ରାଜ୍ୟରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ଆଜି କରୋନା ନେଲା ୪ ଜୀବନ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଶନିବାର ରାଜ୍ୟରେ କରୋନାଜନିତ ୪ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ବଲାଙ୍ଗୀର, ଝାରସୁଗୁଡା, କଳାହାଣ୍ଡି ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୧୯୪୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।