ନଦୀ ସୁରକ୍ଷା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ

ଭୁବନେଶ୍ୱର,୨୬ା୪(ବ୍ୟୁରୋ): ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏଭଳି ସ୍ଥିତିରେ ଜଳର ଘୋର ଅଭାବ ମଧ୍ୟ ଦେଖାଦେଇଛି। ସାଧାରଣ ଲୋକ ପିଇବା ପାଣି ମୁନ୍ଦାଏ ପାଇପାରୁ ନାହାନ୍ତି। ରାଜ୍ୟ ସରକାରଙ୍କ ଅହେତୁକ କମ୍ପାନୀ ପ୍ରୀତି ଏହାର ପ୍ରମୁଖ କାରଣ। ନଦୀଗୁଡ଼ିକରୁ ବିଭିନ୍ନ କମ୍ପାନୀ କର୍ତ୍ତୃପକ୍ଷ ଅନୈତିକ ଉପାୟରେ ଜଳ ଶୋଷି ନେଉଛନ୍ତି। ତେଣୁ ଅଧିକାଂଶ ନଦୀ ଶୁଖିଲା ପଡ଼ିଛି ବୋଲି ଭାଜପା ନଦୀ ସୁରକ୍ଷା ସମିତି (ନମାମୀ ଗଙ୍ଗେ) ବୈଠକରେ ଯୋଗଦେଇ ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି। ଏହି ଅବସରରେ ବିଭିନ୍ନ ମତ ଉପରେ ସହମତି ନେଇ ନଦୀ ପାଣିର ସୁରକ୍ଷା ପାଇଁ ଏବଂ କମ୍ପାନୀର ଏତାଦୃଶ ବେଆଇନ କାର୍ଯ୍ୟ ବିରୋଧରେ ଆସନ୍ତା ୫ ତାରିଖରେ ନଦୀ ସୁରକ୍ଷା ସମିତିର ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଦାବି ଜଣାଇବେ। ଆସନ୍ତା ୯ରୁ ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ପର୍ଯ୍ୟାୟକ୍ରମେ ୫୮ଟି ସବ୍‌ଡିଭିଜନରେ ଉକତ୍ଟ କୃତ୍ରିମ ଜଳାଭାବ ନେଇ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ ସହ ଦାବିପତ୍ର ଦିଆଯିବ ବୋଲି ବୈଠକରେ ମତ ପ୍ରକାଶ ପାଇଛି। ବିଶେଷକରି କେନ୍ଦୁଝର, ସୁନ୍ଦରଗଡ଼ ଆଦି ଜିଲାରେ ବଡ଼ ବଡ଼ ଲୁହାପଥର କମ୍ପାନୀମାନେ ଲୁହାପଥର ଗୁଣ୍ଡକୁ ବଡ଼ ବଡ଼ ପାଇପ ମାଧ୍ୟମରେ ନଦୀ ପାଣିକୁ ପ୍ରବାହିତ କରି ବନ୍ଦର ପର୍ଯ୍ୟନ୍ତ ନେଉଛନ୍ତି। ଏହି ଅବସରରେ ସ୍ବାଧୀନତାର ୭୫ତମ ଅମୃତ ମହୋତ୍ସବ ବର୍ଷରେ ଭାରତବର୍ଷର ପ୍ରତ୍ୟେକ ଜିଲାରେ ୭୫ଟି ଜଳାଶୟ ସୃଷ୍ଟି କରାଯିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନକୁ ସ୍ବାଗତଯୋଗ୍ୟ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

ଜନଗଣନା ପରେ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୧।୭(ରବିନାରାୟଣ ଜେନା): ରାଜ୍ୟରେ ଚାଲିଥିବା ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ଏବଂ ଜନଗଣନା ପରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତ(କମିଶନର)…

ବିନା ପ୍ରେସ୍‌କ୍ରିପ୍ସନରେ ବିକ୍ରି ହେବନି ୧୨%ରୁ ଅଧିକ ଆଲ୍‌କୋହଲଯୁକ୍ତ ଔଷଧ

ନୂଆଦିଲ୍ଲୀ,୧୧ା୭: ଆଲ୍‌କୋହଲଯୁକ୍ତ ଔଷଧର ଦୁରୁପଯୋଗ ହେଉଥିବାରୁ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ଔଷଧ ପ୍ରସ୍ତୁତି ନିୟମ ଡ୍ରଗ୍ସ ରୁଲ୍‌ସ, ୧୯୪୫ରେ ସଂଶୋଧନ ଆଣିଛନ୍ତି। ୧୨ ପ୍ରତିଶତରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri