ନଦୀ ସୁରକ୍ଷା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ

ଭୁବନେଶ୍ୱର,୨୬ା୪(ବ୍ୟୁରୋ): ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏଭଳି ସ୍ଥିତିରେ ଜଳର ଘୋର ଅଭାବ ମଧ୍ୟ ଦେଖାଦେଇଛି। ସାଧାରଣ ଲୋକ ପିଇବା ପାଣି ମୁନ୍ଦାଏ ପାଇପାରୁ ନାହାନ୍ତି। ରାଜ୍ୟ ସରକାରଙ୍କ ଅହେତୁକ କମ୍ପାନୀ ପ୍ରୀତି ଏହାର ପ୍ରମୁଖ କାରଣ। ନଦୀଗୁଡ଼ିକରୁ ବିଭିନ୍ନ କମ୍ପାନୀ କର୍ତ୍ତୃପକ୍ଷ ଅନୈତିକ ଉପାୟରେ ଜଳ ଶୋଷି ନେଉଛନ୍ତି। ତେଣୁ ଅଧିକାଂଶ ନଦୀ ଶୁଖିଲା ପଡ଼ିଛି ବୋଲି ଭାଜପା ନଦୀ ସୁରକ୍ଷା ସମିତି (ନମାମୀ ଗଙ୍ଗେ) ବୈଠକରେ ଯୋଗଦେଇ ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି। ଏହି ଅବସରରେ ବିଭିନ୍ନ ମତ ଉପରେ ସହମତି ନେଇ ନଦୀ ପାଣିର ସୁରକ୍ଷା ପାଇଁ ଏବଂ କମ୍ପାନୀର ଏତାଦୃଶ ବେଆଇନ କାର୍ଯ୍ୟ ବିରୋଧରେ ଆସନ୍ତା ୫ ତାରିଖରେ ନଦୀ ସୁରକ୍ଷା ସମିତିର ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଦାବି ଜଣାଇବେ। ଆସନ୍ତା ୯ରୁ ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ପର୍ଯ୍ୟାୟକ୍ରମେ ୫୮ଟି ସବ୍‌ଡିଭିଜନରେ ଉକତ୍ଟ କୃତ୍ରିମ ଜଳାଭାବ ନେଇ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ ସହ ଦାବିପତ୍ର ଦିଆଯିବ ବୋଲି ବୈଠକରେ ମତ ପ୍ରକାଶ ପାଇଛି। ବିଶେଷକରି କେନ୍ଦୁଝର, ସୁନ୍ଦରଗଡ଼ ଆଦି ଜିଲାରେ ବଡ଼ ବଡ଼ ଲୁହାପଥର କମ୍ପାନୀମାନେ ଲୁହାପଥର ଗୁଣ୍ଡକୁ ବଡ଼ ବଡ଼ ପାଇପ ମାଧ୍ୟମରେ ନଦୀ ପାଣିକୁ ପ୍ରବାହିତ କରି ବନ୍ଦର ପର୍ଯ୍ୟନ୍ତ ନେଉଛନ୍ତି। ଏହି ଅବସରରେ ସ୍ବାଧୀନତାର ୭୫ତମ ଅମୃତ ମହୋତ୍ସବ ବର୍ଷରେ ଭାରତବର୍ଷର ପ୍ରତ୍ୟେକ ଜିଲାରେ ୭୫ଟି ଜଳାଶୟ ସୃଷ୍ଟି କରାଯିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନକୁ ସ୍ବାଗତଯୋଗ୍ୟ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri