କଲରାପତରିଆ ବାଘ ଗଣିବେ ନବୀନ ସରକାର

ଭୁବନେଶ୍ୱର, ୨।୩(ଅସମାପିକା ସାହୁ): ରାଜ୍ୟ ସରକାର ନିଜସ୍ବ କଲରାପତରିଆ ବାଘ ଗଣନା କରିବେ। ଆସନ୍ତା ମେ’ରୁ ହାତୀ ଗଣନା ସହ ଏକକାଳୀନ କଲରାପତରିଆ ବାଘ ଗଣନା କରାଯିବ। ରାଜ୍ୟର ସବୁ ଅଞ୍ଚଳରେ କଲରାପତରିଆ ଗଣନା ହେବ ବୋଲି ପିସିସିଏଫ୍‌(ବନ୍ୟପ୍ରାଣୀ) ସୁଶାନ୍ତ ନନ୍ଦ ଶୁକ୍ରବାର ସୂଚନା ଦେଇଛନ୍ତି।

ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ(ଏନ୍‌ଟିସିଏ) ଏବଂ ଓ୍ବାଇଲ୍ଡ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆର ମିଳିତ ସହଯୋଗରେ ଦେଶରେ ହୋଇଥିବା କଲରାପତରିଆ ଗଣନା ରିପୋର୍ଟ-୨୦୨୨ ଗୁରୁବାର ପ୍ରକାଶ ପାଇଥିଲା, ଯେଉଁଥିରେ ଦେଶରେ ଗତ ୪ବର୍ଷରେ କଲରାପତରିଆ ବାଘଙ୍କ ସଂଖ୍ୟା ବଢ଼ିଥିବାବେଳେ ଓଡ଼ିଶାରେ ହ୍ରାସ ପାଇଥିବା ଦର୍ଶାଯାଇଥିଲା। ୨୦୧୮ ମସିହାରେ ହୋଇଥିବା ଗଣନା ବେଳେ ରାଜ୍ୟରେ ୭୬୦ଟି କଲରାପତରିଆ ବାଘ ଥିବାବେଳେ ୨୦୨୨ରେ ଏହା ୫୬୮କୁ ହ୍ରାସ ପାଇଛି। ତେଣୁ ନିଜସ୍ବ ଗଣନା ପାଇଁ ରାଜ୍ୟ ବନ ବିଭାଗ ନିଷ୍ପତ୍ତି ନେଇଛି। ଏ ନେଇ ପିସିସିଏଫ୍‌ କହିଛନ୍ତି, ଏନ୍‌ଟିସିଏ ରିପୋର୍ଟକୁ ତର୍ଜମା କରାଯାଉଛି। ସେଥିରେ କିଛି ତ୍ରୁଟି ଥିବା ଜଣାପଡ଼ୁଛି। ତେଣୁ ଏହାକୁ ରାଜ୍ୟସ୍ତରରେ ସଂଶୋଧନ କରାଯିବ। ପ୍ରଥମତଃ ଏହା ଏନ୍‌ଟିସିଏର ଏକ ଆକଳନ ରିପୋର୍ଟ। ଦ୍ୱିତୀୟରେ ୨୦୨୨ରେ ସେମାନେ ମାତ୍ର ୩ଟି ସ୍ଥାନରେ କ୍ୟାମେରା ଟ୍ରାପ୍‌ ଲଗାଇଥିଲେ। କିନ୍ତୁ ୨୦୧୮ ଆକଳନବେଳେ ୧୪ ଜାଗାରେ କ୍ୟାମେରା ଟ୍ରାପ ଲାଗିଥିଲା, ଯେଉଁଥିରୁ ସେମାନେ ୭୬୦ କଲରାପତରିଆ ଥିବା ଜାଣିବାକୁ ପାଇଥିଲେ। ତେବେ ୨୦୨୨ରେ ଏନ୍‌ଟିସିଏ କ୍ୟାମେରା ଟ୍ରାପ ଲଗାଇଥିବା ଶିମିଳିପାଳ ଓ ସାତକୋଶିଆରେ କଲରାପତରିଆ ସଂଖ୍ୟା ବଢ଼ିଥିବା ରାଜ୍ୟ ପାଇଁ ଖୁସି ଖବର। ଯଦି ଶିମିଳିପାଳ ଓ ସାତକୋଶିଆ ବଫର ଏରିଆରେ କ୍ୟାମେରା ଲାଗିଥାନ୍ତା, ତା’ହେଲେ ସଂଖ୍ୟା ଆହୁରି ବଢ଼ିଥାନ୍ତା। ଏନ୍‌ଟିସିଏ କଲରାପତରିଆ ଆକଳନ ରିପୋର୍ଟ ଗ୍ରହଣୀୟ। କିନ୍ତୁ ସେମାନେ ବହୁତ କମ ଅଞ୍ଚଳ କଭର କରିଥିବାରୁ ଆକଳନ ଏକପାଖିଆ ହୋଇଯାଉଛି ବୋଲି ପିସିସିଏଫ୍‌ କହିଛନ୍ତି।
ଏଠାରେ ଉଲ୍ଲେଖଯୋଗ୍ୟ, ରାଜ୍ୟରେ ମହାବଳ ବାଘ ସଂଖ୍ୟା କମ୍‌ ଦର୍ଶାଇବା ପରେ ରାଜ୍ୟ ସରକାର ଏହାକୁ ଚାଲେଞ୍ଜ କରିଥିଲେ। ରାଜ୍ୟରେ ଅଧିକ ବାଘ ଥିବା କହିବା ସହ ରାଜ୍ୟ ସରକାର ନିଜସ୍ବ ବାଘ ଗଣନା କରିଲେ। ରାଜ୍ୟରେ ୩୦ଟି ମହାବଳ ବାଘ ଥିବା ନେଇ ନିକଟରେ ରିପୋର୍ଟ ପ୍ରକାଶ ପାଇଥିଲା। ସେହିଭଳି ଏବେ ଏନ୍‌ଟିସିଏର କଲରାପତରିଆ ଗଣନା ରିପୋର୍ଟକୁ ମଧ୍ୟ ବନ ବିଭାଗ ସ୍ବୀକାର କରୁନାହିଁ। ରାଜ୍ୟରେ ଆହୁରି ଅଧିକ ସଂଖ୍ୟକ କଲରାପତରିଆ ଥିବା କହୁଛି। ତେଣୁ ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏବେ କଲରାପତରିଆ ବାଘ ପାଇଁ ବି ନିଜସ୍ବ ଗଣନା କରିବେ ବୋଲି କହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri