Posted inଖେଳ

୧୩ରୁ ରାଜ୍ୟସ୍ତରୀୟ ଖୋ ଖୋ ଚାମ୍ପିୟନଶିପ୍‌

ପୁରୀ ଅଫିସ, ୧୨ା୧୧: ଓଡ଼ିଶାର ଜଗରନଟ୍ସ ଖୋ ଖୋ ଦଳ ଗତ ଅଗଷ୍ଟରେ ପୁଣେରେ ଅନୁଷ୍ଠିତ ପ୍ରତିଯୋଗିତାରେ ଚାମ୍ପିୟନ ହୋଇଥିଲା। ତେଣୁ ଖୋ ଖୋ ଖେଳକୁ ରାଜ୍ୟରେ ଅଧିକ ଲୋକପ୍ରିୟ କରିବା ଲକ୍ଷ୍ୟରେ ପୁରୀରେ ସିନିୟର ବର୍ଗର ରାଜ୍ୟସ୍ତରୀୟ ଖୋ ଖୋ ଚାମ୍ପିୟନଶିପ୍‌ ଆୟୋଜନ କରାଯାଉଛି। ଚଳିତ ମାସ ୧୩ରୁ ୧୫ ତାରିଖ ପର୍ଯ୍ୟନ୍ତ ଜିଲା ସ୍କୁଲ ପରିସରରେ ଏହି ଚାମ୍ପିୟନଶିପ୍‌ ଅନୁଷ୍ଠିତ ହେବ ବୋଲି ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ କହିଛନ୍ତି।
ଶୁକ୍ରବାର ସର୍କିଟ ହାଉସରେ ଏ ନେଇ ସୂଚନା ଦେଇ ଅତିରିକ୍ତ ଜିଲାପାଳ ସାହୁ କହିଛନ୍ତି, ଏହି ଚାମ୍ପିୟନଶିପ୍‌କୁ ଭବ୍ୟ, ସୁନ୍ଦର ଓ ଶୃଙ୍ଖଳିତ ଭାବେ ଆୟୋଜନ କରିବାକୁ ସମସ୍ତ ବ୍ୟବସ୍ଥା କରାଯାଇଛି। ପ୍ରତିଯୋଗୀମାନେ ବିଭିନ୍ନ ଜିଲାରୁ ଆସୁଥିବାରୁ ସେମାନଙ୍କ ସମେତ ଅଧିକାରୀ ଓ ସହଯୋଗୀଙ୍କ ରହଣି ବ୍ୟବସ୍ଥା ବୃନ୍ଦାବତୀ ନିବାସରେ କରାଯିବ ବୋଲି ସେ ପ୍ରକାଶ କରିଛନ୍ତି। ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ମହାପାତ୍ର କହିଥିଲେ, ରାଜ୍ୟ କ୍ରୀଡ଼ା ଭିତ୍ତିଭୂମିର ବିକାଶ ହେବା ସହ ଖେଳାଳିମାନଙ୍କୁ ସହଯୋଗ ଓ ନିଯୁକ୍ତି ସୁଯୋଗ ମିଳୁଛି। ତେଣୁ କ୍ରୀଡ଼ା ପ୍ରତି ପିଲାମାନେ ଆକୃଷ୍ଟ ହେବାକୁ ସେ ପରାମର୍ଶ ଦେଇଥିଲେ। ପୁରୀ ପୌର ନିର୍ବାହୀ ଅଧିକାରୀ ସରୋଜ କୁମାର ସ୍ବାଇଁ ଜିଲାରେ କ୍ରୀଡ଼ାକୁ ଆଗକୁ ନେବାକୁ ପଦକ୍ଷେପ ନିଆଯିବା ସହ ଏକାଧିକ ପ୍ରତିଯୋଗିତା ଆୟୋଜନ କରାଯାଇ ଶ୍ରେଷ୍ଠ କ୍ରୀଡ଼ାବିତ୍‌ ସୃଷ୍ଟି ଲକ୍ଷ୍ୟ ରହିଛି ବୋଲି କହିଥିଲେ। ଖୋ ଖୋ ସଂଘର ରାଜ୍ୟ ସମ୍ପାଦକ ପ୍ରଦ୍ୟୁମ୍ନ ମିଶ୍ର ଖୋ ଖୋ ଖେଳ ଆୟୋଜନର ରୂପରେଖ ସମ୍ପର୍କରେ ବିସ୍ତୃତ ସୂଚନା ଦେଇଥିଲେ। ଏହି ପ୍ରତିଯୋଗିତା ଜିଲା ହାଇସ୍କୁଲଠାରେ ନଭେମ୍ବର ୧୩ ତାରିଖ ଅପରାହ୍ନ ୫ଟା ୩୦ରେ ଉଦ୍‌ଘାଟନ ହେବ ଓ ୧୫ତାରିଖ ସନ୍ଧ୍ୟା ୭ରେ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯିବ। ଏଥିରେ ରାଜ୍ୟର ବିଭିନ୍ନ ଜିଲା ସହ କିଟ୍‌ ବିଶ୍ୱବିଦ୍ୟାଳୟ ଓ ପୁରୀ ଖୋ ଖୋ ସ୍ପୋଟର୍‌ସ ହଷ୍ଟେଲ ଭାଗନେବେ। ଉଭୟ ପୁରୁଷ ଓ ମହିଳା ଦଳ ଏଥିରେ ପ୍ରତିନିଧିତ୍ୱ କରିବେ। ଜିଲା ହାଇସ୍କୁଲର ତିନୋଟି କୋର୍ଟରେ ମ୍ୟାଟ୍‌ ମାଧ୍ୟମରେ ଏହି ଖେଳ ହେବ। ଏହି ପ୍ରତିଯୋଗିତାର ଶ୍ରେଷ୍ଠ ଖେଳାଳିଙ୍କ ଦଳ ଚଳିତ ମାସ ୨୦ରୁ ୨୪ ତାରିଖ ପର୍ଯ୍ୟନ୍ତ ମହାରାଷ୍ଟ୍ରରେ ହେବାକୁ ଥିବା ୫୫ତମ ଜାତୀୟ ଖୋ ଖୋ ଚାମ୍ପିୟନଶିପ୍‌ରେ ଅଂଶଗ୍ରହଣ କରିବେ। ଉଭୟ ପୁରୁଷ ଓ ମହିଳା ଚାମ୍ପିୟନ ଦଳକୁ ୧୦ ହଜାର, ରନର୍ସ ଅପ୍‌ ଦଳକୁ ୭ ହଜାର, ୩ୟ ଓ ୪ର୍ଥ ଦଳକୁ ୫ହଜାର ଟଙ୍କା ଲେଖାଏ ଓ ୩ ଜଣ ଶ୍ରେଷ୍ଠ ଖେଳାଳିଙ୍କୁ ୨ ହଜାର ଟଙ୍କା ଲେଖାଏ ପୁରସ୍କାର ସହ ଟ୍ରଫି ଦିଆଯିବ ବୋଲି ସେ କହିଥିଲେ। ଏହି ଅବସରରେ ଚାମ୍ପିୟନଶିପ୍‌ର ଜର୍ସି ଉନ୍ମୋଚନ କରାଯାଇଥିଲା। ବୈଠକରେ ଜିଲା କ୍ରୀଡ଼ା ଅଧିକାରୀ ଚନ୍ଦନ ସାହୁ ପ୍ରାରମ୍ଭିକ ସୂଚନା ଦେଇଥିଲେ। ଖୋ ଖୋ ସଂଘର କୋଷାଧ୍ୟକ୍ଷ ଚୌଧୁରୀ ପାର୍ଥସାରଥି ମହାପାତ୍ର ଏବଂ ପୁରୀ ପୌରପାଳିକାର ପରାମର୍ଶଦାତା ଜ୍ୟୋତି ପ୍ରକାଶ ଦାସ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri