Posted inଖେଳ

ରାଜ୍ୟସ୍ତରୀୟ ଖୋ ଖୋ ଉଦ୍‌ଘାଟିତ

ପୁରୀ ଅଫିସ, ୧୪ା୧୧: ପୁରୀ ଜିଲା ହାଇସ୍କୁଲ ପରିସରରେ ରବିବାରଠାରୁ ୫୫ତମ ରାଜ୍ୟସ୍ତରୀୟ ସିନିୟର ବର୍ଗ ଖୋ ଖୋ ଚାମ୍ପିୟନଶିପ୍‌ ଆରମ୍ଭ ହୋଇଛି। ଏହା ୩ଦିନ ଧରି ଚାଲିବ। ଜିଲାପାଳ ସମର୍ଥ ବର୍ମା ମୁଖ୍ୟ ଅତିଥି ଭାବେ ଯୋଗଦେଇ କ୍ରୀଡ଼ା ପତାକା ଦେଖାଇ ଚାମ୍ପିୟନଶିପ୍‌କୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଜିଲାପାଳ ଅଭିଭାଷଣ ଦେଇ କହିଥିଲେ, କ୍ରୀଡ଼ା ପ୍ରତିଭାର ବିକାଶ ଦିଗରେ ଖୋ ଖୋ ସହାୟକ ହୋଇପାରିବ। ଖୋ ଖୋ ଓଡ଼ିଶାର ଏକ ପ୍ରମୁଖ ଖେଳ। ଏହାର ପ୍ରଚାର ପ୍ରସାର ଦିଗରେ ସରକାର ଅନେକ ପଦକ୍ଷେପ ନେଉଛନ୍ତି ବୋଲି ସେ ପ୍ରକାଶ କରିଥିଲେ।

ଉତ୍ସବରେ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲାପାଳ (ପ୍ରଶାସନ) ପ୍ରଦୀପ କୁମାର ସାହୁ, ଉପଜିଲାପାଳ ଭବତାରଣ ସାହୁ, ପୁରୀ ଜିଲା ଆଥ୍‌ଲେଟିକ ଆସୋସିଏଶନ ସମ୍ପାଦକ ରବିଶଙ୍କର ପ୍ରତିହାରୀ, ଜିଲା ହାଇସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ଜ୍ୟୋତିର୍ମୟୀ ମିଶ୍ର ପ୍ରମୁଖ ମଞ୍ଚାସୀନ ଥିଲେ। ରାଜ୍ୟ ଖୋ ଖୋ ସଂଘର ସମ୍ପାଦକ ପ୍ରଦ୍ୟୁମ୍ନ କୁମାର ମିଶ୍ର ଖୋ ଖୋ ଚାମ୍ପିୟନଶିପ୍‌ର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିବା ସହ ଆୟୋଜନରେ ସହଯୋଗ କରିଥିବାରୁ ଜିଲା ପ୍ରଶାସନକୁ କୃତଜ୍ଞତା ଜଣାଇଥିଲେ। ପୁରୀ ଖୋ ଖୋ ଦଳର ଭରତ ପ୍ରଧାନ ସମସ୍ତ କ୍ରୀଡ଼ାବିତ୍‌ଙ୍କୁ ଶପଥ ପାଠ କରାଇଥିଲେ।

ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ ସଭା ପରିଚାଳନା କରିଥିଲେ। ଜିଲା କ୍ରୀଡ଼ା ଅଧିକାରୀ ଚନ୍ଦନ ସାହୁ ଧନ୍ୟବାଦ ଦେଇଥିଲେ। ପ୍ରଥମ ଦିନରେ ବିଭିନ୍ନ ଦଳ ମଧ୍ୟରେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏହି ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ବିଭିନ୍ନ ଜିଲାର ଟିମ୍‌ ସମେତ କିଟ୍‌ ବିଶ୍ୱବିଦ୍ୟାଳୟ ଓ ପୁରୀ ଖୋ ଖୋ ସ୍ପୋଟର୍‌ସ ହଷ୍ଟେଲର ଉଭୟ ପୁରୁଷ ଓ ମହିଳା ଦଳ ଭାଗ ନେଇଛନ୍ତି। ଉଭୟ ମହିଳା ଓ ପୁରୁଷ ଚାମ୍ପିୟନ ଦଳକୁ ୧୦ ହଜାର ଟଙ୍କା ସହ ଟ୍ରଫି ଏବଂ ରନର୍ସ ଅପ୍‌ ଦଳକୁ ୭ହଜାର ଟଙ୍କା ସହ ଟ୍ରଫି ପ୍ରଦାନ କରାଯିବ। ୩ୟ ଓ ୪ର୍ଥ ଦଳକୁ ୫ ହଜାର ଟଙ୍କା ଲେଖାଏ ଏବଂ ୩ ଶ୍ରେଷ୍ଠ ଖେଳାଳିଙ୍କୁ ୨ହଜାର ଟଙ୍କା ଲେଖାଏ ପୁରସ୍କାର ଓ ଟ୍ରଫି ଦିଆଯିବ। ଉକ୍ତ ପ୍ରତିଯୋଗିତାରେ ଚୟନ ଶ୍ରେଷ୍ଠ ଖେଳାଳି ଓ ଦଳ ଚଳିତ ମାସ ୨୦ରୁ ୨୪ ତାରିଖ ପର୍ଯ୍ୟନ୍ତ ମହାରାଷ୍ଟ୍ରରେ ଅନୁଷ୍ଠିତ ହେବାକୁ ଥିବା ୫୫ତମ ଜାତୀୟ ଖୋ ଖୋ ଚାମ୍ପିୟନଶିପ୍‌ରେ ଭାଗନେବେ ବୋଲି ଆୟୋଜକଙ୍କ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri