ବିନା ଅନୁମତିରେ ରାଜ୍ୟ ସରକାର ନୂଆ ଜିଲା ଗଠନ ପାଇଁ ଜାରି କରିପାରିବେନି ନିର୍ଦ୍ଦେଶ: ହାଇକୋର୍ଟ

କଟକ,୨୨ା୧୨: ନୂଆ ଜିଲା ଘୋଷଣା ଉପରେ ଅଙ୍କୁଶ ଲଗାଇଛନ୍ତି ହାଇକୋର୍ଟ। ବିନା ଅନୁମତିରେ ରାଜ୍ୟ ସରକାର ନୂଆ ଜିଲା ଗଠନ ପାଇଁ ନିର୍ଦ୍ଦେଶନାମା ଜାରି କରିପାରିବେ ନାହିଁ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଅର୍ଥନୈତିକ ସ୍ଥିତି,ଜନସଂଖ୍ୟା, ଅଞ୍ଚଳର ପରିସୀମା, ପଛୁଆ ପ୍ରସଙ୍ଗକୁ ବିଚାରକୁ ନ ନେଇ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ଭାବେ ଜିଲା ଗଠନ ନିଷ୍ପତ୍ତି ହେଉଥିବା ଅଭିଯୋଗ କରି ଦାୟର ମାମଲାକୁ ହାଇକୋର୍ଟ ଗ୍ରହଣ କରି ଏଭଳି ଅନ୍ତରୀଣ ଅଙ୍କୁଶ ଜାରି କରିଛନ୍ତି।