ରାଜ୍ୟସ୍ତରୀୟ ଖୋ ଖୋ ପ୍ରତିଯୋଗିତା: ଭୁବନେଶ୍ୱର କିସ୍‌ ଚାମ୍ପିୟନ

ଦିଗପହଣ୍ଡି/ପାଟପୁର,୨୮।୧୧(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପାଟପୁର ବିଶ୍ୱାସ ରାୟ ବିଜ୍ଞାନ ମହାବିଦ୍ୟାଳୟ ମିନି ଷ୍ଟାଡିୟମରେ ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ଆନୁକୁଲ୍ୟରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟସ୍ତରୀୟ ଯୁକ୍ତ ୨ ଆନ୍ତଃ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ବାଳକ( ପୁରୁଷ) ବିଭାଗ ଖୋ ଖୋ ଟୁର୍ନାମେଣ୍ଟ ଗୁରୁବାର ଉଦ୍‌ଯାପିତ ହୋଇଯାଇଛି।

ଆୟୋଜିତ ଟୁର୍ନାମେଣ୍ଟରେ ରାଜ୍ୟର ୬ଟି ଜୋନର ବିଜେତା ଦଳ ଅଂଶ ଗ୍ରହଣ କରିଥିଲେ। ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ପାଟପୁର ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ଭୁବନେଶ୍ୱର କିସ୍‌ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ମଧ୍ୟରେ କଡ଼ା ମୁକାବିଲା ଦେଖିବାକୁ ମିଳିଥିଲା। ଏଥିରେ କିସ୍‌ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ବିଜୟୀ ହୋଇ ଚାମ୍ପିୟନ ହୋଇଥିଲା।

ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ସାନଖେମୁଣ୍ଡି ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ ଯୋଗଦେଇ ଚାମ୍ପିୟନ ଦଳକୁ ମାନପତ୍ର ସହ ପୁରସ୍କାର ପ୍ରଦାନ କରିବା ସହ ଖେଳାଳିଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ। ସମ୍ମାନିତ ଅତିଥି ଭାବେ ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରଫୁଲ୍ଲ ଚନ୍ଦ୍ର ମହାରଣା, କ୍ରୀଡ଼ା ଶିକ୍ଷକ ସଂଘ ଉପଦେଷ୍ଟା ସଚ୍ଚିଦାନନ୍ଦ ଦାଶ, ରାଜ୍ୟସ୍ତରୀୟ ଖେଳାଳି ଚୟନ କମିଟି ସଦସ୍ୟ କେ. ସି. ରାଉତ ଯୋଗ ଦେଇଥିଲେ ।

ପାଟପୁର ମହାବିଦ୍ୟାଳୟରେ ଏପରି ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଆଗାମୀ ଭବିଷ୍ୟତରେ ମଧ୍ୟ ଆୟୋଜନ କରିବା ପାଇଁ ଅତିଥିବୃନ୍ଦ ମତ ପ୍ରକାଶ କରିଥିଲେ। ମହାବିଦ୍ୟାଳୟ କ୍ରୀଡ଼ା ସଂସଦ ଉପ ସଭାପତି ତଥା ରସାୟନ ବିଭାଗ ମୁଖ୍ୟ ଅଧ୍ୟାପକ ଡ. କୈଳାସ ଚନ୍ଦ୍ର ସାଇଁ, ସହଯୋଗୀ ସଦସ୍ୟ ଅଧ୍ୟାପିକା ଡ. ଶାରଦା ସମସ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

କ୍ରୀଡ଼ା ଶିକ୍ଷକ ଲକ୍ଷ୍ମଣ ସାହୁ, ମ୍ୟାଚ୍‌ ରେଫେରି ଭାବେ ଦାମୋଦର ପ୍ରଧାନ, ରାମକୃଷ୍ଣ ପାଣିଗ୍ରାହୀ, ଦିଲ୍ଲୀପ ବାଘ ସିଂ, ରାଜା ସିଂ, ଅଜୟ ସ୍ବାଇଁ ଏବଂ ସ୍କୋରର୍‌ ଭାବେ ରାକେଶ ପ୍ରଧାନ, ରାଜେନ୍ଦ୍ର ଲେଙ୍କା ପ୍ରମୁଖ ଦାୟିତ୍ୱ ତୁଲାଇଲେ


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri