ରାଜ୍ୟ ସରକାର ଆଦିବାସୀଙ୍କ ସ୍ବାର୍ଥର ପରିପନ୍ଥୀ: କଂଗ୍ରେସ

ଭୁବନେଶ୍ୱର, ୨୪।୧୧(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଆଦିବାସୀମାନଙ୍କ ସ୍ବାର୍ଥର ପରିପନ୍ଥୀ। ଓଡ଼ିଶା ଅନୁସୂଚିତ ଅଞ୍ଚଳ ଅସ୍ଥାବର ସମ୍ପତ୍ତି ହସ୍ତାନ୍ତର ନିୟମ-୧୯୫୬(ଓସାଟିପ)ର ସଂଶୋଧନ ଏହାର ସଦ୍ୟତମ ଉଦାହରଣ। ନଭେମ୍ବର ୧୪ କ୍ୟାବିନେଟ ବୈଠକରେ ଏପରି ଏକ ଦୁର୍ଭାଗ୍ୟଜନକ ନିଷ୍ପତ୍ତି ନିଆଗଲା ଏବଂ ନଭେମ୍ବର ୧୬ରେ ଏପରି ନିଷ୍ପତ୍ତିର କାର୍ଯ୍ୟକାରିତା ଉପରେ ସ୍ଥଗିତାଦେଶ ଜାରି କରାଗଲା। ଏହା ସ୍ପଷ୍ଟ ପ୍ରମାଣ କରୁଛି, ବିନା ବୁଝିବିଚାରି ସରକାର ନିଷ୍ପତ୍ତି ଗ୍ରହଣ କରୁଛନ୍ତି। ଆଦିବାସୀଙ୍କ ଜମି ଅଧିକାରର ସୁରକ୍ଷା ପ୍ରଥମେ ୧୯୫୬ରେ ଓସାଟିପ ନିୟମ, ୨୦୦୬ରେ ଜଙ୍ଗଲ ଜମି ଅଧିକାର ଆଇନ ଓ ୨୦୧୩ ଜମି ଅଧିଗ୍ରହଣ ଏବଂ ପୁନର୍ବସତି ଆଇନରେ ପ୍ରଶସ୍ତ ପ୍ରାବଧାନ ମାନ କରାଯାଇଥିଲେ ମଧ୍ୟ ବିଜେଡି ସରକାରଙ୍କ ଏହି ନିଷ୍ପତ୍ତି ଅଭିସନ୍ଧିିମୂଳକ ବୋଲି କଂଗ୍ରେସ ନେତା ଗଣେଶ୍ୱର ବେହେରା କହିଛନ୍ତି। ଗୁରୁବାର କଂଗ୍ରେସ ଭବନଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଗଣେଶ୍ୱର କହିଛନ୍ତି, ଆଦିବାସୀ ଜମି ଅଣଆଦିବାସୀଙ୍କୁ ହସ୍ତାନ୍ତର ପାଇଁ ଆଦିବାସୀ ପରାମର୍ଶଦାତା ପରିଷଦ (ଟିଏସି)ର ସୁପାରିସକ୍ରମେ କ୍ୟାବିନେଟ୍‌ ନିଷ୍ପତ୍ତି ନିଆଯାଇଥିବା ସରକାର କହୁଛନ୍ତି। କିନ୍ତୁ ବାସ୍ତବରେ ଟିଏସି ବୈଠକରେ ଆଦିବାସୀ ଜମି ଅଣଆଦିବାସୀଙ୍କୁ ହସ୍ତାନ୍ତର ପାଇଁ କୌଣସି ନିଷ୍ପତ୍ତି ନିଆଯାଇ ନ ଥିଲା। ସରକାର ଚଞ୍ଚକତା କରି ଅଣଆଦିବାସୀ, ଶିଳ୍ପପତି ଓ ପୁଞ୍ଜିପତିଙ୍କ ସ୍ବାର୍ଥ ସାଧନ ପାଇଁ ଏପରି ହେରଫେର କରିବା ଅକ୍ଷମଣୀୟ। ୨୦୧୦ରେ ରାଜ୍ୟ ସରକାରଙ୍କ ଅନୁରୂପ ଉଦ୍ୟମ ରାଷ୍ଟ୍ରପତିଙ୍କ ଦ୍ୱାରା ପ୍ରତ୍ୟାଖ୍ୟାତ ହୋଇଥିବା ବୋଲି ଗଣେଶ୍ୱର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?