ଜେଇଇ ପରୀକ୍ଷାର୍ଥୀଙ୍କୁ ସମସ୍ତ ସୁବିଧା ଯୋଗାଇ ଦେବେ ସରକାର

ଭୁବନେଶ୍ୱର,୨୮।୮(ବ୍ୟୁରୋ)- ଆସନ୍ତା ସେପ୍ଟେମ୍ବର ୧ରୁ ୬ ତାରିଖ ମଧ୍ୟରେ ସମଗ୍ର ଦେଶରେ ଜେଇଇ(ମେନ୍‌) ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ଏଥିସହିତ ସେପ୍ଟେମ୍ବର ୧୩ ତାରିଖରେ ଏନ୍‌ଇଇଟି ପରୀକ୍ଷା ହେବ। ଏଥିପାଇଁ ରାଜ୍ୟର ୭ଟି ସ୍ଥାନରେ ୨୬ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ରାଜ୍ୟରୁ ପ୍ରାୟ ୩୭ ହଜାର ପରୀକ୍ଷାର୍ଥୀ ଏହି ପରୀକ୍ଷା ଦେବେ। ଛାତ୍ରୀଛାତ୍ରମାନେ କିପରି ପରୀକ୍ଷା କେନ୍ଦ୍ରକୁ ସୁବିଧାରେ ଯାଇ ଆସିପାରିବେ ସେ ନେଇ ରାଜ୍ୟ ସରକାର ସମସ୍ତ ବ୍ୟବସ୍ଥା କରିଛନ୍ତି। ପରୀକ୍ଷାର୍ଥୀଙ୍କୁ ଜିଲା ସଦରମହକୁମାରୁ ପରୀକ୍ଷା କେନ୍ଦ୍ର ପର୍ଯ୍ୟନ୍ତ ରାଜ୍ୟ ସରକାର ମାଗଣାରେ ଯିବା ଆସିବା ଓ ରହିବା ସୁବିଧା ଯୋଗାଇ ଦେବେ। ଯେଉଁମାନେ ନିଜ ବ୍ୟବସ୍ଥାରେ ଯିବେ ସେମାନଙ୍କୁ ସରକାରଙ୍କ ତରଫରୁ ସମସ୍ତ ସହାୟତା କରାଯିବ। ଯେଉଁମାନେ ପରିବହନ ସୁବିଧା ଚାହିଁବେ ସେମାନଙ୍କୁ ମାଗଣାରେ ପରିବହନ ସୁବିଧା ମିଳିବ। କେଉଁ ପରୀକ୍ଷାର୍ଥୀ କେଉଁ ପରୀକ୍ଷା କେନ୍ଦ୍ରକୁ ଯିବେ ସେ ବିଷୟରେ ସରକାରଙ୍କ ପାଖରେ କିଛି ସୂଚନା ନାହିଁ। ପରିବହନ ସୁବିଧା ନେବା ଲାଗି ପରୀକ୍ଷାର୍ଥୀମାନେ ଅଗଷ୍ଟ ୩୧ ସୁଦ୍ଧା ନୋଡାଲ ସେଣ୍ଟରରେ ନିଜର ସମସ୍ତ ସୂଚନା ଦେବାକୁ ପଡ଼ିବ। ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri