ରାଜ୍ୟସ୍ତରୀୟ ଫୋଟ ପ୍ରଦର୍ଶନୀ: ବାଲିଗୁଡ଼ାର ବୁଲୁ ସମ୍ମାନିତ

ବାଲିଗୁଡା,୩।୫(ସଞ୍ଜୟ କୁମାର ପାଣିଗ୍ରାହୀ): ଫଟୋ ସ୍ମୃତିଚାରଣର ପ୍ରତିଚ୍ଛବି । ଭାବବେଗ, ସୃଜନଶୀଳତା ଏବଂ ନୂତନ କଳ୍ପନାର ପ୍ରତୀକ। ଏହି ବାର୍ତ୍ତାକୁ ବାଣ୍ଟିବା ଉଦ୍ଦେଶ୍ୟରେ ଭୁବନେଶ୍ୱରସ୍ଥିତ ଜୟଦେବ ଭବନଠାରେ ‘ବିଶ୍ୱ ପ୍ରେସ ଦିବସ’ ଅବସରରେ ଆୟୋଜିତ ଦୁଇଦିନିଆ ରାଜ୍ୟସ୍ତରୀୟ ଫଟୋ ପ୍ରଦର୍ଶନୀ- ୨୦୨୫ ଅନୁଷ୍ଠିତ ହୋଇଯାଇଛି।

ଭୁବନେଶ୍ୱର ସାମ୍ବାଦିକ ସଂଘ ପକ୍ଷରୁ ଆୟୋଜିତ ଫଟୋ ପ୍ରଦର୍ଶନୀକୁ ବରିଷ୍ଠ ଭାଜପା ନେତା ଜଗନ୍ନାଥ ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ ।

କାର୍ଯ୍ୟକ୍ରମର କଥାବସ୍ତୁ ରହିଥିଲା ପ୍ରେସ ଫର୍‌ ଦ ପ୍ଲାନେଟ। ପରିବେଶ ସଚେତନତା ଏବଂ ସ୍ଥାୟୀତାକୁ ପ୍ରୋତ୍ସାହିତ କରିବାରେ ଏକ ମୁକ୍ତ ପ୍ରେସର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଆକର୍ଷଣୀୟ ଫଟୋଚିତ୍ର ମାଧ୍ୟମରେ ପ୍ରଦର୍ଶନୀରେ ପ୍ରେସ ସ୍ବାଧୀନତା ଏବଂ ଧରାପୃଷ୍ଠର ସୁରକ୍ଷା ଉପରେ ବାର୍ତ୍ତା ଦିଆଯାଇଥିଲା।

ଏହି ଅବସରରେ କନ୍ଧମାଳ ଜିଲା ବାଲିଗୁଡାର ସୁରେନ୍ଦ୍ର କୁମାର ବେହେରା (ବୁଲୁ ) ଏଥିରେ ଅଂଶ ଗ୍ରହଣ କରି ୫ଟି ଫଟୋରୁ ୪ଟି ଫଟୋ ସ୍ଥାନ ପାଇ ଅତିଥିମାନଙ୍କଠାରୁ ମାନପତ୍ର ଏବଂ ଟ୍ରଫି ଗ୍ରହଣ କରିଛନ୍ତି । କନ୍ଧମାଳ ଜିଲାରୁ ସୁରେନ୍ଦ୍ର ଜଣେ ମାତ୍ର ସମ୍ମାନିତ ହୋଇଥିବାରୁ ସେ ଜିଲା ପାଇଁ ଗୌରବ ଆଣିଛନ୍ତି । ଏ ନେଇ ସବୁ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri