ରାଜ୍ୟ ଖାଦ୍ୟ ଆୟୋଗ ଅଧ୍ୟକ୍ଷଙ୍କ କେନ୍ଦୁଝର ଗସ୍ତ

କେନ୍ଦୁଝର,୧୭ା୫(ସ୍ବ.ପ୍ର.): ବୁଧବାର ରାଜ୍ୟ ଖାଦ୍ୟ ଆୟୋଗ ଅଧ୍ୟକ୍ଷ ଅବନୀକାନ୍ତ ସାହୁ କେନ୍ଦୁଝର ଜିଲା ଗସ୍ତ କରିଛନ୍ତି। ଅଧ୍ୟକ୍ଷଙ୍କ ସହିତ ୟୁନିସେଫର ପରାମର୍ଶଦାତା ତମଲ ରେଜା ପରିଦର୍ଶନରେ ଆସିଛନ୍ତି। ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲା ପରିଷଦ, କେନ୍ଦୁଝର ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ ଓ ଜିଲା ଯୋଗାଣ ଅଧିକାରୀ ବସନ୍ତ କୁମାର ପଣ୍ଡା ଏବଂ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ଅଧ୍ୟକ୍ଷଙ୍କୁ ସ୍ବାଗତ କରିଥିଲେ। ଏହାପରେ ଜିଲା ଯୋଗାଣ ଅଧିକାରୀ ବସନ୍ତ କୁମାର ପଣ୍ଡା ରାଜ୍ୟ ଖାଦ୍ୟ ଆୟୋଗର ଅଧ୍ୟକ୍ଷଙ୍କୁ ସାକ୍ଷାତ କରି ଯୋଗାଣ ବ୍ୟବସ୍ଥା ସମ୍ବନ୍ଧରେ ଆଲୋଚନା କରିଥିଲେ। ଜିଲାର ଜାତୀୟ ଖାଦ୍ୟ ସୁରକ୍ଷା ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଅନ୍ତର୍ଗତ ହିତାଧିକାରୀଙ୍କୁ ଖାଦ୍ୟ ଶସ୍ୟ ବଣ୍ଟନର ପ୍ରକ୍ରିୟା ସମ୍ବନ୍ଧରେ ପଚାରି ବୁଝିଥିଲେ। ଆଲୋଚନା ପରେ କ୍ଷେତ୍ର ପରିଦର୍ଶନ ପାଇଁ ସଦର ବ୍ଲକ ଅନ୍ତର୍ଗତ ନରଣପୁର ପଞ୍ଚାୟତର ଖୁଚୁରା ବିକ୍ରୟ କେନ୍ଦ୍ରରେ ପହଞ୍ଚିଥିଲେ। ପଞ୍ଚାୟତ କାର୍ଯ୍ୟାଳୟରେ ସରପଞ୍ଚ ଓ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ଉପସ୍ଥିତିରେ ହିତାଧିକାରୀଙ୍କ ସହ ଖାଦ୍ୟ ଶସ୍ୟ ବଣ୍ଟନ ସମ୍ବନ୍ଧରେ ଆଲୋଚନା କରିଥିଲେ। ବଣ୍ଟନ ସମୟରେ ଖାଦ୍ୟ ଶସ୍ୟର ମାନ ଓ ଓଜନର ସଠିକତା ପରଖିଥିଲେ। ପରେ ହଳଦିଆଟାଙ୍ଗିରି ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ କରି ଅଙ୍ଗନଓ୍ବାଡି କର୍ମୀ ଓ ବିଭାଗୀୟ ଅଧିକାରୀଙ୍କ ଉପସ୍ଥିତରେ ଶିଶୁମଙ୍ଗଳ ଯୋଜନାଗୁଡ଼ିକର କାର୍ଯ୍ୟକାରିତା ସମ୍ବନ୍ଧରେ ପଚାରି ବୁଝିଥିଲେ। ଅଧ୍ୟକ୍ଷଙ୍କ ଗସ୍ତ ଅବସରରେ ଜିଲାପାଳ କେନ୍ଦୁଝର ଆଶିଷ ଠାକରେଙ୍କ ସହିତ ଜିଲାରେ ଚାଲିଥିବା ଖାଦ୍ୟ ସୁରକ୍ଷା ଯୋଜନାର କାର୍ଯ୍ୟକାରିତା ସମ୍ପର୍କରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri