Posted inଖେଳ

୧୩ରୁ ରାଜ୍ୟସ୍ତରୀୟ ଖୋ ଖୋ ଚାମ୍ପିୟନଶିପ୍‌

ପୁରୀ ଅଫିସ, ୧୨ା୧୧: ଓଡ଼ିଶାର ଜଗରନଟ୍ସ ଖୋ ଖୋ ଦଳ ଗତ ଅଗଷ୍ଟରେ ପୁଣେରେ ଅନୁଷ୍ଠିତ ପ୍ରତିଯୋଗିତାରେ ଚାମ୍ପିୟନ ହୋଇଥିଲା। ତେଣୁ ଖୋ ଖୋ ଖେଳକୁ ରାଜ୍ୟରେ ଅଧିକ ଲୋକପ୍ରିୟ କରିବା ଲକ୍ଷ୍ୟରେ ପୁରୀରେ ସିନିୟର ବର୍ଗର ରାଜ୍ୟସ୍ତରୀୟ ଖୋ ଖୋ ଚାମ୍ପିୟନଶିପ୍‌ ଆୟୋଜନ କରାଯାଉଛି। ଚଳିତ ମାସ ୧୩ରୁ ୧୫ ତାରିଖ ପର୍ଯ୍ୟନ୍ତ ଜିଲା ସ୍କୁଲ ପରିସରରେ ଏହି ଚାମ୍ପିୟନଶିପ୍‌ ଅନୁଷ୍ଠିତ ହେବ ବୋଲି ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ କହିଛନ୍ତି।
ଶୁକ୍ରବାର ସର୍କିଟ ହାଉସରେ ଏ ନେଇ ସୂଚନା ଦେଇ ଅତିରିକ୍ତ ଜିଲାପାଳ ସାହୁ କହିଛନ୍ତି, ଏହି ଚାମ୍ପିୟନଶିପ୍‌କୁ ଭବ୍ୟ, ସୁନ୍ଦର ଓ ଶୃଙ୍ଖଳିତ ଭାବେ ଆୟୋଜନ କରିବାକୁ ସମସ୍ତ ବ୍ୟବସ୍ଥା କରାଯାଇଛି। ପ୍ରତିଯୋଗୀମାନେ ବିଭିନ୍ନ ଜିଲାରୁ ଆସୁଥିବାରୁ ସେମାନଙ୍କ ସମେତ ଅଧିକାରୀ ଓ ସହଯୋଗୀଙ୍କ ରହଣି ବ୍ୟବସ୍ଥା ବୃନ୍ଦାବତୀ ନିବାସରେ କରାଯିବ ବୋଲି ସେ ପ୍ରକାଶ କରିଛନ୍ତି। ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ମହାପାତ୍ର କହିଥିଲେ, ରାଜ୍ୟ କ୍ରୀଡ଼ା ଭିତ୍ତିଭୂମିର ବିକାଶ ହେବା ସହ ଖେଳାଳିମାନଙ୍କୁ ସହଯୋଗ ଓ ନିଯୁକ୍ତି ସୁଯୋଗ ମିଳୁଛି। ତେଣୁ କ୍ରୀଡ଼ା ପ୍ରତି ପିଲାମାନେ ଆକୃଷ୍ଟ ହେବାକୁ ସେ ପରାମର୍ଶ ଦେଇଥିଲେ। ପୁରୀ ପୌର ନିର୍ବାହୀ ଅଧିକାରୀ ସରୋଜ କୁମାର ସ୍ବାଇଁ ଜିଲାରେ କ୍ରୀଡ଼ାକୁ ଆଗକୁ ନେବାକୁ ପଦକ୍ଷେପ ନିଆଯିବା ସହ ଏକାଧିକ ପ୍ରତିଯୋଗିତା ଆୟୋଜନ କରାଯାଇ ଶ୍ରେଷ୍ଠ କ୍ରୀଡ଼ାବିତ୍‌ ସୃଷ୍ଟି ଲକ୍ଷ୍ୟ ରହିଛି ବୋଲି କହିଥିଲେ। ଖୋ ଖୋ ସଂଘର ରାଜ୍ୟ ସମ୍ପାଦକ ପ୍ରଦ୍ୟୁମ୍ନ ମିଶ୍ର ଖୋ ଖୋ ଖେଳ ଆୟୋଜନର ରୂପରେଖ ସମ୍ପର୍କରେ ବିସ୍ତୃତ ସୂଚନା ଦେଇଥିଲେ। ଏହି ପ୍ରତିଯୋଗିତା ଜିଲା ହାଇସ୍କୁଲଠାରେ ନଭେମ୍ବର ୧୩ ତାରିଖ ଅପରାହ୍ନ ୫ଟା ୩୦ରେ ଉଦ୍‌ଘାଟନ ହେବ ଓ ୧୫ତାରିଖ ସନ୍ଧ୍ୟା ୭ରେ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯିବ। ଏଥିରେ ରାଜ୍ୟର ବିଭିନ୍ନ ଜିଲା ସହ କିଟ୍‌ ବିଶ୍ୱବିଦ୍ୟାଳୟ ଓ ପୁରୀ ଖୋ ଖୋ ସ୍ପୋଟର୍‌ସ ହଷ୍ଟେଲ ଭାଗନେବେ। ଉଭୟ ପୁରୁଷ ଓ ମହିଳା ଦଳ ଏଥିରେ ପ୍ରତିନିଧିତ୍ୱ କରିବେ। ଜିଲା ହାଇସ୍କୁଲର ତିନୋଟି କୋର୍ଟରେ ମ୍ୟାଟ୍‌ ମାଧ୍ୟମରେ ଏହି ଖେଳ ହେବ। ଏହି ପ୍ରତିଯୋଗିତାର ଶ୍ରେଷ୍ଠ ଖେଳାଳିଙ୍କ ଦଳ ଚଳିତ ମାସ ୨୦ରୁ ୨୪ ତାରିଖ ପର୍ଯ୍ୟନ୍ତ ମହାରାଷ୍ଟ୍ରରେ ହେବାକୁ ଥିବା ୫୫ତମ ଜାତୀୟ ଖୋ ଖୋ ଚାମ୍ପିୟନଶିପ୍‌ରେ ଅଂଶଗ୍ରହଣ କରିବେ। ଉଭୟ ପୁରୁଷ ଓ ମହିଳା ଚାମ୍ପିୟନ ଦଳକୁ ୧୦ ହଜାର, ରନର୍ସ ଅପ୍‌ ଦଳକୁ ୭ ହଜାର, ୩ୟ ଓ ୪ର୍ଥ ଦଳକୁ ୫ହଜାର ଟଙ୍କା ଲେଖାଏ ଓ ୩ ଜଣ ଶ୍ରେଷ୍ଠ ଖେଳାଳିଙ୍କୁ ୨ ହଜାର ଟଙ୍କା ଲେଖାଏ ପୁରସ୍କାର ସହ ଟ୍ରଫି ଦିଆଯିବ ବୋଲି ସେ କହିଥିଲେ। ଏହି ଅବସରରେ ଚାମ୍ପିୟନଶିପ୍‌ର ଜର୍ସି ଉନ୍ମୋଚନ କରାଯାଇଥିଲା। ବୈଠକରେ ଜିଲା କ୍ରୀଡ଼ା ଅଧିକାରୀ ଚନ୍ଦନ ସାହୁ ପ୍ରାରମ୍ଭିକ ସୂଚନା ଦେଇଥିଲେ। ଖୋ ଖୋ ସଂଘର କୋଷାଧ୍ୟକ୍ଷ ଚୌଧୁରୀ ପାର୍ଥସାରଥି ମହାପାତ୍ର ଏବଂ ପୁରୀ ପୌରପାଳିକାର ପରାମର୍ଶଦାତା ଜ୍ୟୋତି ପ୍ରକାଶ ଦାସ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri