୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପୂର୍ବରୁ ରାଜ୍ୟ ସରକାରଙ୍କ କଡ଼ା ସୁରକ୍ଷା ବ୍ୟବସ୍ଥା: ଜିଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୬ା୭: ବାଲେଶ୍ବର ଫକୀର ମୋହନ (FM) ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମହତ୍ୟା ଘଟଣାକୁ ନେଇ କଂଗ୍ରେସ ଦଳ ଆସନ୍ତାକାଲି (ଜୁଲାଇ ୧୭) ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଛି। ଏହି ବନ୍ଦକୁ ଦୃଷ୍ଟିରେ ରଖି ରାଜ୍ୟ ଗୃହ ବିଭାଗ ସମସ୍ତ ଜିଲାପାଳଙ୍କୁ ଚିଠି ଜାରି କରି ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛି। ବନ୍ଦ ସମୟରେ ଜରୁରୀକାଳୀନ ସେବା ଯେପରି ପ୍ରଭାବିତ ନ ହୁଏ, ସେଥିପାଇଁ ବିଶେଷ ଗୁରୁତ୍ୱ ଦିଆଯାଇଛି।

କଂଗ୍ରେସ ଓ ଅନ୍ୟ ସମର୍ଥକ ଗୋଷ୍ଠୀଙ୍କ ପକ୍ଷରୁ ଘୋଷିତ ଏହି ବନ୍ଦ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ। ଏହା ବାଲେଶ୍ବର FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ଯୌନ ନିର୍ଯାତନା ଅଭିଯୋଗକୁ କେନ୍ଦ୍ର କରି ଡକାଯାଇଛି। ଏହି ଘଟଣା ରାଜ୍ୟରେ ତୀବ୍ର ରାଜନୈତିକ ବିବାଦ ସୃଷ୍ଟି କରିଛି, ଯେଉଁଥିରେ ବିଜେଡି ମଧ୍ୟ ବାଲେଶ୍ବରରେ ୮ ଘଣ୍ଟିଆ ବନ୍ଦ ଡାକରା ଦେଇଛି।

ରାଜ୍ୟ ଗୃହ ବିଭାଗ ଲୋକସେବା ଭବନ, ଖାରବେଳ ଭବନ, ରାଜୀବ ଭବନ ଏବଂ କୃଷି ଭବନ ଆଦି ଗୁରୁତ୍ୱପୂର୍ଣ୍ଣ ଅଫିସଗୁଡ଼ିକରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛି। ସମ୍ଭାବ୍ୟ ରାସ୍ତା ଅବରୋଧ, ବନ୍ଦ ଓ ଆଇନଶୃଙ୍ଖଳା ସମସ୍ୟାକୁ ଦୃଷ୍ଟିରେ ରଖି କର୍ମଚାରୀମାନଙ୍କୁ ସକାଳ ସକାଳ ଅଫିସ ଆସିବା, ଦର୍ଶନାଥୀଙ୍କ ପ୍ରବେଶ ସୀମିତ କରିବା, ଗେଟ୍‌ରେ ପ୍ରବେଶ ନିୟନ୍ତ୍ରଣ, ପରିଚୟ ପତ୍ର ଯାଞ୍ଚକୁ କଡ଼ାକଡ଼ି କରିବା ଏବଂ ଅଫିସ ଭିତରେ ଅନାବଶ୍ୟକ ଗତିବିଧି ହ୍ରାସ କରିବାକୁ ପରାମର୍ଶ ଦିଆଯାଇଛି।

ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାରେ ରାଜ୍ୟ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। କଲେଜର ପ୍ରିନ୍ସିପାଲ ଦିଲ୍ଲୀପ ଘୋଷ ଓ ଶିକ୍ଷା ବିଭାଗର ଏଚଓଡି ସମୀର ସାହୁଙ୍କୁ ସସ୍ପେଣ୍ଡ କରାଯାଇ ଗିରଫ କରାଯାଇଛି। ଏହାସହ ଏକ ଉଚ୍ଚସ୍ତରୀୟ ତଦନ୍ତ କମିଟି ଗଠନ କରାଯାଇଛି ଏବଂ କ୍ରାଇମବ୍ରାଞ୍ଚ ଅନୁସନ୍ଧାନ ଆରମ୍ଭ କରିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ପୀଡ଼ିତାଙ୍କ ପରିବାରକୁ ନ୍ୟାୟ ଓ ଆହତ ଛାତ୍ର ଜ୍ୟୋତିପ୍ରକାଶ ବିଶ୍ବାଳଙ୍କୁ ସମସ୍ତ ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି।

ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶାନ୍ତି ବଜାୟ ରଖିବା ଓ ଜରୁରୀକାଳୀନ ସେବା ଯଥା ସ୍ବାସ୍ଥ୍ୟ, ଅଗ୍ନିଶମ ଓ ଆମ୍ବୁଲାନ୍ସ ସେବାରେ ବ୍ୟାଘାତ ନ ହେବା ପାଇଁ ସମସ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରୁଛନ୍ତି। ଗୃହ ବିଭାଗ ସମସ୍ତ ଜିଲା ପ୍ରଶାସନକୁ ସତର୍କ ରହି ଆଇନଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣରେ ରଖିବାକୁ ନିର୍ଦ୍ଦେଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri