ଅନ୍ତଃରାଜ୍ୟ ନକଲି ସାର୍ଟିଫିକେଟ ରାକେଟ ପର୍ଦାଫାଶ: ସରକାରୀ ଶିକ୍ଷକ ସମେତ ୪ ଗିରଫ

ବ୍ରହ୍ମପୁର ଅଫିସ,୨୪।୪: ଓଡ଼ିଶାରେ ଚାଲିଥିବା ଏକ ନକଲି ସାର୍ଟିଫକେଟ ରାକେଟର ପର୍ଦାଫାଶ କରିଛି ବ୍ରହ୍ମପୁର ପୁଲିସ । ଏହି ରାକେଟର ମୁଖ୍ୟ ତଥା ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ବ୍ଲକ ଲଙ୍ଗଳେଶ୍ବରର ସରକାରୀ ଶିକ୍ଷକ ଦଇତାରୀ ବେହେରାଙ୍କ ସମେତ ଢେଙ୍କାନାଳର ପ୍ରଶାନ୍ତ କୁମାର ସାହୁ, କଟକର କିଶୋର ବେହେରା ଓ ଦୈତାରୀଙ୍କ ପୁଅ ଅମୃତ ପ୍ରସାଦ ବେହେରାଙ୍କୁ ପୋଲିସ ଗିରଫ କରିଛି । ଅଭିଯୁକ୍ତଙ୍କ ନିକଟରୁ ଓଡ଼ିଶାର ବିଭିନ୍ନ କଲେଜ ଓ ବିଶବିଦ୍ୟାଳୟର ନକଲି ସାର୍ଟିଫିକେଟ ସହ ଆନ୍ଧ୍ରପ୍ରଦେଶ, ଛତିଶଗଡ ରାଜ୍ୟର ବିଭିନ୍ନ କଲେଜ ଓ ବୋର୍ଡର ନକଲି ସାର୍ଟିଫିକେଟ ଓ ସିଲ, ବିପିୟୁଟିର ନକଲି ସାର୍ଟିଫିକେଟ ଓ ସିଲ ଜବତ ହୋଇଛି । ସେହିପରି କମ୍ପ୍ୟୁଟର, ପ୍ରିଣ୍ଟର ଏବଂ ୧୦୦ ରୁ ଅଧିକ ସିଲ ଜବତ ହୋଇଛି । ଜଣେ ମହିଳାଙ୍କୁ ବିଏଡ କରିଦେବାକୁ କହି ଲକ୍ଷାଧିକ ଟଙ୍କା ନେବା ପରେ ପରବର୍ତ୍ତୀ ସମୟରେ ତାଙ୍କୁ ନକଲି ସାର୍ଟିଫିକେଟ ଦେଇଥିଲେ ଦଇତାରୀ ବେହେରା । ଏ ନେଇ ମହିଳା ଜଣଙ୍କ ଗୋସାଇଁ ନୂଆଗାଁ ଥାନାରେ ଅଭିଯୋଗ କରିଥିଲେ । ଅସଲି ଭଳି ଦେଖା ଯାଉଥିବା ଏହି ନକଲି ସାର୍ଟିଫିକେଟ ସବୁ ଢେଙ୍କାନାଳରେ ପ୍ରିଣ୍ଟ ହେବା ପରେ କଟକରେ ସିଲ ମରା ଯାଉଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଭୀମ ଭୋଇ ସାମର୍ଥ୍ୟ ଶିବିରରେ ଅଧିକାରୀଙ୍କ ଦାଦାଗିରି: ସେବା ଅପେକ୍ଷା ‘ଫଟୋ ସୋ’ ଅଧିକ 

ଥୁଆମୂଳରାମପୁର,୭ା୨(ଦୁର୍ଗା କୀର୍ତ୍ତି): କଳାହାଣଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକ ଗୋପୀନାଥପୁର ପଞ୍ଚାୟତର ଫଟକି ମହୁଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ଅନୁଷ୍ଠିତ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ…

USA ବିପକ୍ଷରେ ବିଜୟ ପରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ଖୁଲାସା, ୱାଶିଂଟନ୍ ସୁନ୍ଦର…..

ଟିମ୍ ଇଣ୍ଡିଆ ICC ଟି୨୦ ବିଶ୍ୱକପରେ ବିଜୟ ସହିତ ଅଭିଯାନ ଆରମ୍ଭ କରିଛି। ଭାରତୀୟ ଦଳ ତା’ର ପ୍ରଥମ ମ୍ୟାଚରେ ଆମେରିକା ଦଳକୁ ପରାସ୍ତ କରିଥିଲା। ଟିମ୍ ଇଣ୍ଡିଆର…

ଏଇ ଭାରତରେ

ଉତ୍ତରପ୍ରଦେଶର ଧୀରଜ ବର୍ମା ବିନା ମାଟି ଅର୍ଥାତ୍‌ କେବଳ ପାଣି (ହାଇଡ୍ରୋପୋନିକ୍ସ ପଦ୍ଧତି)ରେ ଚାଷକରି ପ୍ରଥମ ପର୍ଯ୍ୟାୟରେ ୫ ଟନ୍‌ ଷ୍ଟ୍ରବେରି ଉତ୍ପାଦନ କରିବାକୁ ସକ୍ଷମ ହୋଇଛନ୍ତି।…

ବିଶ୍ୱାସ ଅଛି, ଭରସା ନାହିଁ

ଆଗକୁ ଅନ୍ଧାରପକ୍ଷ ଆସୁଛି। କୁଞ୍ଜବଦଳିଆ, ଦାଆଗେଣ୍ଡାଳିଆ, ସାରସ, ପାତିହଂସ, ଜଡ଼ାହଂସ ସମସ୍ତଙ୍କ ମଧ୍ୟରେ ଭାଳେଣି, ମାଫିଆଙ୍କ ହାତରୁ ଏଥର ନିସ୍ତାର ନାହିଁ। କାକଟପୁର, ଅସ୍ତରଙ୍ଗ, ଦେବୀନଦୀ ମୁହାଣ,…

ଆତଙ୍କବାଦର ପୃଷ୍ଠପୋଷକ କିଏ

ୟୁରୋପୀୟ ପାର୍ଲାମେଣ୍ଟରେ ରୁଷିଆକୁ ‘ଆତଙ୍କବାଦ ପୃଷ୍ଠପୋଷକ ରାଷ୍ଟ୍ର’ ବୋଲି ଘୋଷଣା କରିଥିଲା ବେଳେ ଆମେରିକା ପାକିସ୍ତାନକୁ ସହଯୋଗର ହାତ ବଢ଼ାଇ ନିଜର ମିତ୍ର ରାଷ୍ଟ୍ରର ପରିଚୟ ଦେଇଥିଲା।…

ଆତ୍ମସମର୍ପଣ

ସାର୍ବଭୌମତ୍ୱ ଉଲ୍ଲଂଘନକୁ ଏକ ଦେଶର ଆଞ୍ଚଳିକ ଅଖଣ୍ଡତାର ଉଲ୍ଲଂଘନ କିମ୍ବା ସରକାରୀ କାର୍ଯ୍ୟରେ ହସ୍ତକ୍ଷେପ ବୋଲି କୁହାଯାଏ। ଜଣେ ଆତ୍ମସମର୍ପଣ କରେ ଯେତେବେଳେ ସେ ବିନା ପ୍ରତିରୋଧରେ…

ସରିଲା ଗୋଲାପ ଦିଆନିଆ, ଆଜି ପ୍ରପୋଜ୍‌

ଭୁବନେଶ୍ୱର,୮।୨(ସୌମ୍ୟରଞ୍ଜନ ରାଉତ): ଭାଲାଣ୍ଟାଇନ୍‌ ଡେ’ର ପ୍ରଥମ ପାହାଚ ରୋଜ୍‌ ଡେ’ ପାଇଁ ଶନିବାର ଚଳଚଞ୍ଚଳ ହୋଇଉଠିଥିଲା ରାଜଧାନୀ। ପରସ୍ପରକୁ ଗୋଲାପ ଦେଇ ଶୁଭେଚ୍ଛା ଜଣାଇଥିଲେ ପ୍ରେମୀଯୁଗଳ। ହଷ୍ଟେଲ୍‌ଗୁଡିକରେ…

Video: ଦର୍ଶକଙ୍କ ମନ ଚୋରି କଲେ ନୋରା, ବାନ୍ଧି ରଖିଲେ ବାଦଶାହା

ନୂଆଦିଲ୍ଲୀ,୮।୨: ଟି-୨୦ ବିଶ୍ୱକପ ୨୦୨୬ ଶନିବାର, ଫେବୃଆରୀ ୭ରେ ଆରମ୍ଭ ହୋଇଥିଲା। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯାଇଥିଲା, ଯେଉଁଥିରେ ଟିମ ଇଣ୍ଡିଆ ଏବଂ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri