ଷ୍ଟାର୍ଟଅପ୍‌ ସମୃଦ୍ଧି ଉପରେ ରାଜ୍ୟ ସରକାରଙ୍କ ଗୁରୁତ୍ୱ

ଭୁବନେଶ୍ୱର,୨।୧୨:ସାରା ଦେଶରେ ଓଡ଼ିଶାକୁ ପ୍ରମୁଖ ଷ୍ଟାର୍ଟଅପ୍‌ ହବ୍‌ ଭାବେ ଗଢ଼ି ତୋଳିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ଅନେକ ବହୁମୁଖୀ ପଦକ୍ଷେପ ଗ୍ରହଣ କରିଛନ୍ତି। ଏପରିକି ଗତ ବର୍ଷ ଓଡ଼ିଶା ଷ୍ଟାର୍ଟଅପ୍‌ ର଼୍ୟାଙ୍କିଙ୍ଗ୍‌ରେ ଭାରତର ଶୀର୍ଷ ପ୍ରଦର୍ଶନକାରୀ ଭାବେ ମଧ୍ୟ ସ୍ବୀକୃତି ଲାଭ କରିଛି। ବିଶେଷକରି ଗତ ୫ବର୍ଷ ମଧ୍ୟରେ ଅତ୍ୟାଧୁନିକ ଇନ୍‌କ୍ୟୁବେଟରମାନଙ୍କୁ ରାଜ୍ୟରେ ପ୍ରୋତ୍ସାହିତ କରାଯାଇଛି। ସେହିଭଳି ‘ଷ୍ଟାର୍ଟଅପ୍‌ ଯାତ୍ରା’ପରି ବ୍ୟାପକ କାର୍ଯ୍ୟକ୍ରମ ମଧ୍ୟ ସରକାର ହାତକୁ ନେଇଛନ୍ତି ବୋଲି ଶିଳ୍ପମନ୍ତ୍ରୀ ପ୍ରତାପ କେଶରୀ ଦେବ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ-୨୨ର ପ୍ରଥମ ଦିନର ଏକ ପ୍ଲେନାରି ସେସନରେ ଯୋଗଦେଇ ମତ ପ୍ରକାଶ କରିଛନ୍ତି। ସେହିପରି ରାଜ୍ୟ ସରକାର ରାଜ୍ୟରେ ଷ୍ଟାର୍ଟଅପ୍‌ ପରିମଣ୍ଡଳର ଅଭିବୃଦ୍ଧି ଉପରେ ମଧ୍ୟ ଗୁରୁତ୍ବ ଦେଉଥିବା ସମ୍ପର୍କରେ ମନ୍ତ୍ରୀ ବିସ୍ତୃତ ଆଲୋକପାତ କରିଛନ୍ତି। ରାଜ୍ୟରେ ଷ୍ଟାର୍ଟଅପ୍‌ ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବା ଲକ୍ଷ୍ୟରେ ୫ଟି ବୁଝାମଣାପତ୍ର ସମେତ ୭ଟି ଆଗ୍ରହ ପତ୍ର ମଧ୍ୟ ସ୍ବାକ୍ଷରିତ ହୋଇଛି। ଏହି ପରିପ୍ରେକ୍ଷୀରେ ମନ୍ତ୍ରୀ ଦେବ ଓ ଅନ୍ୟ ଅତିଥିମାନଙ୍କ ଗହଣରେ ଷ୍ଟାର୍ଟଅପ୍‌କୁ ନେଇ ଗୋଟିଏ ଫଳାଫଳ ବିବରଣୀ ଏବଂ କଫି ଟେବୁଲ ପୁସ୍ତକ ଉନ୍ମୋଚନ କରାଯାଇଥିଲା। ପରିଶେଷରେ ସଫଳତା ପାଇଥିବା ସଂସ୍ଥାଗୁଡ଼ିକୁ ଷ୍ଟାର୍ଟଅପ୍‌ ଯାତ୍ରା ପୁରସ୍କାର ପ୍ରଦାନ କରାଯାଇଥିଲା।
ଏହି ଉପଲକ୍ଷେ ବିଭିନ୍ନ ସଂସ୍ଥାର ମୁଖ୍ୟ କାର୍ଯ୍ୟନିର୍ବାହୀ ତଥା ପ୍ରମୁଖ ଶିଳ୍ପସଂସ୍ଥାର କାର୍ଯ୍ୟକର୍ତ୍ତାଙ୍କୁ ନେଇ ଆୟୋଜିତ ‘ଷ୍ଟାର୍ଟଅପ୍‌ ଦୃଷ୍ଟାନ୍ତରେ ପରିବର୍ତ୍ତନ ଏବଂ ଭବିଷ୍ୟତ ମାର୍ଗ’ ଶୀର୍ଷକ ବକ୍ତୃତାମାଳା ଅନୁଷ୍ଠିତ ହୋଇଥିଲା। ଏଥିରେ ମନ୍ତ୍ରୀ ଦେବ ଅଂଶଗ୍ରହଣ କରିଥିଲେ। ଏମ୍‌ଏସ୍‌ଏମ୍‌ଇ ବିଭାଗର ପ୍ରମୁଖ ଶାସନ ସଚିବ ଶାଶ୍ବତ ମିଶ୍ର କହିଥିଲେ, ଷ୍ଟାର୍ଟଅପ୍‌ଗୁଡ଼ିକ ଦ୍ବାରା ନିଯୁକ୍ତି ସୁଯୋଗରେ ବ୍ୟାପକ ସମ୍ଭାବନା ରହିଛି। ସମାଜରେ ଦୈନନ୍ଦିନ ସମସ୍ୟାର ସମାଧାନ ମଧ୍ୟ ସମ୍ଭବ ହୋଇପାରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୀପାବଳି ପୂର୍ବରୁ ଚାଷୀଙ୍କୁ ଉପହାର: ଖାତାକୁ ଆସୁଛି PM କିଷାନର ୨୦୦୦ ଟଙ୍କା; ତୁରନ୍ତୁ କରନ୍ତୁ…

ନୂଆଦିଲ୍‌ଲୀ,୨।୧୦: ଦେଶର କୋଟି କୋଟି ଚାଷୀଙ୍କୁ ଦୀପାବଳି ପୂର୍ୱରୁ ସରକାର ଉପହାର ଦେଇପାରନ୍ତି। କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-Kisan) ଯୋଜନାର ୨୪ତମ କିସ୍ତି…

FASTag ନିୟମରେ ବଡ଼ ପରିବର୍ତ୍ତନ: ଆଜିଠାରୁ ଲାଗୁ ହେଲା ନୂଆ ବ୍ୟବସ୍ଥା, ଲକ୍ଷ ଲକ୍ଷ ଯାତ୍ରୀଙ୍କ ଉପରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ, ୨।୧୦: ଦେଶରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ହାଇୱେ ଓ ଏକ୍ସପ୍ରେସେୱରେ ଯାତ୍ରା କରୁଛନ୍ତି। ଏଥିପାଇଁ ସେମାନଙ୍କୁ ଟୋଲ ଦେବାକୁ ପଡ଼ିଥାଏ। ଟୋଲ ବ୍ୟବସ୍ଥାକୁ ନେଇ…

ଟାଟା ଗ୍ରୁପ୍‌ର ବଜାର ପୁଞ୍ଜିରେ ୧୦% ହ୍ରାସ, ନିବେଶକଙ୍କୁ ପ୍ରଭାବିତ କରିଛି ବିବାଦ

ମୁମ୍ବାଇ,୨।୧୦: ଟାଟା ଟ୍ରଷ୍ଟ ଏବଂ ଟାଟା ସନ୍ସ ମଧ୍ୟରେ ଚାଲିଥିବା ବିବାଦ ଏବେ ନିବେଶକମାନଙ୍କୁ ପ୍ରଭାବିତ କରିଛି । ଏହି କାରଣରୁ ଟାଟା ଗ୍ରୁପ ଅନ୍ତର୍ଭୁକ୍ତ ଅନେକ…

8th Pay Commission ପୂର୍ବରୁ ସରକାରଙ୍କ ବଡ଼ ଉପହାର! ୫% ବଢିଲା DA

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ପେନସନଭୋଗୀ (Pensioner), ତେବେ ଆପଣଙ୍କ ପାଇଁ ଏକ ବହୁତ ଖୁସି ଖବର ରହିଛି। ଗୋଟିଏ ପଟେ ସାରା…

2 October No UPI Day: ଆଜି ଚାଲିବନି UPI ପେମେଣ୍ଟ, ପାଖରେ ରଖନ୍ତୁ କ୍ୟାଶ୍‌!

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଗାନ୍ଧୀ ଜୟନ୍ତୀ ଛୁଟିରେ ସପିଂ କରିବାକୁ କିମ୍ୱା ସାଙ୍ଗମାନଙ୍କ ସହ ବାହାରକୁ ବୁଲିବାକୁ ଯୋଜନା କରୁଛନ୍ତି, ତେବେ ଟିକେ ଅଟକି ଯାଆନ୍ତୁ। ଅନଲାଇନ…

ଜିଓର ଦମଦାର ଅଫର: ୧୪୯୯ ଟଙ୍କାରେ ମିଳିବ ଫୋନ୍‌, ୬ ମାସ ମାଗଣା ରିଚାର୍ଜ

ମୁମ୍ବାଇ,୨।୧୦: ୧୦ମ ବାର୍ଷିକୋତ୍ସବ ଉପଲକ୍ଷେ ଜିଓ ସ୍ବତନ୍ତ୍ର ଅଫର ଘୋଷଣା କରିଛି । ୧୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ୍‌ ସହ ୬ ମାସର ମାଗଣା…

୯୦ ବର୍ଷ ଧରି ଓଡ଼ିଶା ଜୁଏଲେରି ବଜାରରେ ‘ଟ୍ରେଣ୍ଡ ସେଟର’ ପାଲଟିଛି ଖିମ୍‌ଜୀ ଦୟାଭାଇ ଗ୍ରୁପ

ଭୁବନେଶ୍ୱର,୨।୧୦: ଆବହମାନ କାଳରୁ ସୁନା ଓ ଅନ୍ୟାନ୍ୟ ମୂଲ୍ୟବାନ୍‌ ଧାତୁ ନିର୍ମିତ ଗହଣା ଚାହିଦା ଭାରତୀୟ ପରମ୍ପରାର ଅଂଶ ହୋଇ ରହିଆସିଛି । କିନ୍ତୁ ସମୟାନୁସାରେ ଅଳଙ୍କାର…

ସେନ୍‌ସେକ୍ସ, ନିଫ୍ଟିରେ ୨୫ ବର୍ଷର ସବୁଠୁ ବଡ଼ ସାପ୍ତାହିକ ହ୍ରାସ

ମୁମ୍ବାଇ,୨।୧୦(ପି.ଟି./ରଏଟର୍ସ): ଗୁରୁବାର କାରବାର ଶେଷସୁଦ୍ଧା ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କାର ମୂଲ୍ୟ ୩୧ ପଇସା ହ୍ରାସ ପାଇ ୯୬.୨୫ରେ ବନ୍ଦ ହୋଇଛି, ଯାହା ଗତ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?