ରାଜ୍ୟ ସରକାର ଆବାସ ଘର ବଣ୍ଟନରେ ସାଧୁତା ଅବଲମ୍ବନ କରନ୍ତୁ: ଧର୍ମେନ୍ଦ୍ର

ଭୁବନେଶ୍ବର,୨୧।୧(ବ୍ୟୁରୋ): କେନ୍ଦ୍ର ସରକାର ଓଡ଼ିଶାକୁ ପର୍ଯ୍ୟାପ୍ତ ଘର ଦେଇଛନ୍ତି। ତେଣୁ ରାଜ୍ୟ ସରକାର ଗରିବ ଲୋକଙ୍କ ଉପରେ ଚାପ ନ ପକାଇ ତାଲିକାରେ ସାଧୁତା ଅବଲମ୍ବନ କରନ୍ତୁ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଏ ସମ୍ପର୍କରେ ଶୁକ୍ରବାର ଧର୍ମେନ୍ଦ୍ର ଗଣମାଧ୍ୟମକୁ କହିଛନ୍ତି, ପ୍ରଧାନମନ୍ତ୍ରୀ ଆବାସ ଯୋଜନା ତାଲିକାରେ ନାମ ଭର୍ତ୍ତି କରିବା ପାଇଁ ଓଡ଼ିଶା ଲାଗି ନିୟମ କୋହଳ କରିଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ। ୨୦୧୮ରୁ ୨୦୧୯ର ଅଧା ସମୟ ପର୍ଯ୍ୟନ୍ତ ଆବାସ ପ୍ଲସ ପୋର୍ଟାଲ ଖୋଲା ରହିଲା। ସେହି ସମୟରେ ରାଜ୍ୟ ସରକାର ଯୋଗ୍ୟ ହିତାଧିକାରୀଙ୍କ ନାମ ସାମିଲ କଲେ ନାହିଁ। ପରବର୍ତ୍ତୀ ପର୍ଯ୍ୟାୟରେ ବାରମ୍ବାର ଆବାସ ପ୍ଲସ୍‌ ପୋର୍ଟାଲ ଖୋଲିବା ପରେ ଅତିରିକ୍ତ ୮ ଲକ୍ଷ ଘର ଓ ଫନୀ କ୍ଷତିଗ୍ରସ୍ତଙ୍କୁ ୧.୫ ଲକ୍ଷ ଘର ଦେବାକୁ ନିଷ୍ପତ୍ତି ହେଲା। ରାଜ୍ୟରେ ପିଏମ୍‌ ଆବାସ ଯୋଜନା ନେଇ ବିଭିନ୍ନ ଟିପ୍ପଣୀ ହେବା କାରଣରୁ ସାଢ଼େ ୯ ଲକ୍ଷ ଘର ଯୋଗ୍ୟ ହିତାଧିକାରୀଙ୍କୁ ଦେବା ପାଇଁ କେନ୍ଦ୍ର ସରକାର ରଖିଥିବା ସର୍ତ୍ତରେ ରାଜ୍ୟ ସରକାର ସମ୍ମତି ଜଣାଇଲେ। ଏବେ ଅନେକ ଯୋଗ୍ୟ ଲୋକଙ୍କ ନାମ ତାଲିକାରେ ନ ଥିବା ଅଭିଯୋଗ ସାମ୍ନାକୁ ଆସୁଛି। ବର୍ତ୍ତମାନ ଯେଉଁ ସାଢ଼େ ୯ ଲକ୍ଷ ଘର ଆସିଛି ତାହା ଯୋଗ୍ୟ ଲୋକଙ୍କୁ ମିଳୁ ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri