ରାଜ୍ୟ ଖାଦ୍ୟ ଆୟୋଗ ଅଧ୍ୟକ୍ଷଙ୍କ କେନ୍ଦୁଝର ଗସ୍ତ

କେନ୍ଦୁଝର,୧୭ା୫(ସ୍ବ.ପ୍ର.): ବୁଧବାର ରାଜ୍ୟ ଖାଦ୍ୟ ଆୟୋଗ ଅଧ୍ୟକ୍ଷ ଅବନୀକାନ୍ତ ସାହୁ କେନ୍ଦୁଝର ଜିଲା ଗସ୍ତ କରିଛନ୍ତି। ଅଧ୍ୟକ୍ଷଙ୍କ ସହିତ ୟୁନିସେଫର ପରାମର୍ଶଦାତା ତମଲ ରେଜା ପରିଦର୍ଶନରେ ଆସିଛନ୍ତି। ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲା ପରିଷଦ, କେନ୍ଦୁଝର ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ ଓ ଜିଲା ଯୋଗାଣ ଅଧିକାରୀ ବସନ୍ତ କୁମାର ପଣ୍ଡା ଏବଂ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ଅଧ୍ୟକ୍ଷଙ୍କୁ ସ୍ବାଗତ କରିଥିଲେ। ଏହାପରେ ଜିଲା ଯୋଗାଣ ଅଧିକାରୀ ବସନ୍ତ କୁମାର ପଣ୍ଡା ରାଜ୍ୟ ଖାଦ୍ୟ ଆୟୋଗର ଅଧ୍ୟକ୍ଷଙ୍କୁ ସାକ୍ଷାତ କରି ଯୋଗାଣ ବ୍ୟବସ୍ଥା ସମ୍ବନ୍ଧରେ ଆଲୋଚନା କରିଥିଲେ। ଜିଲାର ଜାତୀୟ ଖାଦ୍ୟ ସୁରକ୍ଷା ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଅନ୍ତର୍ଗତ ହିତାଧିକାରୀଙ୍କୁ ଖାଦ୍ୟ ଶସ୍ୟ ବଣ୍ଟନର ପ୍ରକ୍ରିୟା ସମ୍ବନ୍ଧରେ ପଚାରି ବୁଝିଥିଲେ। ଆଲୋଚନା ପରେ କ୍ଷେତ୍ର ପରିଦର୍ଶନ ପାଇଁ ସଦର ବ୍ଲକ ଅନ୍ତର୍ଗତ ନରଣପୁର ପଞ୍ଚାୟତର ଖୁଚୁରା ବିକ୍ରୟ କେନ୍ଦ୍ରରେ ପହଞ୍ଚିଥିଲେ। ପଞ୍ଚାୟତ କାର୍ଯ୍ୟାଳୟରେ ସରପଞ୍ଚ ଓ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ଉପସ୍ଥିତିରେ ହିତାଧିକାରୀଙ୍କ ସହ ଖାଦ୍ୟ ଶସ୍ୟ ବଣ୍ଟନ ସମ୍ବନ୍ଧରେ ଆଲୋଚନା କରିଥିଲେ। ବଣ୍ଟନ ସମୟରେ ଖାଦ୍ୟ ଶସ୍ୟର ମାନ ଓ ଓଜନର ସଠିକତା ପରଖିଥିଲେ। ପରେ ହଳଦିଆଟାଙ୍ଗିରି ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ କରି ଅଙ୍ଗନଓ୍ବାଡି କର୍ମୀ ଓ ବିଭାଗୀୟ ଅଧିକାରୀଙ୍କ ଉପସ୍ଥିତରେ ଶିଶୁମଙ୍ଗଳ ଯୋଜନାଗୁଡ଼ିକର କାର୍ଯ୍ୟକାରିତା ସମ୍ବନ୍ଧରେ ପଚାରି ବୁଝିଥିଲେ। ଅଧ୍ୟକ୍ଷଙ୍କ ଗସ୍ତ ଅବସରରେ ଜିଲାପାଳ କେନ୍ଦୁଝର ଆଶିଷ ଠାକରେଙ୍କ ସହିତ ଜିଲାରେ ଚାଲିଥିବା ଖାଦ୍ୟ ସୁରକ୍ଷା ଯୋଜନାର କାର୍ଯ୍ୟକାରିତା ସମ୍ପର୍କରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ

ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି...

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି...

ଲୁରୁ ଗ୍ରାମରେ ପଡ଼ିନାହିଁ ବିକାଶର ପାଦଚିହ୍ନ

ପାରଳାଖେମୁଣ୍ଡି,୨୯ା୪ (ଗିରିଧାରୀ ପରିଛା): ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି। ହେଲେ ଅନେକ ଯୋଜନା ବହୁ ଜାଗାରେ ପହଞ୍ଚି ପାରୁନାହିଁ। ଦୀର୍ଘ ବର୍ଷର ସ୍ଥାୟୀ ସରକାର...

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

୮ ଟଙ୍କାରେ ବିକିଥିଲେ, ୩୦ରେ କିଣୁଛନ୍ତିି

ରାମଚନ୍ଦ୍ରପୁର,୨୯ା୪(ଗଣେଶ୍ୱର ସା): ରାଜ୍ୟକୁ ଆଳୁ ଉତ୍ପାଦନ କ୍ଷେତ୍ରରେ ସ୍ବାବଲମ୍ବୀ କରିବାପାଇଁ ସରକାର ଉଦ୍ୟାନ ବିଭାଗ ଜରିଆରେ ଆଳୁ ମିଶନ କାର୍ଯ୍ୟକାରୀ କରିଛନ୍ତି। ମାତ୍ର ଏହା ଠିକ୍‌...

୧୨ ବର୍ଷ ଧରି କୁକୁଡ଼ା ଚିଆଁ ଉତ୍ପାଦନ କେନ୍ଦ୍ର ବନ୍ଦ

କେନ୍ଦ୍ରାପଡ଼ା,୨୯ା୪ (ଜଗନ୍ନାଥ ଧଳ): ଛକ ବଜାରଠାରୁ ଗ୍ରାମାଞ୍ଚଳରେ କୁକୁଡା ମାଂସ ବିକ୍ରୟ କେନ୍ଦ୍ର ଭରପୂର ରହିଛି। କେଜି ପ୍ରତି ୨୨୦ରୁ ୩୫୦ ଟଙ୍କାରେ ମାଂସ ବିକ୍ରି...

ଗଣେଶ୍ୱରଙ୍କ ସମ୍ମୁଖରେ ଦୁଇ ମହିଳା ପ୍ରତିଦ୍ୱନ୍ଦ୍ୱୀ

କେନ୍ଦ୍ରାପଡ଼ା, ୨୯ା୪ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ରାଜନୀତି ଏକ ରୋଚକ ସ୍ଥିତିରେ ପହଞ୍ଚତ୍ଛି। ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳର ବିଧାୟକ ପ୍ରାର୍ଥୀ ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri