ଜାତୀୟସ୍ତରୀୟ ପ୍ରତିଯୋଗିତା ଆୟୋଜନ ପାଇଁ ପ୍ରସ୍ତୁତ: ଜିଲାପାଳ

ବଲାଙ୍ଗୀର ଅଫିସ,୧୩।୧: ସ୍ଥାନୀୟ ପିଆର୍‌ ହାଇସ୍କୁଲ ବ୍ୟାଡମିଣ୍ଟନ ଇନ୍‌ଡୋର ଷ୍ଟାଡିୟମରେ ଶୁକ୍ରବାର ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଯାଇଛି। ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରତିଯୋଗିତାର ଶୁଭାରମ୍ଭ କରିଛନ୍ତି। ୯, ୧୧, ୧୫ ଓ ୧୭ ବର୍ଷ ବର୍ଗର ଏହି ପ୍ରତିଯୋଗିତା ୧୭ ତାରିଖ ପର୍ଯ୍ୟନ୍ତ ଚାଲିବ।
ପ୍ରତିଯୋଗିତାର ସାଙ୍ଗଠନିକ ସମ୍ପାଦକ ସୁରୁଲାଲ ମଟାରୀଙ୍କ ସଂଯୋଜନାରେ ଆୟୋଜିତ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ବିଧାୟକ ମିଶ୍ର, ସମ୍ମାନିତ ଅତିଥି ଭାବେ ଜିଲାପାଳ ଚଞ୍ଚଲ ରାଣା, ସମରେନ୍ଦ୍ର ମିଶ୍ର ଯୋଗ ଦେଇଥିଲେ । ଏହି ଅବସରରେ ଜିଲାପାଳ ରାଣା ଜାତୀୟ ପ୍ରତିଯୋଗିତା ଆୟୋଜନ ପାଇଁ ପ୍ରଶାସନ ପ୍ରସ୍ତୁତ ଥିବା କହିଥିଲେ। ବଲାଙ୍ଗୀର ଏସ୍‌ପି ନିତିନ କୁଶଲକର ବ୍ୟାଡମିଣ୍ଟନ ସଂଘର ଉଦ୍ୟମକୁ ପ୍ରଶଂସା କରିବା ସହ ବ୍ୟାଡମିଣ୍ଟନ ପାଇଁ ସମସ୍ତ ସହଯୋଗ ଯୋଗାଇ ଦିଆଯିବ ବୋଲି କହିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜିଲା ସଂଘ ସଭାପତି ଗୋପାଳ ପଣ୍ଡା, ଜିଲା ସଂଘ କାର୍ଯ୍ୟକାରୀ ସଭାପତି ପବିତ୍ର ବେହେରା, ପିଆର୍‌ ହାଇସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ ସନ୍ତୋଷିନୀ ସେଠୀ, ସିଏସି ଅଧ୍ୟକ୍ଷ ମନୋରଞ୍ଜନ ଦାଶ, ରେଫରି ଲକ୍ଷପତି ନନ୍ଦ ଓ ଡେପୁଟି ରେଫରି ଜୟନ୍ତ ମିଶ୍ର ମଞ୍ଚାସୀନ ଥିଲେ । କାର୍ଯ୍ୟକ୍ରମ ପ୍ରାରମ୍ଭରୁ ଅତିଥିମାନଙ୍କୁ ଜିଲା ସଂଘର କାର୍ଯ୍ୟକର୍ତ୍ତା ଫୁଲତୋଡା ଦେଇ ସ୍ବାଗତ କରି ମଞ୍ଚକୁ ପାଛୋଟି ନେଇଥିଲେ । ମଞ୍ଚରେ ସମସ୍ତ ଅତିଥିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସମ୍ବର୍ଦ୍ଧନା ପର୍ବ ପରେ ମୁଖ୍ୟ ଅତିଥି ମିଶ୍ର ଫିତା କାଟି ଖେଳର ଆରମ୍ଭ ଘୋଷଣା କରିଥିଲେ। ପ୍ରଥମ ଦିନରେ ମିନି ଓ ସବ୍‌ ଜୁନିଅର ବର୍ଗର ସମୁଦାୟ ୮୫ଟି ମ୍ୟାଚ ହେବାର ସୂଚନା ରହିଛି । ସହରର ଶହ ଶହ ଛାତ୍ରୀଛାତ୍ର, ଖେଳପ୍ରେମୀ ପ୍ରତିଯୋଗିତାକୁ ବେଶ୍‌ ଉପଭୋଗ କରୁଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?