ପାନୀୟ ଜଳ ପାଇ ରାଜ୍ୟ ରାଜପଥ ଅବରୋଧ, ଦୀର୍ଘ ସମୟ ଧରି ଯାତାୟାତ ବାଧାପ୍ରାପ୍ତ

ଭାପୁର,୧୬।୬(ପ୍ରଭାତ ବରାଡ): ବ୍ଲକ ପ୍ରଶାସନକୁ ବାରମ୍ବାର ଅଭିଯୋଗ କରିବା ପରେ ପାନୀୟ ନପାଇ ୪୮ନଂ ରାଜ୍ୟ ରାଜପଥ ରାସ୍ତା ଉପରେ ଗରା, ବାଲ୍‌ଟି ରଖି ବିକ୍ଷୋଭ ପ୍ରଦର୍ଶନ। ଫଳରେ କଣ୍ଟିଲୋ ଠାରୁ ଫତେଗଡ ରାସ୍ତାରେ ଯାନବାହାନ ଯାତାୟତ ବାଧାପ୍ରାପ୍ତ ହୋଇଛି। ନୟାଗଡ ଜିଲା ଭାପୁର ବ୍ଲକ ବାଉଁଶବାଟି ଗାଁରେ ଦୀର୍ଘ ମାସେ ହେବ ପିଇବା ପାଣିର ଅଭାବ ଦେଖା ଦେଇଛି। ଏନେଇ ଭାପୁର ବ୍ଲକ ଅନ୍ତର୍ଗତ ବାଉଁଶବାଟୀ ପଞ୍ଚାୟତର ଶତାଧିକ ଗ୍ରାମର କିଛି ଯୁବକ ଓ ମହିଳା ୪୮ ନଂ ରାଜ୍ୟ ରାଜପଥ ଉପରେ ଗରା ମାଠିଆ ଥୋଇ ସକାଳ ସାତଟାରୁ ରାସ୍ତା ଅବରୋଧ କରିଥିଲେ। ଜଳ ଯୋଗାଣ ମାରଡା ଛକରେ ପାଣି ଥିବାବେଳେ ବାଉଁଶବାଟୀ ଗ୍ରାମକୁ ପାଇପ ଯୋଗେ ପାଣି ଆସୁନାହିଁ। ଫଳରେ ଲୋକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏନେଇ ସ୍ଥାନୀୟ ଜନ ପ୍ରତିନିଧି ଓ ବ୍ଲକ ବିଡ଼ିଓ ଶାରଦା ପ୍ରଶନ୍ନ ପଣ୍ଡାଙ୍କୁ ବାରମ୍ବାର ଅଭିଯୋଗ କରାଯାଇଥିଲେ ମଧ୍ୟ କେବଳ ପ୍ରତିଶ୍ର୍ରୁତି ଦେବାପରେ ସେ ଏନେଇ କର୍ଣ୍ଣପାତ କରୁନାହାନ୍ତି । ଗ୍ରାମର ଏନେଇ ଆଜି ସକାଳୁ ରାସ୍ତା ଅବରୋଧ କରିଥିଲେ ବାଉଁଶବାଟୀ ଗ୍ରାମବାସୀ । ଘଟଣାସ୍ଥଳରେ ସ୍ଥାନୀୟ ସରପଞ୍ଚ ସୌମ୍ୟ ରଞ୍ଜନ ସାହୁ ଓ ଫତେଗଡ ଥାନାଧିକାରୀ ଅଜୟ କୁମାର ସାହୁ ପହଞ୍ଚି ବୁଝାସୁଝା କରିଥିଲେ ମଧ୍ୟ ଜନସାଧାରଣ ଜିଦରେ ଅଟଳ ରହି ରାସ୍ତାରୁ ଉଠି ନଥିଲେ। ସେମାନଙ୍କର ଗୋଟିଏ ଦାବି ଥିଲା ଘଟଣାସ୍ଥଳକୂ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଆଜି ଲିଖିତ ଆକାରରେ ପ୍ରତିଶୃତି ଦେବାପରେ ରାସ୍ତାରୁ ହଟିବେ। ଡବଲ ଇଞ୍ଜିନ ସରକାର ବିରୋଧରେ ନାରାବାଜି ସ୍ଲୋଗାନ ଦେଇ ବସି ରହିଥିଲେ । ଘଟଣାସ୍ଥଳରେ ଭାପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶାରଦା ପ୍ରଶନ୍ନ ପଣ୍ଡା ପହଞ୍ଚି ୧୫ ଦିନ ଭିତରେ ପାନୀୟ ଜଳ ଯୋଗାଇ ଦେବାପାଇଁ ପ୍ରତିଶ୍ର୍ରୁତି ପରେ ରାସ୍ତାରୋକୋ ସାଢ଼େ ଦଶଟାରେ ପ୍ରତ୍ୟାହୃତ ହୋଇଥିଲା। ଘଟଣାସ୍ଥଳରେ ଖଣ୍ଡପଡା ଏସଡିପିଓ ସୁଦିପ୍ତ କୁମାର ସାହୁ, ଫତେଗଡ ଥାନାଧିକାରୀ ଅଜୟ କୁମାର ସାହୁ, କଣ୍ଟିଲୋ ଫାଣ୍ଡି ଅଧିକାରୀ ସୱାଗତ ଦାଶ ଓ ପୋଲିସ କର୍ମଚାରୀ ଉପସ୍ଥିତ ରହିଥିଲେ।

 

 

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ଗଣେଶ ପୂଜା ପାଇଁ ଚଳଚଞ୍ଚଳ ଭଞ୍ଜନଗର: ମଣ୍ଡପରେ ଜମୁଛି ଭକ୍ତଙ୍କ ଭିଡ଼, ଉତ୍ସବମୁଖର …

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ପବିତ୍ର ଗଣେଶ ପୂଜା ଅବସରରେ ଭଞ୍ଜନଗର ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ଏକ ଆନନ୍ଦଉଲ୍ଲାସ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ଗତ ଦୁଇଦିନ…

ପରିବାର ସହ ନୂଆଁଖାଇ ପାଳିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର; ନୂଆଁଖାଇ ଜୁହାର ଭେଟ ହୋଇ ଜଣାଇଲେ ଶୁଭେଚ୍ଛା

ବଲାଙ୍ଗୀର,୧୫ା୯ (ବୀରେନ୍ଦ୍ର କୁମାର ଝାଙ୍କର): ପବିତ୍ର ନୂଆଁଖାଇ ଅବସରରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ପରିବାର ସହ ନବାନ୍ନ ଭକ୍ଷଣ କରିବା ପରେ ନିଜ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ସଜନା ଶାଗ ତୋଳିବା ହେଲା କାଳ: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩୦ ବର୍ଷୀୟ ଯୁବକଙ୍କ ଜୀବନ

କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…

ପ୍ରଫେସର କୃତ୍ତିବାସ ବିଶ୍ୱାଳଙ୍କୁ ‘ଭଞ୍ଜଶ୍ରୀ ଶ୍ରୀଧର ଶତପଥୀ ସ୍ମୃତି ସମ୍ମାନ’

ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

କାମ କରୁ କରୁ ଚାଲିଗଲା ଜୀବନ: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୨୭ ବର୍ଷୀୟା ମହିଳା ଶ୍ରମିକଙ୍କ ମୃତ୍ୟୁ

ଦାରିଙ୍ଗବାଡ଼ି,୧୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ବୁର୍ଜୁବାଡ଼ି ବିଦ୍ୟାଳୟ ସମ୍ମୁଖରେ ଏକ ନିର୍ମାଣାଧୀନ କୋଠାରେ ବିଦ୍ୟୁତ୍ ଆଘାତ ଲାଗି ଜଣେ ମହିଳା ଶ୍ରମିକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?