କୃଷକଙ୍କୁ ନେଇ ରାଜନୀତି କରୁଛନ୍ତି ରାଜ୍ୟ ସରକାର: କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର,୨୭ା୮(ବ୍ୟୁରୋ): ରାଜ୍ୟ ସରକାର ଯେତେ ପରିମାଣର ସାର କେନ୍ଦ୍ର ସରକାରଙ୍କୁ ମାଗିଛନ୍ତି ସେହି ପରିମାଣର ସାର କେନ୍ଦ୍ର ସରକାର ଯୋଗାଇ ଦେଇଛନ୍ତି। ୨୦୨୨ ଅଗଷ୍ଟ ୨୫ ସୁଦ୍ଧା ରାଜ୍ୟ ସରକାର ୟୁରିଆ ସାର ୦.୦୮ଏଲ୍‌ଏମ୍‌ଟି ମାଗିଥିଲା ବେଳେ କେନ୍ଦ୍ର ସରକାର ୨.୦୪ ଏଲ୍‌ଏମ୍‌ଟି ସାର ଯୋଗାଇ ଦେଇଛନ୍ତି। ସେହିପରି ଡିଏପିରେ ୦.୩୦ ଏଲ୍‌ଏମ୍‌ଟି ମାଗିଥିବା ବେଳେ ୦.୫୨ ଏଲ୍‌ଏମ୍‌ଟି, ଏମ୍‌ଓପି ୦.୨୫ ଏଲ୍‌ଏମ୍‌ଟି ମାଗିଥିବା ବେଳେ ୦.୪୫ ଏଲ୍‌ଏମ୍‌ଟି, ଏନ୍‌ପିକେଏସ୍‌ ୦.୪୦ ଏଲ୍‌ଏମ୍‌ଟି ମାଗିଥିବା ବେଳେ ୧.୩୭ ଏଲ୍‌ଏମ୍‌ଟି କେନ୍ଦ୍ର ସରକାର ଯୋଗାଇ ଦେଇଛନ୍ତି ବୋଲି ସାର ଓ ରସାୟନ ରାଷ୍ଟ୍ରମନ୍ତ୍ରୀ ଭଗୱନ୍ତ ଖୁବା କହିଛନ୍ତି।
ସେ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୃଷକଙ୍କୁ ନେଇ ରାଜନୀତି କରୁଛନ୍ତି। ଓଡ଼ିଶାର କୃଷକମାନଙ୍କୁ ଯେତିକି ସାର ଆବଶ୍ୟକ ତାହା କେନ୍ଦ୍ର ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯାଉଛି। ମୁଖ୍ୟମନ୍ତ୍ରୀ ମିଛ କୁହନ୍ତୁନି କି ତାଙ୍କ ଅଫିସରମାନଙ୍କୁ ମଧ୍ୟ ମିଛ କହିବା ପାଇଁ ବାରଣ କରନ୍ତୁ। କେନ୍ଦ୍ର ସରକାର ସାର ଓ ରସାୟନ ବିଭାଗର ୱେବ୍‌ସାଇଟରେ ରାଜ୍ୟମାନଙ୍କୁ ଦିଆଯାଉଥିବା ସାରର ସବୁ ତଥ୍ୟ ପ୍ରତ୍ୟେକ ଦିନ ଅପ୍‌ଡେଟ ହୋଇଥାଏ। କେନ୍ଦ୍ର ମନ୍ତ୍ରୀ ଖୁବା ରାଜ୍ୟର କୃଷକମାନଙ୍କୁ ଅପିଲ କରିଛନ୍ତି ଯେ, ସାର ଅଭାବୀ ଖବରକୁ ବିଶ୍ୱାସ କରନ୍ତୁ ନାହିଁ। ନିର୍ଦ୍ଧାରିତ ଦରଠାରୁ ଅଧିକ ଦାମ୍‌ ଦିଅନ୍ତୁ ନାହିଁ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri