Posted inଜାତୀୟ

ଲୋକେ ପିଉଥିବା ମଦ ଉପରେ ଟିକସ ନେଇପାରିବେ ରାଜ୍ୟ ସରକାର

ନୂଆଦିଲ୍ଲୀ,୪।୩: କେବଳ ଲୋକେ ପିଉଥିବା ମଦ ଉପରେ ରାଜ୍ୟ ସରକାର ଅବକାରୀ ଶୁଳ୍କ ଲଗାଇପାରିବେ ବୋଲି ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଇଛନ୍ତି। ଏଥିସହ ଓଡ଼ିଶା ହାଇକୋର୍ଟଙ୍କ ଏହି ସମ୍ପର୍କିତ ଏକ ରାୟକୁ ଚ୍ୟାଲେଞ୍ଜ କରି ରାଜ୍ୟ ସରକାରଙ୍କ ପକ୍ଷରୁ ହୋଇଥିବା ଏକାଧିକ ପିଟିଶନକୁ ସର୍ବୋଚ୍ଚ ଅଦାଲତ ଖାରଜ କରିଦେଇଛନ୍ତି।

ଜଷ୍ଟିସ ଏଲ୍‌. ନାଗେଶ୍ୱର ରାଓ ଏବଂ ବି.ଆର୍‌. ଗଭାଇଙ୍କୁ ନେଇ ଗଠିତ ଖଣ୍ଡପୀଠ ଓଡ଼ିଶା ହାଇକୋର୍ଟ ଦେଇଥିବା ରାୟ ଉପରେ ହସ୍ତକ୍ଷେପ କରିବାକୁ ମନା କରିଦେଇଛନ୍ତି। ହାଇକୋର୍ଟ ଉତ୍କଳ ଡିଷ୍ଟିଲେରିଜ୍‌କୁ ନିମ୍ନମାନର ସ୍ପିରିଟ୍‌ ପ୍ରସ୍ତୁତି ମାମଲାରେ ଅବକାରୀ ଶୁଳ୍କ ପୈଠ ନ କରିବା ନେଇ ଆଶ୍ୱସ୍ତି ଦେଇଥିଲେ। ହାଇକୋର୍ଟଙ୍କ ରାୟ ବିରୋଧରେ ଓଡ଼ିଶା ସରକାରଙ୍କ ପିଟିଶନକୁ ଖାରଜ କରିବା ଅବସରରେ ଖଣ୍ଡପୀଠ ଏନେଇ ସିନ୍ଥେଟିକ୍ସ ଆଣ୍ଡ କେମିକାଲ୍ସ ଲିଃ ମାମଲାରେ ସାମ୍ବିଧାନିକ ପୀଠଙ୍କ ରାୟ, ମୋଦି ଡିଷ୍ଟିଲେରି ମାମଲାରେ ତିନିଜଣିଆ ଖଣ୍ଡପୀଠଙ୍କ ରାୟ ତଥା ତତ୍କାଳୀନ ବିହାର ଓଡ଼ିଶା ଅବକାରୀ ଆଇନ, ୧୯୧୫ର ବୈଧାନିକ ବ୍ୟବସ୍ଥାର ଅବତାରଣା କରିଥିଲେ। କେବଳ ଲୋକେ ପିଉଥିବା ମଦ ଉପରେ ରାଜ୍ୟ ସରକାରଙ୍କର ଅବକାରୀ ଶୁଳ୍କ ଆଦାୟ କରିବାର କ୍ଷମତା ରହିଛି ବୋଲି ପୂର୍ବରୁ ସୁପ୍ରିମକୋର୍ଟଙ୍କ ସାମ୍ବିଧାନିକ ପୀଠ ରାୟ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri