ଓଡ଼ିଆ ପାଠ୍ୟକ୍ରମରେ ବିଜୁ ପଟ୍ଟନାୟକ ସ୍ବତନ୍ତ୍ର କେନ୍ଦ୍ର ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର-ଜେଏନ୍‌ୟୁ ବୁଝାମଣାପତ୍ର ସ୍ବାକ୍ଷରିତ

ଭୁବନେଶ୍ୱର,୪ା୨(ଅସମାପିକା ସାହୁ): ନୂଆଦିଲ୍ଲୀ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟରେ ଓଡ଼ିଆ ପାଠ୍ୟକ୍ରମରେ ବିଜୁ ପଟ୍ଟନାୟକ ସ୍ବତନ୍ତ୍ର କେନ୍ଦ୍ର ପ୍ରତିଷ୍ଠା ନିମନ୍ତେ ଓଡ଼ିଶା ସରକାର ଓ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ,ନୂଆଦିଲ୍ଲୀ ମଧ୍ୟରେ ଏକ ବୁଝାମଣାପତ୍ର ସ୍ବାକ୍ଷର ହୋଇଛି।
ରବିବାର ଲୋକସେବା ଭବନଠାରେ ଆୟୋଜିତ ବୁଝାମଣାପତ୍ର ସ୍ବାକ୍ଷରିତ କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଉପସ୍ଥିତିରେ ଏହା ସ୍ବାକ୍ଷରିତ ହୋଇଛି। ରାଜ୍ୟ ସରକାରଙ୍କ ତରଫରୁ ଉଚ୍ଚଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଅରବିନ୍ଦ ଅଗ୍ରଓ୍ବାଲ ଏବଂ ଜେଏନ୍‌ୟୁର କୁଳପତି ଶାନ୍ତିଶ୍ରୀ ଧୁଲିପୁଡି ପଣ୍ଡିତ ଏହି ବୁଝାମଣାପତ୍ରରେ ସ୍ବାକ୍ଷର କରିଛନ୍ତି। ଓଡ଼ିଆ ଭାଷାରେ ପ୍ରଗତିଶୀଳ ଗବେଷଣା ନିମନ୍ତେ ଏକ ସୌହାର୍ଦ୍ଦ୍ୟପୂର୍ଣ୍ଣ ସହଭାଗିତା ଓ ସହଯୋଗିତା, ଆମର ସାଂସ୍କୃତିକ ଐତିହ୍ୟର ସଂରକ୍ଷଣ ତଥା ପ୍ରୋତ୍ସାହନ ନିମନ୍ତେ ଉଲ୍ଲେଖନୀୟ ଭିତ୍ତି ନିର୍ମାଣ ଏହି ବୁଝାମଣାପତ୍ରର ମୁଖ୍ୟ ଉଦ୍ଦେଶ୍ୟ। ଏହି ବୁଝାମଣାପତ୍ର ସ୍ବାକ୍ଷରିତ ସମୟରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ କମିଶନର ତଥା ଶାସନ ସଚିବ ସୁଜାତା ରାଉତ କାର୍ତ୍ତିକେୟନଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହେବ ଭାରତ-ପାକିସ୍ତାନ ଯୁଦ୍ଧ! ଆମେରିକାର ବିପଦପୂର୍ଣ୍ଣ ଭବିଷ୍ୟବାଣୀ ପରେ ବିଶ୍ୱ ଛାନିଆ

ନୂଆଦିଲ୍ଲୀ,୫।୫: ଅପରେଶନ ସିନ୍ଦୁରର ବାର୍ଷିକୀ ପୂର୍ବରୁ, ଆମେରିକାରୁ ଏକ ବିପଦପୂର୍ଣ୍ଣ ଭବିଷ୍ୟବାଣୀ ଆସିଛି। ଏହା ଏକ ଭବିଷ୍ୟବାଣୀ ଯାହା ଗତ ବର୍ଷ ପାକିସ୍ତାନୀ ଶାସକମାନଙ୍କ ମୁହଁରେ ଦେଖାଯାଇଥିବା…

୨ ମାଟ୍ରିକ ପଢୁଆ ଛାତ୍ରୀଙ୍କୁ ଅପହରଣ, ଘରେ ପଡ଼ିଛି ଭାଳେଣି: ଖୋଜୁଛି ପୋଲିସ

ଦିଗପହଣ୍ଡି,୫।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ମାଟ୍ରିକ ପଢୁଥିବା ଛାତ୍ରୀ(୧୬)ଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ଛାତ୍ରୀଙ୍କ…

ଭଞ୍ଜନଗର ଯାତ୍ରାରେ ଜମୁଛି ଭିଡ: ସରକାରଙ୍କ ଦ୍ୱାରା ହେବ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ

ଭଞ୍ଜନଗର,୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାରେ ଦିନକୁ ଦିନ ଭିଡ ଜମୁଛି। ମଙ୍ଗଳବାର ଯାତ୍ରା ୧୦ ଦିନରେ ପହଞ୍ଚିଛି। ସହର ଅପେକ୍ଷା ଗ୍ରାମାଞ୍ଚଳ ଲୋକ…

ପଶ୍ଚିମବଙ୍ଗରେ କିଏ ଧରିବ ମଙ୍ଗ? ଶାହାଙ୍କ ସହ ମୋହନଙ୍କୁ ଗୁରୁଦାୟିତ୍ୱ ଦେଲା ଭାଜପା

ନୂଆଦିଲ୍ଲୀ/ଭୁବନେଶ୍ୱର,୫।୫: ଭାରତୀୟ ଜନତା ପାର୍ଟିର ସଂସଦୀୟ ବୋର୍ଡ ମଙ୍ଗଳବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଚୟନ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତ…

ଇରାନୀ ଡ୍ରୋନ ଆକ୍ରମଣରେ ୩ ଭାରତୀୟ ଆହତ ଘଟଣାକୁ ନେଇ ଚେତାବନୀ ଜାରି କଲା ଦେଶ

ନୂଆଦିଲ୍ଲୀ,୫।୫: ପଶ୍ଚିମ ଏସିଆର ପରିସ୍ଥିତି ଏପର୍ଯ୍ୟନ୍ତ ସ୍ବାଭାବିକ ହୋଇନାହିଁ। ସୋମବାର (ମେ ୪) ଦିନ, ୟୁଏଇର ଫୁଜୈରାହ ପେଟ୍ରୋଲିୟମ ଇଣ୍ଡଷ୍ଟ୍ରିଜ ଜୋନ (FOIZ) ରେ ଡ୍ରୋନ ଆକ୍ରମଣ…

ଦାଦନ ଖଟିବାକୁ କେରଳ ଯାଇଥିଲେ ଅଭିମନ୍ୟୁ, ପାଲଟିଲେ ଶବ

ଚିକିଟି,୫।୫(ପ୍ରକାଶ ଚନ୍ଦ୍ର ସାହୁ): କେରଳସ୍ଥିତ ଥିରୁଭାନନ୍ତପୁରମ ଅଞ୍ଚଳରେ ଏକ ଘରୋଇ କମ୍ପାନୀରେ କାମ କରୁଥିବା ଓଡ଼ିଆ ଶ୍ରମିକଙ୍କ ରବିବାର ମୃତ୍ୟୁ ଘଟିଛି l ସେ ହେଲେ ଗଞ୍ଜାମ…

ବୈତରଣୀ ନଦୀ କୂଳରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର, ସୋମବାରଠୁ ଥିଲେ ନିଖୋଜ

ପାଟଣା,୫ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ କେନ୍ଦୁଯୋଡା ଗ୍ରାମ ନିକଟସ୍ଥ ବୈତରଣୀ ନଦୀ କୂଳରୁ ମଙ୍ଗଳବାର ଜଣେ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି…

ଆସାମରେ ହାରିଲେ ୩ ପୂର୍ୱତନ ମୁଖ୍ୟମନ୍ତ୍ରୀଙ୍କ ପୁଅ, ଜାଣନ୍ତୁ….

ଗୁଆହାଟୀ,୫ା୫: ଆସାମ ବିଧାନସଭା ନିର୍ୱାଚନରେ ୩ ପୂର୍ୱତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ପରାଜିତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ରାଜ୍ୟ କଂଗ୍ରେସ ସଭାପତି ତଥା ଏମ୍‌ପି ଗୌରବ ଗୋଗୋଇ, ପୂର୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri