କୃଷକଙ୍କୁ ନେଇ ରାଜନୀତି କରୁଛନ୍ତି ରାଜ୍ୟ ସରକାର: କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର,୨୭ା୮(ବ୍ୟୁରୋ): ରାଜ୍ୟ ସରକାର ଯେତେ ପରିମାଣର ସାର କେନ୍ଦ୍ର ସରକାରଙ୍କୁ ମାଗିଛନ୍ତି ସେହି ପରିମାଣର ସାର କେନ୍ଦ୍ର ସରକାର ଯୋଗାଇ ଦେଇଛନ୍ତି। ୨୦୨୨ ଅଗଷ୍ଟ ୨୫ ସୁଦ୍ଧା ରାଜ୍ୟ ସରକାର ୟୁରିଆ ସାର ୦.୦୮ଏଲ୍‌ଏମ୍‌ଟି ମାଗିଥିଲା ବେଳେ କେନ୍ଦ୍ର ସରକାର ୨.୦୪ ଏଲ୍‌ଏମ୍‌ଟି ସାର ଯୋଗାଇ ଦେଇଛନ୍ତି। ସେହିପରି ଡିଏପିରେ ୦.୩୦ ଏଲ୍‌ଏମ୍‌ଟି ମାଗିଥିବା ବେଳେ ୦.୫୨ ଏଲ୍‌ଏମ୍‌ଟି, ଏମ୍‌ଓପି ୦.୨୫ ଏଲ୍‌ଏମ୍‌ଟି ମାଗିଥିବା ବେଳେ ୦.୪୫ ଏଲ୍‌ଏମ୍‌ଟି, ଏନ୍‌ପିକେଏସ୍‌ ୦.୪୦ ଏଲ୍‌ଏମ୍‌ଟି ମାଗିଥିବା ବେଳେ ୧.୩୭ ଏଲ୍‌ଏମ୍‌ଟି କେନ୍ଦ୍ର ସରକାର ଯୋଗାଇ ଦେଇଛନ୍ତି ବୋଲି ସାର ଓ ରସାୟନ ରାଷ୍ଟ୍ରମନ୍ତ୍ରୀ ଭଗୱନ୍ତ ଖୁବା କହିଛନ୍ତି।
ସେ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୃଷକଙ୍କୁ ନେଇ ରାଜନୀତି କରୁଛନ୍ତି। ଓଡ଼ିଶାର କୃଷକମାନଙ୍କୁ ଯେତିକି ସାର ଆବଶ୍ୟକ ତାହା କେନ୍ଦ୍ର ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯାଉଛି। ମୁଖ୍ୟମନ୍ତ୍ରୀ ମିଛ କୁହନ୍ତୁନି କି ତାଙ୍କ ଅଫିସରମାନଙ୍କୁ ମଧ୍ୟ ମିଛ କହିବା ପାଇଁ ବାରଣ କରନ୍ତୁ। କେନ୍ଦ୍ର ସରକାର ସାର ଓ ରସାୟନ ବିଭାଗର ୱେବ୍‌ସାଇଟରେ ରାଜ୍ୟମାନଙ୍କୁ ଦିଆଯାଉଥିବା ସାରର ସବୁ ତଥ୍ୟ ପ୍ରତ୍ୟେକ ଦିନ ଅପ୍‌ଡେଟ ହୋଇଥାଏ। କେନ୍ଦ୍ର ମନ୍ତ୍ରୀ ଖୁବା ରାଜ୍ୟର କୃଷକମାନଙ୍କୁ ଅପିଲ କରିଛନ୍ତି ଯେ, ସାର ଅଭାବୀ ଖବରକୁ ବିଶ୍ୱାସ କରନ୍ତୁ ନାହିଁ। ନିର୍ଦ୍ଧାରିତ ଦରଠାରୁ ଅଧିକ ଦାମ୍‌ ଦିଅନ୍ତୁ ନାହିଁ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri