ରାଜ୍ୟସ୍ତରୀୟ ଧନୁଯାତ୍ରା କୁଇଜ୍‌ ପ୍ରତିଯୋଗିତା: ପ୍ରଥମ ସ୍ଥାନରେ…

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ଐତିହ୍ୟ ଓ ପରମ୍ପରାକୁ ବର୍ତ୍ତମାନର ଛାତ୍ରୀଛାତ୍ରମାନଙ୍କୁ ଅବଗତ କରାଇବା ପାଇଁ ସ୍ଥାନୀୟ ଲେଙ୍ଗୁମିଶ୍ର ଷ୍ଟାଡିୟମରେ ଆୟୋଜିତ ହସ୍ତତନ୍ତ ମେଳା ପରିସରରେ ରାଜ୍ୟସ୍ତରୀୟ ପଞ୍ଚମ ଧନୁଯାତ୍ର କୁଇଜ୍‌ ପ୍ରତିଯୋଗିତା ଗୁରୁବାର ଅନୁଷ୍ଠିତ ହେଇଯାଇଛି। ମହତାବ ଶିଶୁ ସାହିତ୍ୟ ସଂସଦ ଓ ଶିଶୁ ସାହିତ୍ୟ ପତ୍ରିକା ‘କଳାମାଣିକ’ ଆନୁକୂଲ୍ୟରେ ଆୟୋଜିତ ତଥା ସାହିତି୍ୟକ ମନୋରଞ୍ଜନ ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉକ୍ତ ପ୍ରତିଯୋଗିତାର ପ୍ରଶଂସା କରିବା ସହିତ ବରଗଡ଼ର ବିଶ୍ବପ୍ରସିଦ୍ଧ ଧନୁଯାତ୍ରାର ଇତିହାସ ବିଷୟରେ ଅବଗତ ହେବାକୁ ସମସ୍ତଙ୍କୁ ଆହ୍ବାନ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସଲା ଯୋଗଦେଇ ଛାତ୍ରୀଛାତ୍ରମାନେ ଆମର ସମୃଦ୍ଧ ଐତିହ୍ୟ ଓ ସଂସ୍କୃତି ବିଷୟ ପ୍ରତି ଆନ୍ତରିକତା ପ୍ରଦର୍ଶନ କରିବାକୁ ପରାମର୍ଶ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ପ୍ରିତମ ସିଂ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଦିବ୍ୟକାନ୍ତି ଭୋଇ, ମୀନା ପଣ୍ଡା, ଶିକ୍ଷକ ଦୁଃଖିସେବକ ସାହୁ, ସାହିତି୍ୟକା ସୁପ୍ରଭା ସାମଲ, ସାମାଜିକ କର୍ମୀ ସଂଘମିତ୍ରା ପଟେଲ ଓ ଶିକ୍ଷୟିତ୍ରୀ ମଞ୍ଜୁଲତା ସାହୁ ପ୍ରମୁଖ ସହଯୋଗ କରିଥିଲେ। ଉକ୍ତ ପ୍ରତିଯୋଗିତାର ସିନିଅର ବିଭାଗରେ ଯୁବୋଦୟ କଲେଜ ବଲାଙ୍ଗୀରର ଛାତ୍ରୀ ଆଦ୍ୟାଶା ପ୍ରଧାନ ପ୍ରଥମ, ରେଭେନ୍ସା ମହାବିଦ୍ୟାଳୟର ଛାତ୍ର ଆୟାଶ ପଣ୍ଡା ଦ୍ୱିତୀୟ ଓ ଓଡ଼ିଶା ଆଦର୍ଶ ବିଦ୍ୟାଳୟ କନଗାଁର ଛାତ୍ରୀ ଶ୍ରୀୟା ବାରିକ ତୃତୀୟ ଏବଂ ଜୁନିଅର ବିଭାଗରେ ଗୋବିନ୍ଦପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଅଂଶୁମାନ ଦାସ ପ୍ରଥମ, ସିମେଣ୍ଟ ନଗର ଇଂରାଜୀ ମାଧ୍ୟମ ବିଦ୍ୟାଳୟର ଅସ୍ମିତା ପଟ୍ଟନାୟକ ଦ୍ବିତୀୟ ଓ ଶ୍ରୀଅରବିନ୍ଦ ସ୍କୁଲର ଛାତ୍ର ସ୍ମୃତି ରଞ୍ଜନ ସାହୁ ତୃତୀୟ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଥିଲେ। ସମ୍ପାଦକ ଡ. ରବିନାରାୟଣ ସାହୁ କାର୍ଯ୍ୟକ୍ରମ ପରିଚାଳନା ଓ ଆବାହକ ରାଜେନ୍ଦ୍ର ଚୌଧୁରୀ ଧନ୍ୟବାଦ ଅର୍ପଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପରିଚାଳନା ନେଇ ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଆଲୋଚନା, ଅଣମୌସୁମୀ ଜଳ ବିବାଦ ପ୍ରଶ୍ନରେ ଚୁପ୍ ରହିଲେ ଛତିଶଗଡ଼ ଅଧିକାରୀ

​ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ହୀରାକୁଦ ଅଶୋକ ନିବାସଠାରେ ବୁଧବାର ଓଡ଼ିଶା ଏବଂ ଛତିଶଗଡ଼ ଜଳସମ୍ପଦ ବିଭାଗ ସମେତ କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ଯୁସି)ର ବରିଷ୍ଠ ଅଧିକାରୀମାନଙ୍କ ମଧ୍ୟରେ ଏକ…

ସମ୍ବଲପୁର ଆଞ୍ଚଳିକ ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ଯୋଗଦେଲେ ଉପମୁଖ୍ୟମନ୍ତ୍ରୀ, ମହିଳାଙ୍କୁ କହିଲେ ଇନଷ୍ଟାଗ୍ରାମରେ….

ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ସମ୍ପ୍ରତ୍ତି କେବଳ ମହିଳାଙ୍କ ବିକାଶ ନୁହେଁ, ବରଂ ମହିଳାମାନଙ୍କ ନେତୃତ୍ୱରେ ସମାଜର ସର୍ବାଙ୍ଗୀନ ବିକାଶ ହେଉଛି। ମହିଳାଙ୍କ ବିକାଶରେ ମିଶନ ଶକ୍ତି ଓ ସୁଭଦ୍ରା…

ଏକାଠି ଖେଳିବେ ସଞ୍ଜୁ ସାମସନ-ବୈଭବ ସୂର୍ଯ୍ୟବଂଶୀ? ଜଣେ ଖେଳାଳିଙ୍କୁ ଦେବାକୁ ପଡିବ ‘ବଳିଦାନ’

ନୂଆଦିଲ୍ଲୀ,୮।୭: ଭାରତୀୟ ଦଳ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜରେ ସଂଘର୍ଷ କରୁଛି, ପ୍ରଥମ ତିନୋଟି ମ୍ୟାଚରେ ବିଜୟ ହାସଲ କରିପାରି ନାହିଁ। ମଙ୍ଗଳବାର ରାତିରେ ଇଂଲଣ୍ଡ ଭାରତକୁ…

ଚୌଦ୍ୱାର ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିଲେ କାଉନସିଲର ସୁବ୍ରତ ସାମଲ, ଦର୍ଶାଇଲେ ଏହି କାରଣ

ଚୌଦ୍ବାର,୮।୭: ବିଜେଡିରୁ ଇସ୍ତଫା ଦେଲେ ଚୌଦ୍ୱାର ୧୨ନଂ ୱାର୍ଡ କାଉନସିଲର । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସୁବ୍ରତ ସାମଲ ଇସ୍ତଫା ପତ୍ର ପଠାଇଛନ୍ତି । ତାଙ୍କର…

ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ: ଏବେଠୁ କର୍ମୀଙ୍କୁ କର୍ଣ୍ଣମନ୍ତ୍ର ଦେବାକୁ ବିଜେଡିର ମେଳି

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ଏଥିପାଇଁ ଏବେଠାରୁ ଗାଁଗାଁରେ ଲୋକଙ୍କୁ ବିଭିନ୍ନ ଦଳ ପକ୍ଷରୁ ଦିଆଯାଉଛି ମନ୍ତ୍ରଣା। ଏଭଳି ଦେଖିବାକୁ ମିଳିଛି କନ୍ଧମାଳ ଜିଲା…

‘ରିସେଟ’ର ମୂଲ୍ୟ ଦେଉଛି ଟିମ ଇଣ୍ଡିଆ? ଲଗାତାର ପରାଜୟ ଉପରେ ନୀରବତା ଭାଙ୍ଗିଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୮।୭: ଇଂଲଣ୍ଡ ବିପକ୍ଷରେ ୧୨୫ ରନର ଦମ ଦାର ପରାଜୟ ପରେ ଏହା କ୍ରମାଗତ ଚତୁର୍ଥ ଟି-୨୦ ପରାଜୟ, ଭାରତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର…

EDର ବଡ଼ କାର୍ଯ୍ୟାନୁଷ୍ଠାନ, ଟିଏମସିର ୩ଟି ବ୍ୟାଙ୍କ ଆକାଉଣ୍ଟ୍ ଫ୍ରିଜ୍ କଲା ED

କୋଲକାତା,୮।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏକ ବଡ଼ ଝଟକା ଲାଗିଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ତୃଣମୂଳ କଂଗ୍ରେସ (TMC) ସହିତ ଜଡିତ ତିନୋଟି ଆକାଉଣ୍ଟକୁ ଫ୍ରିଜ୍…

ଭୁଶୁଡ଼ିଲା ନିର୍ମାଣାଧୀନ କୋଠା, ଅନେକ ଶ୍ରମିକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ପୁଣେ,୮।୭: ମହାରାଷ୍ଟ୍ରର ପିମ୍ପରି-ଚିଞ୍ଚୱାଡରେ ବୁଧବାର ଅପରାହ୍ନରେ ଏକ ବଡ଼ ଦୁର୍ଘଟଣା ଘଟିଛି, ଯେଉଁଠାରେ ‘ଆବର୍ଜନାରୁ ଶକ୍ତି’ ପ୍ରକଳ୍ପ ସ୍ଥାନରେ ନିର୍ମାଣାଧୀନ କୋଠାର ଏକ ଅଂଶ ହଠାତ ଭୁଶୁଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri