Posted inଖେଳ

ପୁରୀରେ ରାଜ୍ୟସ୍ତରୀୟ ଖୋଖୋ ଉଦ୍‌ଘାଟିତ

ପୁରୀ ୮ା୨ ( ଅଜିତ୍‌ ମହାନ୍ତି): ପୁରୀ ଜିଲା ସ୍କୁଲ ପରିସରରେ ବୁଧବାରଠାରୁ ରାଜ୍ୟ ସ୍ତରୀୟ ନୂଆ ଓ ଖୋଖୋ ପ୍ରତିଯୋଗିତା ଆରମ୍ଭ ହୋଇଛି। ରାଜ୍ୟ କ୍ରୀଡ଼ା ନିର୍ଦ୍ଦେଶକ ସିଦ୍ଧାର୍ଥ ଦାସ ପ୍ରତିଯୋଗିତାକୁ ଉଦ୍‌ଘାଟନ କରିଛନ୍ତି। ”ପିଲାମାନଙ୍କ କ୍ରୀଡା ପ୍ରତିଭାର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭନ୍ନ ପଦକ୍ଷପ ନିଆଯାଉଥିବା ବେଳ ନୂଆ ଓ କାର୍ଯ୍ୟକ୍ରମ ଅଧିକ ସହାୟକ ହେଉଛି। ଏହି କାର୍ଯ୍ୟକ୍ରମଦ୍ୱାରା ପିଲା ମାନଙ୍କ ଲୁକ୍କାୟିତ ପ୍ରତିଭାକୁ ପରିପ୍ରକାଶ କରା ଯାଇପାରୁଛି“ ବୋଲି ସିଦ୍ଧାର୍ଥ ପ୍ରକାଶ କରିଛନ୍ତି। ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲାପାଳ (ପ୍ରଶାସନ) ପ୍ରଦୀପ କୁମାର ସାହୁ ଯୋଗ ଦେଇଥିଲେ। ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ ଅଧ୍ୟକ୍ଷତା କରିଥିଲେ। ଜିଲା କ୍ରୀଡା ଅଧିକାରୀ ଚନ୍ଦନ କୁମାର ସାହୁ ସମସ୍ତଙ୍କୁ ସ୍ବାଗତ କରିବା ସହ ପ୍ରତିଯୋଗିତାର ଆୟୋଜନ ସମ୍ପର୍କରେ ସୂଚନା ଦେଇଥିଲେ। ରାଜ୍ୟ ଖୋଖୋ ସଂଘର ସମ୍ପାଦକ ପ୍ରଦ୍ୟୁମ୍ନ ମିଶ୍ର ଅନ୍ୟତମ ଅତିଥିଭାବେ ଯୋଗ ଦେଇଥିଲେ। ଶେଷରେ କ୍ରୀଡା ବିଭାଗର ବରିଷ୍ଠ ପରାମର୍ଶଦାତା ପ୍ରବୀର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।
ପ୍ରକାଶ ଯୋଗ୍ୟ ଯେ, ପୂର୍ବରୁ ନୂଆ ଓ କାର୍ଯ୍ୟକ୍ରମ ମାଧ୍ୟମରେ ରାଜ୍ୟର ୩୧୪ ବ୍ଲକରେ ଖୋଖୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଶ୍ରେଷ୍ଠ ଖେଳାଳିଙ୍କୁ ନେଇ ଜିଲାସ୍ତରୀୟ ପ୍ରତିଯୋଗିତା ହୋଇଥିଲା। ଏବେ ଜିଲା ସ୍ତରର ଶ୍ରେଷ୍ଠ ଦଳଗୁଡ଼ିକୁ ନେଇ ରାଜ୍ୟସ୍ତରୀୟ ପ୍ରତିଯୋଗିତା ଆରମ୍ଭ ହୋଇଛି। ଉକ୍ତ ପ୍ରତିଯୋଗିତାରେ ୩୦ଟି ଲେଖାଏ ମହିଳା ଓ ପୁରୁଷ ଦଳ ଅଂଶ ଗ୍ରହଣ କରିଛନ୍ତି। ପ୍ରତିଯୋଗିତା ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ପ୍ରତିଯୋଗିତାର ଉଭୟ ପୁରୁଷ ଓ ମହିଳା ବର୍ଗରେ ପ୍ରଥମ ସ୍ଥାନ ଅଧିକାର କରିବାକୁ ଥିବା ଦଳକୁ ୨ଲକ୍ଷ, ଦ୍ୱିତୀୟ ଦଳକୁ ୧ ଲକ୍ଷ, ତୃତୀୟ ଏବଂ ଚତୁର୍ଥ ଦଳ ଙ୍କୁ ୫୦ ହଜାର ଟଙ୍କା ଓ ଶ୍ରେଷ୍ଠ ଖେଳାଳିଙ୍କୁ ୧୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ ବୋଲି ଜିଲା କ୍ରୀଡା ଅଧିକାରୀ ସୂଚନା ଦେଇଛନ୍ତି। ପ୍ରତିଯୋଗିତାର ପ୍ରଥମ ଦିନ ପୁରୁଷ ବର୍ଗରେ କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ଗଞ୍ଜାମ, ଅନୁଗୋଳ, ଯାଜପୁର, ଗଜପତି, ଝାରସୁଗୁଡା, ବଲାଙ୍ଗୀର ଓ ଢେଙ୍କାନାଳ ଜିଲା ବିଜୟୀ ହୋଇଛି। ସେହିପରି ମହିଳା ବର୍ଗରେ ଅନୁଗୋଳ, ରାୟଗଡ଼ା, ଢେଙ୍କାନାଳ, ମାଲକାନଗିରି, ନୟାଗଡ଼, କନ୍ଧମାଳ, ସମ୍ବଲପୁର, ବରଗଡ଼, ବାଲେଶ୍ୱର ଓ ଗଞ୍ଜାମ ଜିଲା ବିଜୟୀ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନବ ଦାସ ହତ୍ୟା ମାମଲା: PSO ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ, କ’ଣ କହିଲେ କୋର୍ଟରେ…

ଝାରସୁଗୁଡ଼ା, ୨୧ା୨(ଆଶିଷ ରଞ୍ଜନ ଦାଶ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତାଙ୍କର ତତ୍କାଳୀନ ପିଏସ୍‌ଓ ମିତ୍ରଭାନୁ ଦେଓ ଶନିବାର ଝାରସୁଗୁଡ଼ା ଅତିରିକ୍ତ ଜିଲାଜଜ୍‌ କୋର୍ଟରେ…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍‌ ପାଇଛି। ସେଥିରେ ୨…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri