ରାଜ୍ୟ ଖାଦ୍ୟ ଆୟୋଗ ଅଧ୍ୟକ୍ଷଙ୍କ କେନ୍ଦୁଝର ଗସ୍ତ

କେନ୍ଦୁଝର,୨୫ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) ): ମଙ୍ଗଳବାର ରାଜ୍ୟ ଖାଦ୍ୟ ଆୟୋଗର ଅଧ୍ୟକ୍ଷ ଅବନିକାନ୍ତ ସାହୁ କେନ୍ଦୁଝର ଜିଲା ରସ୍ତ କରିଛନ୍ତି। ଏଥିପାଇଁ ଅତିରିକ୍ତ ଜିଲ୍ଲାପାଳ ଯଦୁମଣି ମହଲା, ମୁଖ୍ୟ ଉନ୍ନୟନ ଅଧ୍ୟାଜାରୀ ତଥା ନିର୍ବାହୀ ଅଧ୍ୟାକାରୀ ଜିଲ୍ଲା ପରିଷଦ, କେନ୍ଦୁଝର ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ ଓ ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ବସନ୍ତ କୁମାର ପଣ୍ଡା ଏବଂ ଅନ୍ୟାନ୍ୟ ବିଭାଗୀୟ ଅଧିକରୀ ଉପସ୍ଥିତ ରହି ଅଧ୍ୟକ୍ଷଙ୍କୁ ସ୍ବାଗତ କରିଥିଲେ। ଏହି ଅବସରରେ ଦରବାର ହଲ ଠାରେ ଏକ ସମୀକ୍ଷା ବୈଠକରେ ଯୋଗ ଦେଇ ଯୋଗାଣ ବିଭଗ,ଶିକ୍ଷା ବିଭାଗ,ସ୍ବାସ୍ଥ୍ୟ ବିଭାଗ,ସାମାଜିକ ସୁରକ୍ଷା ବିଭାଗ ଓ ସମାଜ ମଙ୍ଗଳ ବିଭାଗର ବିଭାଗୀୟ ଅଧିକାରୀଙ୍କ ସହିତ ବିଭିନ୍ନ ଯୋଜନାର ଅଗ୍ରଗତି ବିଷୟରେ ସମୀକ୍ଷା କରିଥିଲେ।
ଅଧ୍ୟକ୍ଷ ଶ୍ରୀଯୁକ୍ତ ଅବନିକାନ୍ତ ସାହୁ ଜିଲାର ଜାତୀୟ ଖାଦ୍ୟ ସୁରକ୍ଷା ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଅନ୍ତର୍ଗତ ହିତାଧ୍ୟାକାରୀଙ୍କୁ ଖାଦ୍ୟ ଶସ୍ୟ ବଣ୍ଟନର ପ୍ରକ୍ରିୟା ସମ୍ବନ୍ଧରେ ପଚାରି ବୁଝିଥିଲେ ଓ ମୃତ ବ୍ୟକ୍ତିଙ୍କ ନାମ କାଟି ତା ବଦଳରେ ଯୋଗ୍ୟ ଆବେଦନକାରୀଙ୍କ ନାମ ତୁରନ୍ତ ସଂଯୋଗ କରିବା ପାଇଁ ଯୋଗାଣ ବିଭାଗର କ୍ଷେତ୍ର ଅଧିକାରୀମାନଙ୍କୁ ନିର୍ଦେଶ ଦେଇଥିଲେ। ଅପରାହ୍ନରେ ଧାଙ୍ଗରପଡାସ୍ଥିତ ଅଙ୍ଗନବାଡି କେନ୍ଦ୍ର,କ୍ରେଚ ଓ ଏକ ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନ କରି ଏହାର କାର୍ଯ୍ୟକାରିତା ସମ୍ବନ୍ଧରେ ପଚାରି ବୁଝିଥିଲେ।ଏହି ସମୟରେ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ପରେ ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀଙ୍କ ସହିତ ବାଂଶପାଳଗସ୍ତ କରି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର,ଏନଆରସି ସେଣ୍ଟର ପରିଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri