ରାଜ୍ୟସ୍ତରୀୟ ଖୋ ଖୋ ପ୍ରତିଯୋଗିତା: ଭୁବନେଶ୍ୱର କିସ୍‌ ଚାମ୍ପିୟନ

ଦିଗପହଣ୍ଡି/ପାଟପୁର,୨୮।୧୧(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପାଟପୁର ବିଶ୍ୱାସ ରାୟ ବିଜ୍ଞାନ ମହାବିଦ୍ୟାଳୟ ମିନି ଷ୍ଟାଡିୟମରେ ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ଆନୁକୁଲ୍ୟରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟସ୍ତରୀୟ ଯୁକ୍ତ ୨ ଆନ୍ତଃ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ବାଳକ( ପୁରୁଷ) ବିଭାଗ ଖୋ ଖୋ ଟୁର୍ନାମେଣ୍ଟ ଗୁରୁବାର ଉଦ୍‌ଯାପିତ ହୋଇଯାଇଛି।

ଆୟୋଜିତ ଟୁର୍ନାମେଣ୍ଟରେ ରାଜ୍ୟର ୬ଟି ଜୋନର ବିଜେତା ଦଳ ଅଂଶ ଗ୍ରହଣ କରିଥିଲେ। ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ପାଟପୁର ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ଭୁବନେଶ୍ୱର କିସ୍‌ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ମଧ୍ୟରେ କଡ଼ା ମୁକାବିଲା ଦେଖିବାକୁ ମିଳିଥିଲା। ଏଥିରେ କିସ୍‌ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ବିଜୟୀ ହୋଇ ଚାମ୍ପିୟନ ହୋଇଥିଲା।

ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ସାନଖେମୁଣ୍ଡି ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ ଯୋଗଦେଇ ଚାମ୍ପିୟନ ଦଳକୁ ମାନପତ୍ର ସହ ପୁରସ୍କାର ପ୍ରଦାନ କରିବା ସହ ଖେଳାଳିଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ। ସମ୍ମାନିତ ଅତିଥି ଭାବେ ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରଫୁଲ୍ଲ ଚନ୍ଦ୍ର ମହାରଣା, କ୍ରୀଡ଼ା ଶିକ୍ଷକ ସଂଘ ଉପଦେଷ୍ଟା ସଚ୍ଚିଦାନନ୍ଦ ଦାଶ, ରାଜ୍ୟସ୍ତରୀୟ ଖେଳାଳି ଚୟନ କମିଟି ସଦସ୍ୟ କେ. ସି. ରାଉତ ଯୋଗ ଦେଇଥିଲେ ।

ପାଟପୁର ମହାବିଦ୍ୟାଳୟରେ ଏପରି ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଆଗାମୀ ଭବିଷ୍ୟତରେ ମଧ୍ୟ ଆୟୋଜନ କରିବା ପାଇଁ ଅତିଥିବୃନ୍ଦ ମତ ପ୍ରକାଶ କରିଥିଲେ। ମହାବିଦ୍ୟାଳୟ କ୍ରୀଡ଼ା ସଂସଦ ଉପ ସଭାପତି ତଥା ରସାୟନ ବିଭାଗ ମୁଖ୍ୟ ଅଧ୍ୟାପକ ଡ. କୈଳାସ ଚନ୍ଦ୍ର ସାଇଁ, ସହଯୋଗୀ ସଦସ୍ୟ ଅଧ୍ୟାପିକା ଡ. ଶାରଦା ସମସ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

କ୍ରୀଡ଼ା ଶିକ୍ଷକ ଲକ୍ଷ୍ମଣ ସାହୁ, ମ୍ୟାଚ୍‌ ରେଫେରି ଭାବେ ଦାମୋଦର ପ୍ରଧାନ, ରାମକୃଷ୍ଣ ପାଣିଗ୍ରାହୀ, ଦିଲ୍ଲୀପ ବାଘ ସିଂ, ରାଜା ସିଂ, ଅଜୟ ସ୍ବାଇଁ ଏବଂ ସ୍କୋରର୍‌ ଭାବେ ରାକେଶ ପ୍ରଧାନ, ରାଜେନ୍ଦ୍ର ଲେଙ୍କା ପ୍ରମୁଖ ଦାୟିତ୍ୱ ତୁଲାଇଲେ


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri