ଚକ୍ରପଡ଼ା ଘଟଣାକୁ ନେଇ ଚିତ୍ତଙ୍କୁ ହତ୍ୟା

ପୁରୀ ଅଫିସ, ୨୫ା୧୨: ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମାଙ୍କ ବ୍ୟକ୍ତିଗତ ସହାୟକ ଚିତ୍ତରଞ୍ଜନ ପଲେଇ ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ୍‌ କରିଛି କ୍ରାଇମବ୍ରାଞ୍ଚ। ଚକ୍ରପଡ଼ା ଗ୍ରାମର ଏକ ଘଟଣାକୁ ନେଇ ଚିତ୍ତରଞ୍ଜନଙ୍କୁ ହତ୍ୟା କରାଯାଇଥିବାବେଳେ ତାଙ୍କ ସହଯୋଗୀ ପୁରୀ ଶାସନ ଦାମୋଦରପୁରର ଜଗନ୍ନାଥ ଷଡ଼ଙ୍ଗୀ ହିଁ ମୁଖ୍ୟ ଅଭିଯୁକ୍ତ। କ୍ରାଇମବ୍ରାଞ୍ଚ ଶୁକ୍ରବାର ଏହି ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ଜଗନ୍ନାଥଙ୍କ ସମେତ ବାସୁଦେବପୁର ଅଞ୍ଚଳର ଅଶୋକ ଉପାଧ୍ୟାୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଉଭୟଙ୍କ ବିରୋଧରେ ଦଫା ୩୦୨, ୨୦୧, ୧୨୦(ବି), ୩୪ ଆଇପିସି ରୁଜୁ ହୋଇଛି। ସେମାନଙ୍କ ଜାମିନ ଆବେଦନ ଖାରଜ ପରେ ଉଭୟଙ୍କୁ ବିଚାରବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଅଭିଯୁକ୍ତଦ୍ୱୟଙ୍କୁ ପଚରାଉଚରା ପାଇଁ ୭ଦିନିଆ ରିମାଣ୍ଡରେ ଆଣିବାକୁ କୋର୍ଟରେ ଆବେଦନ କରାଯାଇଛି ବୋଲି ଶୁକ୍ରବାର ପୁରୀ ଜିଲା ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ କ୍ରାଇମବ୍ରାଞ୍ଚ ଡିଏସ୍‌ପି ଶିଶିର ମିଶ୍ର ସୂଚନା ଦେଇଛନ୍ତି।
କ୍ରାଇମ୍‌ବ୍ରାଞ୍ଚ ଡିଏସ୍‌ପି ମିଶ୍ର କହିଛନ୍ତି, ୧୧ତାରିଖ ରାତିରୁ ଚିତ୍ତରଞ୍ଜନ ନିଖୋଜ ଥିବାନେଇ ତାଙ୍କ ଦାଦା ୧୨ତାରିଖରେ ପୁରୀ ସଦର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏ ନେଇ ପୋଲିସ ଏକ ଅପହରଣ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ୧୩ ତାରିଖ ସକାଳେ ଚିତ୍ତରଞ୍ଜନଙ୍କ କ୍ଷତବିକ୍ଷତ ଶରୀର ଗଡ଼ମୃଗଶିରା ପୋଲ ନିକଟ ନୂଆନଈରୁ ମିଳିଥିଲା। ତେଣୁ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଥିଲେ। ଫଳରେ ୧୫ ତାରିଖରେ ଏହି ମାମଲାକୁ କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରାଯାଇଥିଲା। କ୍ରାଇମବ୍ରାଞ୍ଚ ଟିମ୍‌ ଜମାରସୁଆଁ ନଈବନ୍ଧ, ସାନବନ୍ଧକେରା, ଚକ୍ରପଡ଼ା ଏବଂ ଚିତ୍ତରଞ୍ଜନ ରହୁଥିବା ମାଟିଆପଡ଼ାସ୍ଥିତ ଭଡ଼ାଘରେ ତଦନ୍ତ କରିବା ସହ ସାକ୍ଷୀମାନଙ୍କୁ ପଚରାଉଚରା କରିଥିଲା। ଚକ୍ରପଡ଼ାର ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନରୁ ଘଟଣାର ସୁରାକ ମିଳିଥିଲା। ଚିତ୍ତରଞ୍ଜନଙ୍କ ମୃତ୍ୟୁ ଏକ ଦୁର୍ଘଟଣା ନୁହେଁ ବରଂ ତାଙ୍କୁ ହତ୍ୟା କରାଯାଇଥିଲା। ଚକ୍ରପଡ଼ାର ଏକ ଘଟଣାରୁ ହିଁ ଏହି ହତ୍ୟାକାଣ୍ଡର ସୂତ୍ରପାତ ହୋଇଥିଲା। ୧୧ତାରିଖ ବିଳମ୍ବିତ ରାତିରେ ଚିତ୍ତ ନିଜ ବାଇକ୍‌ରେ ଚକ୍ରପଡ଼ାର ରହସ୍ୟମୟୀ ଯୁବତୀଙ୍କ ଘରକୁ ଯାଇଥିଲେ। ଜଗନ୍ନାଥଙ୍କ ସହ ଯୁବତୀଙ୍କ ପରିବାରର ସମ୍ପର୍କ ରହିଥିଲା, ମାତ୍ର ଚିତ୍ତରଞ୍ଜନ ଏତେରାତିରେ କାହିଁକି ଆସିଛନ୍ତି ବୋଲି ଗାଁରେ ଉତ୍ତେଜନା ପ୍ରକାଶ ପାଇବା ସହ ଗଣ୍ଡଗୋଳ ହୋଇଥିଲା। ଅଶୋକଙ୍କ ସହ ଗାଁର କେତେଜଣ ଯୁବକ ସେମାନଙ୍କୁ ପିଛା କରିଥିଲେ। ନଦୀବନ୍ଧ ଉପରେ ଚିତ୍ତରଞ୍ଜନଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ଦୁଇଦିନ ପରେ ଘଟଣାସ୍ଥଳର ମାତ୍ର କେଇଫୁଟ ଦୂର ନୂଆନଈରୁ ଚିତ୍ତରଞ୍ଜନଙ୍କ ମୃତଦେହ ମିଳିଥିଲା। ହତ୍ୟାକାଣ୍ଡର ମୁଖ୍ୟ ଥିଲେ ଜଗନ୍ନାଥ। ହତ୍ୟା ଘଟଣା ସହ ଜଣେ ଯୁବତୀ ଏବଂ ଅନ୍ୟ କେତେଜଣ ସମ୍ପୃକ୍ତ ଥିବା ଜଣାପଡ଼ିଛି। ଚିତ୍ତରଞ୍ଜନଙ୍କ ପରିବାର ଲୋକଙ୍କ ସମେତ ଅନ୍ୟ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଛି। କ୍ରାଇମବ୍ରାଞ୍ଚ ଟିମ୍‌ ମୋଟ ୫ଜଣଙ୍କ ପଲିଗ୍ରାଫ ଟେଷ୍ଟ କରିଥିଲା। ସେମାନଙ୍କ ମଧ୍ୟରୁ ଘଟଣାରେ ସମ୍ପୃକ୍ତ ଥିବା ମୁଖ୍ୟ ଅଭିଯୁକ୍ତ ଜଗନ୍ନାଥ ଓ ତାଙ୍କ ସହଯୋଗୀ ଅଶୋକଙ୍କୁ ଗିରଫ କରାଯାଇଛି। କ୍ରାଇମବ୍ରାଞ୍ଚ ଡିଏସ୍‌ପି ତଦନ୍ତ ଜାରି ରହିଛି, ଖୁବ୍‌ଶୀଘ୍ର ଅନ୍ୟ ଅଭିଯୁକ୍ତମାନଙ୍କୁ ଗିରଫ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ରାଜ୍ୟ ସଭାପତିଙ୍କ କେସିଙ୍ଗା ଗସ୍ତ, କର୍ମୀଙ୍କ ଏକାଠି କରି…

କେସିଙ୍ଗା,୧୦ା୭(ତୁମେଶ୍ୱର ସାହୁ): ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର କେସିଙ୍ଗା ଗସ୍ତ କରି କର୍ମୀମାନଙ୍କୁ ନେଇ ଏକ ସାଙ୍ଗଠାନିକ କାର୍ଯ୍ୟକ୍ରମକୁ ସୁଦୃଢ କରିବା ପାଇଁ ଜଣେ…

IND vs ENG 5th T20I Playing-11: ବୈଭବ ସୂର୍ଯ୍ୟବଂଶୀ ଆଉଟ, ସଞ୍ଜୁ ସାମସନ ଇନ୍‌… ଇଜ୍ଜତ ବଞ୍ଚାଇବାକୁ ଗମ୍ଭୀର ଖେଳିବେ ଶେଷ ଗଣିତ

ନୂଆଦିଲ୍ଲୀ,୧୦।୭: ଗୁରୁବାର ରାତିରେ ବ୍ରିଷ୍ଟଲରେ ଭାରତୀୟ କ୍ରିକେଟ ଦଳର ନୈରାଶ୍ୟଜନକ ପ୍ରଦର୍ଶନ ପୁଣି ଥରେ ଦେଖାଯାଇଥିଲା, ଯାହା ଫଳରେ ମ୍ୟାଚ ଏବଂ ସିରିଜ ଉଭୟ ହାରିଯାଇଥିଲା ଟିମ୍‌।…

ପୁଣି ଜେଲ୍‌ ଯିବେ ରାଜପାଲ ଯାଦବ, କୋର୍ଟ କହିଲେ ତାଙ୍କୁ ଅନେକ ସୁଯୋଗ ଦେବା ପରେ ବି…

ମୁମ୍ବାଇ,୧୦ା୭: ବଲିଉଡ୍‌ ଅଭିନେତା ରାଜପାଲ ଯାଦବ ତାଙ୍କ ଚେକ୍‌ ବାଉନ୍ସ ମାମଲା ପାଇଁ ଚର୍ଚ୍ଚାରେ ରହିଛନ୍ତି। ଶୁକ୍ରବାର ଦିଲ୍ଲୀ ହାଇକୋର୍ଟ ଏହି ମାମଲାର ଶୁଣାଣି କରି ୭ଟି…

ରୋଷେଇ ଘରୁ ବାହାରିଲା ୮ ଫୁଟ୍‌ ଅହିରାଜ, ଉଦ୍ଧାର ବେଳେ ପାଟିରୁ ବାହାରିଲା ଢମଣା ସାପ, ଦେଖିବାକୁ ଲୋକଙ୍କ ଭିଡ଼

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ପଞ୍ଚାୟତ ଜୟନଗର ଗ୍ରାମର ସିମାଞ୍ଚଳ ସ୍ବାଇଁଙ୍କ ଘରୁ ଏକ ୮ ଫୁଟ୍‌ ଲମ୍ବର କିଙ୍ଗକୋବ୍ରା…

ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କହିଲେ ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୧୦ା୭: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ପ୍ରଭାତୀ କହିଛନ୍ତି, ସୁଭଦ୍ରା ପାଇଁ…

ଗାଁ ପୋଖରୀରେ ଗାଧୋଉଥିବାବେଳେ ଗଭୀର ପାଣିରେ ବୁଡ଼ିଗଲେ ପିଣ୍ଟୁ, ହସ୍ପିଟାଲରେ ଡାକ୍ତର କଲେ ମୃତ ଘୋଷଣା

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମ ପୋଖରୀରୁ ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ…

‘ମୋତେ ଚୁପ୍ କରିବାକୁ ହେଲେ ମାରିବାକୁ ପଡିବ’, ଭାଜପାକୁ ଚ୍ୟାଲେଞ୍ଜ ଦେଲେ ଦିଦି

କୋଲକାତା,୧୦।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ଭାଜପା ଉପରେ କଡ଼ା ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ…

‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍‌ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri