବାର କାର୍ଯ୍ୟକ୍ରମ ରହିଥିବା ସୋମବାର ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri