Posted inଖେଳ

ରାଜ୍ୟସ୍ତରୀୟ ପାରା ସନ୍ତରଣ ଉଦ୍‌ଯାପିତ

ଭୁବନେଶ୍ୱର, ୩୧।୧୦, (କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମର ବିଜୁ ପଟ୍ଟନାୟକ ସନ୍ତରଣାଗାରରେ ଅନୁଷ୍ଠିତ ୨ ଦିନିଆ ରାଜ୍ୟସ୍ତରୀୟ ପାରା ସୁଇମିଂ ଚାମ୍ପିୟନଶିପ୍‌ ରବିବାର ଉଦ୍‌ଯାପିତ ହୋଇଛି। ପାରା ସ୍ପୋଟର୍‌ସ ଆସୋସିଏଶନ ଅଫ୍‌ ଓଡ଼ିଶା, ରାଜ୍ୟ କ୍ରୀଡ଼ା ବିଭାଗ ଏବଂ ଓଡ଼ିଶା ରାଜ୍ୟ ସନ୍ତରଣ ସଂଘର ମିଳିତ ଆନୁକୂଲ୍ୟରେ ଏହି ପ୍ରତିଯୋଗିତା ଆୟୋଜନ ହୋଇଥିଲା।

ପ୍ରତିଯୋଗିତାରେ ପ୍ରଭାବୀ ପ୍ରଦର୍ଶନ କରି ବଲାଙ୍ଗୀରର ଦୀନେଶ୍‌ ମୋହନ ମାଝି ଏବଂ ଗଞ୍ଜାମର ପୂର୍ଣ୍ଣଚନ୍ଦ୍ର ସେଠୀ ପ୍ରଥମ ଦୁଇ ସ୍ଥାନ ଅଧିକାର କରିଛନ୍ତି। ଏସ୍‌-୧୦ ବର୍ଗରେ ପ୍ରତିଦ୍ୱନ୍ଦ୍ୱିତା କରିଥିବା ଦୀନେଶ ୫୦ ମିଟର ଫ୍ରିଷ୍ଟାଇଲ, ୨୦୦ ମିଟର ଫ୍ରିଷ୍ଟାଇଲ, ୫୦ ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ଓ ୧୦୦ ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ରେ ସ୍ବର୍ଣ୍ଣ ପଦକ ହାସଲ କରି ଓଭରଅଲ୍‌ ବିଜେତା ସାବ୍ୟସ୍ତ ହୋଇଛନ୍ତି। ସେହିପରି ଏସ୍‌-୧୦ ବର୍ଗରେ ପୂର୍ଣ୍ଣଚନ୍ଦ୍ର ୧୦୦ ମିଟର ଫ୍ରିଷ୍ଟାଇଲ, ୫୦ ମିଟର ବ୍ରେଷ୍ଟଷ୍ଟ୍ରୋକ୍‌ ଓ ୫୦ ମିଟର ବଟରଫ୍ଲାଏରେ ସ୍ବର୍ଣ୍ଣ ଏବଂ ୫୦ ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ରେ ବ୍ରୋଞ୍ଜ ପଦକ ହାସଲ କରି ଉପବିଜେତା ହୋଇଛନ୍ତି।

ପ୍ରଭାବୀ ପ୍ରଦର୍ଶନ କରିଥିବା ଖେଳାଳିଙ୍କୁ ଜାତୀୟସ୍ତରରେ ଖେଳିବା ପାଇଁ ସୁଯୋଗ ମିଳିବ। ଉଦ୍‌ଯାପନୀ ଉତ୍ସବରେ ରାଜ୍ୟ କ୍ରୀଡ଼ା ବିଭାଗର ଯୁଗ୍ମ ସଚିବ ବିଜୟାନନ୍ଦ ନାୟକ ମୁଖ୍ୟ ଅତିଥି ଏବଂ ପାରା ଅଲିମ୍ପିଆନ ମାର୍କଣ୍ଡ ରେଡ୍ଡୀ, ଅଭିନବ ବିନ୍ଦ୍ରା ସ୍ପୋଟର୍‌ସ ମେଡିସିନ ଆଣ୍ଡ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ (ଏବିଏସ୍‌ଏମ୍‌ଏଆର୍‌ଆଇ) ପ୍ରିନ୍ସିପାଲ ଚିନ୍ମୟ କୁମାର ପାତ୍ର ସମ୍ମାନ୍‌ନୀୟ ଅତିଥିଭାବେ ଯୋଗଦେଇ ପୁରସ୍କାର ବିତରଣ କରିଥିଲେ। ଏହି ଅବସରରେ ପାରା ସ୍ପୋଟର୍‌ସ ସଂଘ କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ

ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ…

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…

ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…

ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ

କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…

ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍‌ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ

ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍‌ କରିଥିବା ସିନାପାଲି…

ସନ୍ତାନ ପାଳନ ଓ ମାର୍ଗ ଦର୍ଶନ

ଈଶ୍ୱରଙ୍କ ସୃଷ୍ଟିରେ ମଣିଷ ସର୍ବଶ୍ରେଷ୍ଠ ଜୀବ ରୂପେ ପରିଗଣିତ ହୋଇଥାଏ। ଏହାର କାରଣ ହେଲା ଜୀବଜନ୍ତୁମାନେ ଭଲ, ମନ୍ଦ, ଭୁଲ୍‌, ଠିକ୍‌ ବିବେଚନା କରିବାରେ ଅସମର୍ଥ ହୋଇଥିବା…

ନିର୍ବାଚନ: ଆଞ୍ଚଳିକ ଦଳ ବନାମ ଏନ୍‌ଡିଏ

କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରୀ ସହ ୪ଟି ରାଜ୍ୟ ବିଧାନସଭା ପାଇଁ ଚଳିତ ମାସରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ସମସ୍ତ ରାଜ୍ୟରେ ରହିଛି ମୋଟ ୮୨୪ଟି…

ଶାସନରେ ଭୟ

ଭାରତରେ ଯେବେ ଏକ ପ୍ରକଳ୍ପ ଅଟକିଯାଏ, ଖର୍ଚ୍ଚ ବଢ଼ିଯାଏ ଆମେ ସ୍ବାଭାବିକ ଭାବରେ ସେଥିରେ ଦୁର୍ନୀତି କଥା ଉଠାଇଥାଉ। କିନ୍ତୁ ବେଳେ ବେଳେ ବ୍ୟବସ୍ଥାର ନିଷ୍କ୍ରିୟତା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri