Posted inଖେଳ

ରାଜ୍ୟସ୍ତରୀୟ କ୍ରିକେଟ ଟୁର୍ନାମେଣ୍ଟ: ରାଉରକେଲା ବିଜୟୀ

ସମ୍ବଲପୁର,୩।୧(ବ୍ୟୁରୋ): ରାଜ୍ୟସ୍ତରୀୟ ମହେଶ ମେମୋରିଆଲ କ୍ରିକେଟ ଟୁର୍ନାମେଣ୍ଟ ସ୍ବର୍ଣ୍ଣାବୁରେଇ ଖେଳ ପଡ଼ିିଆରେ ଚାଲିଛି। ରବିବାର କ୍ବାର୍ଟର ଫାଇନାଲ ମ୍ୟାଚ୍‌ ବରଗଡ ଜିଲା ବ୍ଲୁ ଡାଇମଣ୍ଡ ଓ ରାଉରକେଲା ମଧ୍ୟରେ ହୋଇଥିଲା। ବରଗଡ ଦଳ ଟସ୍‌ ଜିତି ଫିଲ୍ଡିଂ କରିବାର ନିଷ୍ପତ୍ତି ନେଇଥିଲା। ରାଉରକେଲା ଦଳ ନିର୍ଦ୍ଧାରିତ ୨୦ ଓଭରରେ ୩ ଉଇକେଟ ହରାଇ ୨୧୫ ରନ୍‌ ସଂଗ୍ରହ କରିଥିଲା। ୨୧୬ ରନ୍‌ର ବିଜୟ ଲକ୍ଷ୍ୟ ନେଇ ବରଗଡ଼ ଦଳ ବ୍ୟାଟିଂ ଆରମ୍ଭ କରିଥିଲା। ୧୮.୩ ଓଭରରେ ସମସ୍ତ ଉଇକେଟ ହରାଇ ୧୬୫ ରନ୍‌ ସଂଗ୍ରହ କରିଥିଲା ୫୦ ରନ୍‌ ବ୍ୟବଧାନରେ ବରଗଡ଼ ଦଳ ପରାଜିତ ହୋଇଥିଲା। ଅମ୍ପାୟର ବିକାଶ ହୋତା, ପ୍ରିୟାଂଶୁ ପତି ମ୍ୟାଚ୍‌ ପରିଚାଳନା କରିଥିଲେ। ସ୍କୋରର ଆଲୋକ ସାହୁ ରହିଥିବା ବେଳେ ଯୋଗେଶ ପୁରୋହିତ, ଦିଲୀପ ପୂଜାରୀ, ନୀଳମଣି ସାହୁ ଧାରାବିବରଣୀ ପ୍ରଦାନ କରିଥିଲେ। ପୁରସ୍କାର ବିତରଣୀ ସଭାରେ ମୁଖ୍ୟଅତିଥି ଭାବେ ଶାନ୍ତି ସାହୁ ଯୋଗ ଦେଇଥିଲେ। ରାଉରକେଲା ଦଳର ଗୌତମ ସୁନାଙ୍କୁ ମ୍ୟାନ ଅଫ୍‌ ଦି ମ୍ୟାଚ ଭାବେ ପୁରସ୍କୃତ କରାଯାଇଥିଲା। ମ୍ୟାଚ୍‌ ପୂର୍ବରୁ ଷ୍ଟାର ଖେଳାଳି ତଥା ଓଡ଼ିଶା କ୍ରିକେଟ ଦଳର ପୂର୍ବତନ ଅଧିନାୟକ ନଟରାଜ ବେହେରାଙ୍କୁ ଆୟୋଜକ ମାନେଶ୍ୱର କ୍ରିକେଟ କ୍ଲବ (ଏମସିସି) ପକ୍ଷରୁ ଏକ ରାଲିରେ ମାନେଶ୍ୱର ଛକରୁ ସ୍ବର୍ଣ୍ଣାବୁରେଇ ଖେଳ ପଡିଆକୁ ପାଛୋଟି ଅଣାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri