Posted inଖେଳ

ଆଜିଠୁ ପୁରୀରେ ରାଜ୍ୟସ୍ତରୀୟ ଖୋ ଖୋ

ପୁରୀ,୧୯ା୧୦(ଅଜିତ ମହାନ୍ତି): ତାଳବଣିଆ ଷ୍ଟାଡିୟମରେ ଚଳିତ ମାସ ୧୯ରୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟସ୍ତରୀୟ ଖୋ ଖୋ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିରେ ବିଭିନ୍ନ ଜିଲାରୁ ୧୨୫୦ ଖେଳାଳି ଓ ଅଫିସିଆଲ୍‌ ଅଂଶଗ୍ରହଣ କରିବେ ବୋଲି ଅତିରିକ୍ତ ଜିଲାପାଳ (ପ୍ରଶାସନ) ପ୍ରଦୀପ କୁମାର ସାହୁ ସୂଚନା ଦେଇଛନ୍ତି। ରାଜ୍ୟ କ୍ରୀଡ଼ା ବିଭାଗ, ଜିଲା କ୍ରୀଡ଼ା କାର୍ଯ୍ୟାଳୟ ଏବଂ ରାଜ୍ୟ ଖୋ ଖୋ ସଂଘ ପକ୍ଷରୁ ମିଳିତ ଭାବେ ଆୟୋଜିତ ହେବାକୁ ଥିବା ଏହି ପ୍ରତିଯୋଗିତା ସମ୍ପର୍କରେ ବୁଧବାର ସର୍କିଟ ହାଉସ ସମ୍ମିଳନୀ କକ୍ଷରେ ସୂଚନା ଦେଇ ଅତିରିକ୍ତ ଜିଲାପାଳ ସାହୁ କହିଲେ, ରାଜ୍ୟ ସ୍ତରର ୧୬ତମ ସବ୍‌ଜୁନିୟର ଓ ୧୨ତମ ଜୁନିୟର ଖୋ ଖୋ ପ୍ରତିଯୋଗିତା ଦୁଇଟି ବର୍ଗରେ ଅନୁଷ୍ଠିତ ହେବ। ୧୪ ବର୍ଷରୁ କମ୍‌ ସବ୍‌ଜୁନିୟର ଓ ୧୮ ବର୍ଷରୁ କମ୍‌ ଜୁନିୟର ବର୍ଗରେ ୨୨ ଓ ସବ୍‌ଜୁନିୟର ବର୍ଗରେ ୧୮ଟି ଦଳ ଭାଗନେବେ। ସେମାନଙ୍କ ରହଣି, ଖାଦ୍ୟ ଓ ପାନୀୟଜଳ, ଖେଳାଳି ପରିବହନ, ସ୍ବାସ୍ଥ୍ୟ, ପରିଷ୍କାର ପରିଚ୍ଛନ୍ନତା ବ୍ୟବସ୍ଥା ପାଇଁ ପଦକ୍ଷେପ ନିଆଯାଇଛି। ସେହିପରି କାର୍ଯ୍ୟସୂଚୀ ଅନୁସାରେ ମ୍ୟାଚ ବ୍ୟବସ୍ଥା କରାଯାଇଛି ବୋଲି ସେ କହିଥିଲେ। ଖୋ ଖୋ ସଂଘର ରାଜ୍ୟ ସମ୍ପାଦକ ପ୍ରଦ୍ୟୁମ୍ନ ମିଶ୍ର କହିଥିଲେ, ଉଭୟ ସବ୍‌ଜୁନିୟର ଓ ଜୁନିୟର ଦଳ ମୋଟ ୯୦ଟି ମ୍ୟାଚ ଖେଳିବେ। ୨୨ ତାରିଖରେ ଫାଇନାଲ ହୋଇ ଶ୍ରେଷ୍ଠ ଦଳକୁ ପୁରସ୍କୃତ କରାଯିବ। ପ୍ରଦର୍ଶନ ଆଧାରରେ ରାଜ୍ୟସ୍ତରର ଶ୍ରେଷ୍ଠ ଦଳକୁ କର୍ନାଟକର ତିପ୍‌ତୁରଠାରେ ଡିସେମ୍ବରରେ ହେବାକୁ ଥିବା ଜାତୀୟ ସ୍ତର ପାଇଁ ପଠାଯିବ ବୋଲି ସେ ପ୍ରକାଶ କରିଥିଲେ। ପ୍ରାରମ୍ଭରେ ଜିଲା କ୍ରୀଡ଼ା ଅଧିକାରୀ ଚନ୍ଦନ ସାହୁ ସମସ୍ତଙ୍କୁ ସ୍ବାଗତ କରିବା ସହ ଖୋ ଖୋ ପ୍ରତିଯୋଗିତା ସମ୍ପର୍କରେ ସୂଚନା ଦେଇଥିଲେ। ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, ଆର୍‌ଟିଓ ରବିନ ପଟ୍ଟନାୟକ, ଜିଲା କ୍ରୀଡ଼ା ସଂଘର ପୂର୍ବତନ ଉପସଭାପତି ରାମଚନ୍ଦ୍ର ଦାସ ମହାପାତ୍ର, ପୂର୍ବତନ ସମ୍ପାଦକ ରବି ଶଙ୍କର ପ୍ରତିହାରୀ, ୱାଟ୍‌କୋ ସହକାରୀ ଯନ୍ତ୍ରୀ ସୁଧାକର ନାୟକ, ପୁରୀ ପୌରପାଳିକାର ସାନିଟାରୀ ଏକ୍ସପର୍ଟ ବିଷ୍ଣୁ ପ୍ରସାଦ ମିଶ୍ର ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ ଯନ୍ତ୍ରଣା, ବାରଣ୍ଡା-ଚଟାଣରେ ଚାଲିଛି ସେବା: ନାହିଁ ନାହିଁରେ ଚାଲିଛି ସ୍ୱାସ୍ଥ୍ୟକେନ୍ଦ୍ର

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀମାନେ ଯନ୍ତ୍ରଣା ଭୋଗୁଥିବା ଅଭିଯୋଗ ହୋଇଛି। ଯେଉଁଠି ସ୍ୱାସ୍ଥ୍ୟ ସମସ୍ୟା ନେଇ ରୋଗୀମାନେ ଉତ୍ତମ…

ଗଣେଶ ପୂଜାରେ ସୃଷ୍ଟି ହେବ ବଡ଼ ରାଜଯୋଗ: ୪ ରାଶି ହେବେ ମାଲାମାଲ୍‌, ଚାକିରିରେ ମିଳିବ ବଡ଼ ଅଫର୍‌…

ହିନ୍ଦୁ ଧର୍ମରେ ଗଣେଶ ଚତୁର୍ଥୀ ପର୍ୱର ଏକ ସୱତନ୍ତ୍ର ମହତ୍ତ୍ୱ ରହିଛି। ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଚଳିତ ବର୍ଷ ଗଣେଶ ଚତୁର୍ଥୀରେ ଅନେକ ଶୁଭ ଯୋଗ…

ସମ୍ବଲପୁରରେ ଏନ୍ କାଉଣ୍ଟର: କୁଖ୍ୟାତ ଅପରାଧୀ ଇରଫାନ ଆହତ, ଦୁଇ ସହଯୋଗୀ …

ସମ୍ବଲପୁର, ୧୩।୯ (ପ୍ରମୋଦ ବହିଦାର): ସମ୍ବଲପୁର ସଦର ଥାନା ଅଞ୍ଚଳରେ ପୋଲିସ ଓ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ସୁନାପାଲି ଅଞ୍ଚଳର କୁଖ୍ୟାତ…

ଦାରିଙ୍ଗବାଡ଼ିରେ ପର୍ଯ୍ୟଟନ ବିକାଶର ସମୀକ୍ଷା:ହୋମଷ୍ଟେ କରି ସ୍ୱାବଲମ୍ବୀ ହେବାକୁ ପରାମର୍ଶ ଦେଲେ ପର୍ଯ୍ୟଟନ ପ୍ରମୁଖ ସଚିବ

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଶନିବାର ଅପରାହ୍ନରେ ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ବଳବନ୍ତ ସିଂ ପହଞ୍ଚି ପର୍ଯ୍ୟଟନ କ୍ଷେତ୍ରର ବିକାଶ…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନ; ୩ ରାଶିଙ୍କ ଧନଯୋଗ, ହୁ ହୁ ହୋଇ ବଢିବ ଇନକମ୍‌…

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହ ଗତିର ପ୍ରଭାବ କେବଳ ରାଶି ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ । ଗ୍ରହ ଯେଉଁ ନକ୍ଷତ୍ରରେ ପ୍ରବେଶ କରେ ତାହାକୁ ମଧ୍ୟ ବହୁତ…

ଅଦ୍ଭୁତ ସ୍ଥିତି

ହ୍ୱାଟ୍ସଆପ୍‌ରେ ଏସ୍‌ଆଇଆର୍‌ ନୋଟିସ ଆସିଥିଲା, ‘ଶୁଣାଣିରେ ଉପସ୍ଥିତ ରହିବା ବାଧ୍ୟତାମୂଳକ। ଦୟାକରି ଏହାକୁ ଜରୁରୀ ମନେକରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅନୁପସ୍ଥିତ ନ ରହିବା ପାଇଁ ବ୍ୟବସ୍ଥା…

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

୧୭ ଯାଏ ବର୍ଷା

ଭୁବନେଶ୍ୱର,୧୩ା୯(ବନ୍ଦନା ସେଠୀ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?