ଚକ୍ରପଡ଼ା ଘଟଣାକୁ ନେଇ ଚିତ୍ତଙ୍କୁ ହତ୍ୟା

ପୁରୀ ଅଫିସ, ୨୫ା୧୨: ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମାଙ୍କ ବ୍ୟକ୍ତିଗତ ସହାୟକ ଚିତ୍ତରଞ୍ଜନ ପଲେଇ ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ୍‌ କରିଛି କ୍ରାଇମବ୍ରାଞ୍ଚ। ଚକ୍ରପଡ଼ା ଗ୍ରାମର ଏକ ଘଟଣାକୁ ନେଇ ଚିତ୍ତରଞ୍ଜନଙ୍କୁ ହତ୍ୟା କରାଯାଇଥିବାବେଳେ ତାଙ୍କ ସହଯୋଗୀ ପୁରୀ ଶାସନ ଦାମୋଦରପୁରର ଜଗନ୍ନାଥ ଷଡ଼ଙ୍ଗୀ ହିଁ ମୁଖ୍ୟ ଅଭିଯୁକ୍ତ। କ୍ରାଇମବ୍ରାଞ୍ଚ ଶୁକ୍ରବାର ଏହି ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ଜଗନ୍ନାଥଙ୍କ ସମେତ ବାସୁଦେବପୁର ଅଞ୍ଚଳର ଅଶୋକ ଉପାଧ୍ୟାୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଉଭୟଙ୍କ ବିରୋଧରେ ଦଫା ୩୦୨, ୨୦୧, ୧୨୦(ବି), ୩୪ ଆଇପିସି ରୁଜୁ ହୋଇଛି। ସେମାନଙ୍କ ଜାମିନ ଆବେଦନ ଖାରଜ ପରେ ଉଭୟଙ୍କୁ ବିଚାରବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଅଭିଯୁକ୍ତଦ୍ୱୟଙ୍କୁ ପଚରାଉଚରା ପାଇଁ ୭ଦିନିଆ ରିମାଣ୍ଡରେ ଆଣିବାକୁ କୋର୍ଟରେ ଆବେଦନ କରାଯାଇଛି ବୋଲି ଶୁକ୍ରବାର ପୁରୀ ଜିଲା ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ କ୍ରାଇମବ୍ରାଞ୍ଚ ଡିଏସ୍‌ପି ଶିଶିର ମିଶ୍ର ସୂଚନା ଦେଇଛନ୍ତି।
କ୍ରାଇମ୍‌ବ୍ରାଞ୍ଚ ଡିଏସ୍‌ପି ମିଶ୍ର କହିଛନ୍ତି, ୧୧ତାରିଖ ରାତିରୁ ଚିତ୍ତରଞ୍ଜନ ନିଖୋଜ ଥିବାନେଇ ତାଙ୍କ ଦାଦା ୧୨ତାରିଖରେ ପୁରୀ ସଦର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏ ନେଇ ପୋଲିସ ଏକ ଅପହରଣ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ୧୩ ତାରିଖ ସକାଳେ ଚିତ୍ତରଞ୍ଜନଙ୍କ କ୍ଷତବିକ୍ଷତ ଶରୀର ଗଡ଼ମୃଗଶିରା ପୋଲ ନିକଟ ନୂଆନଈରୁ ମିଳିଥିଲା। ତେଣୁ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଥିଲେ। ଫଳରେ ୧୫ ତାରିଖରେ ଏହି ମାମଲାକୁ କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରାଯାଇଥିଲା। କ୍ରାଇମବ୍ରାଞ୍ଚ ଟିମ୍‌ ଜମାରସୁଆଁ ନଈବନ୍ଧ, ସାନବନ୍ଧକେରା, ଚକ୍ରପଡ଼ା ଏବଂ ଚିତ୍ତରଞ୍ଜନ ରହୁଥିବା ମାଟିଆପଡ଼ାସ୍ଥିତ ଭଡ଼ାଘରେ ତଦନ୍ତ କରିବା ସହ ସାକ୍ଷୀମାନଙ୍କୁ ପଚରାଉଚରା କରିଥିଲା। ଚକ୍ରପଡ଼ାର ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନରୁ ଘଟଣାର ସୁରାକ ମିଳିଥିଲା। ଚିତ୍ତରଞ୍ଜନଙ୍କ ମୃତ୍ୟୁ ଏକ ଦୁର୍ଘଟଣା ନୁହେଁ ବରଂ ତାଙ୍କୁ ହତ୍ୟା କରାଯାଇଥିଲା। ଚକ୍ରପଡ଼ାର ଏକ ଘଟଣାରୁ ହିଁ ଏହି ହତ୍ୟାକାଣ୍ଡର ସୂତ୍ରପାତ ହୋଇଥିଲା। ୧୧ତାରିଖ ବିଳମ୍ବିତ ରାତିରେ ଚିତ୍ତ ନିଜ ବାଇକ୍‌ରେ ଚକ୍ରପଡ଼ାର ରହସ୍ୟମୟୀ ଯୁବତୀଙ୍କ ଘରକୁ ଯାଇଥିଲେ। ଜଗନ୍ନାଥଙ୍କ ସହ ଯୁବତୀଙ୍କ ପରିବାରର ସମ୍ପର୍କ ରହିଥିଲା, ମାତ୍ର ଚିତ୍ତରଞ୍ଜନ ଏତେରାତିରେ କାହିଁକି ଆସିଛନ୍ତି ବୋଲି ଗାଁରେ ଉତ୍ତେଜନା ପ୍ରକାଶ ପାଇବା ସହ ଗଣ୍ଡଗୋଳ ହୋଇଥିଲା। ଅଶୋକଙ୍କ ସହ ଗାଁର କେତେଜଣ ଯୁବକ ସେମାନଙ୍କୁ ପିଛା କରିଥିଲେ। ନଦୀବନ୍ଧ ଉପରେ ଚିତ୍ତରଞ୍ଜନଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ଦୁଇଦିନ ପରେ ଘଟଣାସ୍ଥଳର ମାତ୍ର କେଇଫୁଟ ଦୂର ନୂଆନଈରୁ ଚିତ୍ତରଞ୍ଜନଙ୍କ ମୃତଦେହ ମିଳିଥିଲା। ହତ୍ୟାକାଣ୍ଡର ମୁଖ୍ୟ ଥିଲେ ଜଗନ୍ନାଥ। ହତ୍ୟା ଘଟଣା ସହ ଜଣେ ଯୁବତୀ ଏବଂ ଅନ୍ୟ କେତେଜଣ ସମ୍ପୃକ୍ତ ଥିବା ଜଣାପଡ଼ିଛି। ଚିତ୍ତରଞ୍ଜନଙ୍କ ପରିବାର ଲୋକଙ୍କ ସମେତ ଅନ୍ୟ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଛି। କ୍ରାଇମବ୍ରାଞ୍ଚ ଟିମ୍‌ ମୋଟ ୫ଜଣଙ୍କ ପଲିଗ୍ରାଫ ଟେଷ୍ଟ କରିଥିଲା। ସେମାନଙ୍କ ମଧ୍ୟରୁ ଘଟଣାରେ ସମ୍ପୃକ୍ତ ଥିବା ମୁଖ୍ୟ ଅଭିଯୁକ୍ତ ଜଗନ୍ନାଥ ଓ ତାଙ୍କ ସହଯୋଗୀ ଅଶୋକଙ୍କୁ ଗିରଫ କରାଯାଇଛି। କ୍ରାଇମବ୍ରାଞ୍ଚ ଡିଏସ୍‌ପି ତଦନ୍ତ ଜାରି ରହିଛି, ଖୁବ୍‌ଶୀଘ୍ର ଅନ୍ୟ ଅଭିଯୁକ୍ତମାନଙ୍କୁ ଗିରଫ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri