Posted inଖେଳ

ରାଜ୍ୟସ୍ତରୀୟ କ୍ରିକେଟ ପ୍ରତିଯୋଗିତା ଉଦ୍‌ଘାଟିତ

ପୁରୀ, ୭।୨(ଅଜିତ୍‌ ମହାନ୍ତି): ରାଜ୍ୟସ୍ତରୀୟ ପୁରୁଷ ଓ ମହିଳା କ୍ରିକେଟ୍‌ ପ୍ରତିଯୋଗିତା ମଙ୍ଗଳବାରଠାରୁ ଜଗନ୍ନାଥ ଷ୍ଟାଡିୟମ୍‌ରେ ଆରମ୍ଭ ହୋଇଯାଇଛି। ନୂଆ-ଓ ମାଧ୍ୟମରେ ଆୟୋଜିତ ଏହି ପ୍ରତିଯୋଗିତାକୁ ଜିଲାପାଳ ବିଜୟ କୁମାର ଦାଶ ଉଦ୍‌ଘାଟନ କରିବା ସହ କ୍ରୀଡ଼ା ଶୃଙ୍ଖଳା, ଭାଇଚାରା ଓ ଶାରୀରିକ ସୁସ୍ଥତା ରଖିବାରେ ସହାୟକ ହୋଇଥାଏ ବୋଲି କହିଥିଲେ। ସମସ୍ତ କ୍ଷେତ୍ରରେ ନିଜର ସର୍ବଶ୍ରେଷ୍ଠ ପ୍ରଦର୍ଶନ କରି ନିଜ ପାଇଁ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବାକୁ ଦାଶ ପରାମର୍ଶ ଦେବା ସହ ସଫଳତା ପାଇଁ କ୍ରୀଡ଼ାବିତ୍‌ଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଜିଲା କ୍ରୀଡ଼ା ଅଧିକାରୀ ଚନ୍ଦନ ସାହୁ ଏଥିରେ ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମରେ ରାଜ୍ୟ ହାଇପରଫରମାନ୍ସ କ୍ରୀଡ଼ା କେନ୍ଦ୍ର ନିର୍ଦ୍ଦେଶକ ଦୀପଙ୍କର ମହାପାତ୍ର, ବରିଷ୍ଠ ପରାମର୍ଶଦାତା ପ୍ରବୀର ମିଶ୍ର, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ ସେଠୀ, ଜିଲା କ୍ରୀଡ଼ା ସଂଘର ପୂର୍ବତନ ସମ୍ପାଦକ ରବି ଶଙ୍କର ପ୍ରତିହାରୀ ପ୍ରମୁଖ ଉପସ୍ଥିତ ଥିଲେ। ଜିଲାପାଳ ଓ ଅନ୍ୟାନ୍ୟ ଅତିଥି ପଡ଼ିଆରେ କ୍ରୀଡ଼ାବିତ୍‌ଙ୍କ ସହ ପରିଚିତ ହୋଇ ଶୁଭେଚ୍ଛା ଜଣାଇଥିଲେ। ପ୍ରତିଯୋଗିତାରେ ରାଜ୍ୟର ୩୦ ଜିଲାରୁ ୩୦ଟି ଲେଖାଏ ପୁରୁଷ ଓ ମହିଳା ଦଳ ଏଥିରେ ଅଶଂଗ୍ରହଣ କରିଛନ୍ତି। ପୁରୁଷ ଦଳର କ୍ରିକେଟ୍‌ ପ୍ରତିଯୋଗିତା ଜଗନ୍ନାଥ ଷ୍ଟାଡିୟମ୍‌ରେ ଓ ମହିଳା ଦଳର ପ୍ରତିଯୋଗିତା ଜିଲା ସ୍କୁଲ ପଡ଼ିଆଠାରେ ୧୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ବୋଲି କ୍ରୀଡ଼ା ଅଧିକାରୀ ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri