ରାଜ୍ୟ ସରକାର ଆବାସ ଘର ବଣ୍ଟନରେ ସାଧୁତା ଅବଲମ୍ବନ କରନ୍ତୁ: ଧର୍ମେନ୍ଦ୍ର

ଭୁବନେଶ୍ବର,୨୧।୧(ବ୍ୟୁରୋ): କେନ୍ଦ୍ର ସରକାର ଓଡ଼ିଶାକୁ ପର୍ଯ୍ୟାପ୍ତ ଘର ଦେଇଛନ୍ତି। ତେଣୁ ରାଜ୍ୟ ସରକାର ଗରିବ ଲୋକଙ୍କ ଉପରେ ଚାପ ନ ପକାଇ ତାଲିକାରେ ସାଧୁତା ଅବଲମ୍ବନ କରନ୍ତୁ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଏ ସମ୍ପର୍କରେ ଶୁକ୍ରବାର ଧର୍ମେନ୍ଦ୍ର ଗଣମାଧ୍ୟମକୁ କହିଛନ୍ତି, ପ୍ରଧାନମନ୍ତ୍ରୀ ଆବାସ ଯୋଜନା ତାଲିକାରେ ନାମ ଭର୍ତ୍ତି କରିବା ପାଇଁ ଓଡ଼ିଶା ଲାଗି ନିୟମ କୋହଳ କରିଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ। ୨୦୧୮ରୁ ୨୦୧୯ର ଅଧା ସମୟ ପର୍ଯ୍ୟନ୍ତ ଆବାସ ପ୍ଲସ ପୋର୍ଟାଲ ଖୋଲା ରହିଲା। ସେହି ସମୟରେ ରାଜ୍ୟ ସରକାର ଯୋଗ୍ୟ ହିତାଧିକାରୀଙ୍କ ନାମ ସାମିଲ କଲେ ନାହିଁ। ପରବର୍ତ୍ତୀ ପର୍ଯ୍ୟାୟରେ ବାରମ୍ବାର ଆବାସ ପ୍ଲସ୍‌ ପୋର୍ଟାଲ ଖୋଲିବା ପରେ ଅତିରିକ୍ତ ୮ ଲକ୍ଷ ଘର ଓ ଫନୀ କ୍ଷତିଗ୍ରସ୍ତଙ୍କୁ ୧.୫ ଲକ୍ଷ ଘର ଦେବାକୁ ନିଷ୍ପତ୍ତି ହେଲା। ରାଜ୍ୟରେ ପିଏମ୍‌ ଆବାସ ଯୋଜନା ନେଇ ବିଭିନ୍ନ ଟିପ୍ପଣୀ ହେବା କାରଣରୁ ସାଢ଼େ ୯ ଲକ୍ଷ ଘର ଯୋଗ୍ୟ ହିତାଧିକାରୀଙ୍କୁ ଦେବା ପାଇଁ କେନ୍ଦ୍ର ସରକାର ରଖିଥିବା ସର୍ତ୍ତରେ ରାଜ୍ୟ ସରକାର ସମ୍ମତି ଜଣାଇଲେ। ଏବେ ଅନେକ ଯୋଗ୍ୟ ଲୋକଙ୍କ ନାମ ତାଲିକାରେ ନ ଥିବା ଅଭିଯୋଗ ସାମ୍ନାକୁ ଆସୁଛି। ବର୍ତ୍ତମାନ ଯେଉଁ ସାଢ଼େ ୯ ଲକ୍ଷ ଘର ଆସିଛି ତାହା ଯୋଗ୍ୟ ଲୋକଙ୍କୁ ମିଳୁ ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri