ପାର୍ବଣ ଋତୁ ଲାଗି ରାଜ୍ୟ ସରକାରଙ୍କ କୋଭିଡ୍‌ ଗାଇଡଲାଇନ: ଜାଣନ୍ତୁ କ’ଣ ରହିଛି ଏଥିରେ

ଭୁବନେଶ୍ୱର,୯।୮(ବ୍ୟୁରୋ): ଆଗକୁ ପାର୍ବଣ ଋତୁ ଆସୁଥିବାରୁ କରୋନାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗାଇଡଲାଇନ ଜାରି କରିଛନ୍ତି। ଆଗକୁ ଗଣେଶ ପୂଜା, ଦୁର୍ଗା ପୂଜା, ଲକ୍ଷ୍ମୀ ପୂଜା ଓ କାଳୀ ପୂଜା ଆଦି ପଡ଼ୁଥିବା ବେଳେ ସରକାର ବିଭିନ୍ନ କଟକଣା ସହିତ ଗାଇଡଲାଇନ ଜାରି କରିଛନ୍ତି। ତେବେ ଏହି ଗାଇଡଲାଇନରେ କ’ଣ ରହିଛି ଜାଣନ୍ତୁ।

-କଟକଣା ସହ ପୂଜା ଆୟୋଜନ ପାଇଁ ପୂଜା କମିଟିଗୁଡ଼ିକୁ ଅନୁମତି
– ମଣ୍ଡପ, ପେଣ୍ଡାଲରେ ପୂଜା ପାଇଁ ଅନୁମତି ନେବା ଜରୁରୀ
-ଜିଲାରେ ଜିଲାପାଳ ଓ ଟୁଇନ ସିଟିରେ ସିପିଙ୍କ ଅନୁମତି ଆବଶ୍ୟକ
-କେବଳ ପରମ୍ପରା ରକ୍ଷା ପାଇଁ ନିରାଡ଼ମ୍ବର ଭାବେ ପୂଜା କରାଯିବ
– କୌଣସି ସାଜସଜ୍ଜା ହୋଇପାରିବ ନାହିଁ
– ମଣ୍ଡପକୁ ସର୍ବସାଧାରଣ ମନା
– ମଣ୍ଡପ ତିନି ପାର୍ଶ୍ୱରୁ ବନ୍ଦ ରହିବା ବେଳେ ଗୋଟିଏ ପାର୍ଶ୍ୱ ସାମାନ୍ୟ ଖୋଲା ରହିବ
– ମଣ୍ଡପରେ ପ୍ରତିମା ଉଚ୍ଚତା ୪ ଫୁଟରୁ କମ ରଖିବାକୁ ନିର୍ଦ୍ଦେଶ
– ପୂଜକ, ଆୟୋଜକ ଓ କର୍ତ୍ତାଙ୍କୁ ମିଶାଇ ୭ ଜଣରୁ ଅଧିକ ରହି ପାରିବେନି
– ବିସର୍ଜନ ଶୋଭାଯାତ୍ରା ମନା ହୋଇଥିବା ବେଳେ ଅସ୍ଥାୟୀ ପୋଖରୀରେ ବିସର୍ଜନ ହେବ
– ମେଲୋଡି, ଭଜନ ସଂଧ୍ୟା ଭଳି କୌଣସି ମନୋରଞ୍ଜନ କାର୍ଯ୍ୟ ଆୟୋଜନ କରାଯାଇ ପାରିବ ନାହିଁ
– ପୂଜାରେ ଭୋଜିଭାତ କରିବାକୁ ଅନୁମତି ନାହିଁ
– ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗଣେଶ ପୂଜାକୁ ଅନୁମତି ମିଳିଛି
-ଅଳ୍ପ ସଂଖ୍ୟକ ଛାତ୍ରୀଛାତ୍ରଙ୍କୁ ନେଇ ଶିକ୍ଷାନୁଷ୍ଠାନଗୁଡ଼ିକରେ ହୋଇପାରିବ ଗଣେଶ ପୂଜା
-ସମସ୍ତ କୋଭିଡ ନିୟମ ମାନି ଗଣେଶ ପୂଜା କରିବାକୁ ଅନୁମତି ଦିଆଯାଇଛି

-ଗାଇଡଲାଇନ ଉଲ୍ଲଂଘନ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ