Posted inଜାତୀୟ

ନାଗରିକଙ୍କ ଅଧିକାର-ସ୍ବାଧୀନତା ରକ୍ଷା କରିବାକୁ ରାଜ୍ୟ ବାଧ୍ୟ: ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ,୨୫।୪ : ’ସୁପ୍ରିମକୋର୍ଟ କହିଛନ୍ତି, ସମ୍ବିଧାନ ଅନୁଯାୟୀ ବାଧ୍ୟତାମୂଳକ ଭାବେ ନାଗରିକଙ୍କ ଅଧିକାର ତଥା ସ୍ବାଧୀନତାର ସୁରକ୍ଷା ପାଇଁ ରାଜ୍ୟ ଦାୟିତ୍ୱ ଗ୍ରହଣ କରିବା ଆବଶ୍ୟକ। ଜଷ୍ଟିସ ଅଜୟ ରାସ୍ତୋଗୀ ଏବଂ ଜଷ୍ଟିସ ବେଲା ଏମ ତ୍ରିବେଦୀଙ୍କ ନେତୃତ୍ୱରେ ଗଠିତ ଏକ ବେଞ୍ଚ ମଙ୍ଗଳବାର ଏକ ମାମଲାର ଶୁଣାଣି ବେଳେ ଏହି ମନ୍ତବ୍ୟ ଦେଇଛନ୍ତି।

ଲ’ ଇଣ୍ଟର୍ନ ସୋନୁ ମାନସୁରୀ ସହ ଜଡିତ ଏକ ମାମଲାର ଶୁଣାଣି ହୋଇଥିଲା। ଏହି ସମୟରେ ଜଷ୍ଟିସ ଅଜୟ ରାସ୍ତୋଗି ଏବଂ ଜଷ୍ଟିସ ବେଲା ଏମ ତ୍ରିବେଦୀଙ୍କ ଏକ ବେଞ୍ଚ ମଧ୍ୟପ୍ରଦେଶ ସରକାରଙ୍କୁ ସୋନୁ ମାନସୁରୀଙ୍କ ବିରୋଧରେ ଦାଖଲ ହୋଇଥିବା ଏଫଆଇଆରରେ ଏପର୍ଯ୍ୟନ୍ତ କରାଯାଇଥିବା ଯାଞ୍ଚ ସମ୍ପର୍କରେ ଷ୍ଟାଟସ ରିପୋର୍ଟ ଦାଖଲ କରିବାକୁ କହିଥିଲେ।

ବାସ୍ତବରେ ମଧ୍ୟପ୍ରଦେଶ ପୋଲିସ ପଠାନ ଚଳଚ୍ଚିତ୍ର ସମୟରେ ବିବାଦରେ ହିନ୍ଦୁ ସଂଗଠନର କାର୍ଯ୍ୟକର୍ତ୍ତାଙ୍କୁ ଗିରଫ କରିଥିଲା। ଏହା ପରେ, ଯେତେବେଳେ ସେମାନଙ୍କୁ କୋର୍ଟରେ ହାଜର କରାଯାଉଥିଲା, ଲ’ ଇଣ୍ଟର୍ନ ସୋନୁ ସେମାନଙ୍କ ଭିଡିଓ ପ୍ରସ୍ତୁତ କରୁଥିବାବେଳେ ଧରାପଡିଥିଲେ। ପରେ ପଚରାଉଚରା ବେଳେ ସୋନୁ କହିଥିଲେ, ଆଡଭୋକେଟ ନୁରଜାହାନଙ୍କ ନିର୍ଦ୍ଦେଶରେ ସେ ଏହି ସବୁ କାମ କରୁଛନ୍ତି। ଦିଲ୍ଲୀର ନିଷିଦ୍ଧ ସଂଗଠନ ପପୁଲାର ଫ୍ରଣ୍ଟ ଅଫ ଇଣ୍ଡିଆକୁ ନୁରଜାହାନ ଏହି ସୂଚନା ଦେଉଥିଲେ। ଏହି ମାମଲାରେ ଦାଖଲ ହୋଇଥିବା ଏଫଆଇଆର୍ରେ ମାନସୁରୀଙ୍କୁ ଜଣେ ଅଭିଯୁକ୍ତ ଭାବେ ନାମିତ କରାଯାଇଛି। ୨୮ ଜାନୁଆରୀରେ ସୋନୁଙ୍କୁ ଜେଲକୁ ପଠାଯାଇଥିଲା। ପରେ ଯେତେବେଳେ ତାଙ୍କ ମାମଲା ସର୍ବୋଚ୍ଚ ଅଦାଲତରେ ପହଞ୍ଚିଲା, ମାର୍ଚ୍ଚ ୨୨ ରେ କୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri