ଭାରତୀୟ କାର୍‌ ବଜାରରେ ବୈପ୍ଳବିକ ପରିବର୍ତ୍ତନ ଆଣିଥିବା ଓସାମୁ ସୁଜୁକିଙ୍କ ପରଲୋକ

ନୂଆଦିଲ୍ଲୀ,୨୮ା୧୨:ମାରୁତି ୮୦୦ କାର୍‌ ଆଣି ଭାରତୀୟ କାର୍‌ ବଜାରରେ ବୈପ୍ଳବିକ ପରିବର୍ତ୍ତନ ଆଣିଥିବା ସୁଜୁକି ମୋଟର କର୍ପୋରେଶନର ପୂର୍ବତନ ଅଧ୍ୟକ୍ଷ ତଥା ସିଇଓ ଓସାମୁ ସୁଜୁକିଙ୍କର ବୁଧବାର ପରଲୋକ ହୋଇଯାଇଛି। ତାଙ୍କୁ ୯୪ ବର୍ଷ ହୋଇଥିତ୍ଲା। ସେ ରକ୍ତ କର୍କଟରେ ପୀଡ଼ିତ ଥିଲେ ବୋଲି ଶୁକ୍ରବାର କମ୍ପାନୀ ପକ୍ଷରୁ ଘୋଷଣା କରାଯାଇଛି। ସୁଜୁକିଙ୍କ ୪ ଦଶନ୍ଧିର ନେତୃତ୍ୱ କାଳରେ ଏହି ଜାପାନୀ ଗାଡ଼ି ନିର୍ମାତା କମ୍ପାନୀ ବୈଶ୍ୱିକ ପାଓ୍ବାରହାଉସ୍‌ରେ ପରିଣତ ହେବା ସହ ଭାରତୀୟ କାର୍‌ ବଜାରରେ ଆଧିପତ୍ୟ ବିସ୍ତାର କରିଥିଲା। ସେ ୧୯୭୮ରୁ କମ୍ପାନୀର ଅଧ୍ୟକ୍ଷ, ଚେୟାରପର୍ସନ ଏବଂ ସିଇଓ ରହି ୯୧ ବର୍ଷ ବୟସରେ ୨୦୨୧ରେ ଇସ୍ତଫା ଦେଇଥିଲେ। ୧୯୭୮ରେ ସୁଜୁକି ମୋଟର କର୍ପୋରେଶନର ଗାଡ଼ି ବିକ୍ରି ୩୦୦ ବିଲିୟନ ୟେନ୍‌ (୧.୯ ବିଲିୟନ ଡଲାର) ଥିବା ବେଳେ ୨୦୦୬ରେ ୩ ଟ୍ରିଲିୟନ ୟେନ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚତ୍ଥିଲା, ଯାହା ସୁଜୁକିଙ୍କ ଦୂରଦୃଷ୍ଟି ଓ ଦୃଢ଼ ନେତୃତ୍ୱର ପରିଚୟ ଦିଏ। ଭାରତ ଭଳି ବିକାଶୋନ୍ମୁଖୀ ବଜାରଗୁଡ଼କ ପାଇଁ କମ୍ପାକ୍ଟ ଏବଂ କମ୍‌ ଦାମ୍‌ର କାର୍‌ ନିର୍ମାଣ ଉପରେ ତାଙ୍କର ଫୋକସ୍‌ କମ୍ପାନୀକୁ ଅନ୍ୟଠାରୁ ଅଲଗା କରିଥିଲା। ୨୦୨୩ ଆର୍ଥତ୍କ ବର୍ଷରେ ତାଙ୍କର ସବ୍‌ସିଡିଆରି କମ୍ପାନୀ ମାରୁତି ସୁଜୁକି ଇଣ୍ଡିଆ ଲିଃର ଭାରତୀୟ କାର୍‌ ବଜାରର ୪୧.୭ ପ୍ରତିଶତ ଶେୟାର ଥିଲା।
୧୯୩୦ ଜାନୁଆରୀ ୩୦ରେ କେନ୍ଦ୍ରୀୟ ଜାପାନର ଜିଫୁ ପ୍ରିଫେକ୍ଚରରେ ଜନ୍ମିତ ସୁଜୁକି କାର୍‌ କମ୍ପାନୀର ପ୍ରତିଷ୍ଠାତା ପରିବାର ତଥା ତତ୍କାଳୀନ ଅଧ୍ୟକ୍ଷ ଶୁଞ୍ଜୋ ସୁଜୁକିଙ୍କ ଝିଅଙ୍କୁ ବିବାହ କରିବା ପରେ ୧୯୫୮ରେ ଉକ୍ତ କମ୍ପାନୀରେ ଯୋଗ ଦେଇଥିଲେ ଏବଂ ସ୍ତ୍ରୀଙ୍କ ପରିବାରର ସାଙ୍ଗିଆକୁ ଗ୍ରହଣ କରିଥିଲେ। ୧୯୭୮ରେ ସେ କମ୍ପାନୀର ଅଧ୍ୟକ୍ଷ ଦାୟିତ୍ୱ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri