ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଏକ ବଡ଼ ପ୍ରକଳ୍ପକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀଙ୍କ ପ୍ରଚେଷ୍ଟା ଫଳରେ ସହରରେ ୧୫ ଏମଏଲଡି କ୍ଷମତା ବିଶିଷ୍ଟ ନର୍ଦ୍ଦମା ଜଳ ବିଶୋଧନାଗାର ଅର୍ଥାତ୍ ଏସଟିପି ନିର୍ମାଣ ପାଇଁ ରାଜ୍ୟ ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରଶାସନିକ ମଞ୍ଜୁରି ମିଳିଛି। ଏହି ପ୍ରକଳ୍ପର ମୋଟ୍ ବ୍ୟୟ ଅଟକଳ ୧୭୮ କୋଟି ୫୦ ଲକ୍ଷ ୭୯ ହଜାର ୭୯ ଟଙ୍କା ରହିଛି।

ସହରର ମଇଳା ଓ ଆବର୍ଜନା ପାଣି ସିଧାସଳଖ ଜୀରାନଦୀରେ ପଡ଼ି ଜଳକୁ ପ୍ରଦୂଷିତ କରୁଥିବାରୁ ଏହି ପ୍ରକଳ୍ପ ମାଧ୍ୟମରେ ସେହି ସମସ୍ୟାର ସ୍ଥାୟୀ ସମାଧାନ କରାଯିବ। ପ୍ରକଳ୍ପ ଅନ୍ତର୍ଗତ ଜଳ ସଂଗ୍ରହ ପାଇଁ ପ୍ରମୁଖ ଡ୍ରେନର ସର୍ଭେ, ଡିଜାଇନ ଓ ନିର୍ମାଣ, ଇଣ୍ଟରସେପ୍ସନ୍ ଓ ଡାଇଭର୍ସନ୍ ବ୍ୟବସ୍ଥା, ୨୦ ଏମଏଲଡି କ୍ଷମତା ବିଶିଷ୍ଟ ମୁଖ୍ୟ ପମ୍ପିଂ ଷ୍ଟେସନ୍, ୧୫ ଏମଏଲଡି କ୍ଷମତା ବିଶିଷ୍ଟ ଏସଟିପି, ଟ୍ରିଟେଡ୍ ୱାଟର ରିଉଜ୍ ସିଷ୍ଟମ୍ ଏବଂ ୧୦ ବର୍ଷର ପରିଚାଳନା ଓ ରକ୍ଷଣାବେକ୍ଷଣ ବ୍ୟବସ୍ଥା କରାଯିବ।

ଏହି ପ୍ରକଳ୍ପ ପାଇଁ ଧାର୍ଯ୍ୟ ଅର୍ଥ ମଧ୍ୟରୁ ପ୍ରମୁଖ ଡ୍ରେନ ନିର୍ମାଣ ପାଇଁ ୭୪.୩୩ କୋଟି ଟଙ୍କା, ଇଣ୍ଟରସେପ୍ସନ୍, ଡାଇଭର୍ସନ୍, ପମ୍ପିଂ ବ୍ୟବସ୍ଥା ଏବଂ ରକ୍ଷଣାବେକ୍ଷଣ ପାଇଁ ୩୮.୧୭ କୋଟି ଟଙ୍କା ଏବଂ ଏସଟିପି ସହ ଟ୍ରିଟେଡ୍ ୱାଟର ରିଉଜ୍ ସିଷ୍ଟମ୍ ଓ ରକ୍ଷଣାବେକ୍ଷଣ ପାଇଁ ୬୫.୯୯ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି। ଏହି ସମସ୍ତ ଖର୍ଚ୍ଚ ଏଫସି ଟାଏଡ୍ ଗ୍ରାଣ୍ଟ ଜରିଆରେ ବହନ କରାଯିବ। ଓଡ଼ିଶା ୱାଟର ସପ୍ଲାଇ ଆଣ୍ଡ ସିୱେରେଜ ବୋର୍ଡକୁ ଏହି ପ୍ରକଳ୍ପର କାର୍ଯ୍ୟାନ୍ୱୟନ ଦାୟିତ୍ୱ ଦିଆଯାଇଥିବାବେଳେ ସମସ୍ତ କାର୍ଯ୍ୟ ଓପିଡବ୍ଲୁଡି କୋଡ୍ ଅନୁଯାୟୀ ଏବଂ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମ୍ପନ୍ନ କରିବାକୁ ବିଭାଗ ପକ୍ଷରୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି, ଯାହାଦ୍ୱାରା ପ୍ରକଳ୍ପ କାର୍ଯ୍ୟରେ ଅନାବଶ୍ୟକ ବିଳମ୍ବ ଓ ବ୍ୟୟ ବୃଦ୍ଧିକୁ ଏଡ଼ାଯାଇପାରିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?