ରାଜ୍ୟସ୍ତରୀୟ ପ୍ରାଥମିକ ଆଚାର୍ଯ୍ୟ ପ୍ରଶିକ୍ଷଣ: ଛାତ୍ରୀଛାତ୍ରଙ୍କ ଶୃଙ୍ଖଳା ଓ ପ୍ରତିଭା ବିକାଶକୁ ଗୁରୁତ୍ୱ

ଦିଗପହଣ୍ଡି,୫।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ରାଜ୍ୟ ବିଦ୍ୟା ଭାରତୀ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ମଙ୍ଗଳବାରଠାରୁ ୧୦ ଦିନବ୍ୟାପୀ ରାଜ୍ୟ (ସମ୍ଭାଗ) ସ୍ତରୀୟ ପ୍ରାଥମିକ ଆଚାର୍ଯ୍ୟା ଆଚାର୍ଯ୍ୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ହୋଇଯାଇଛି । ପ୍ରଧାନାଚାର୍ଯ୍ୟ ଭଗବତୀ ପ୍ରସାଦ ମିଶ୍ର ଏବଂ ଷଷ୍ଠୀ ପ୍ରସାଦ ବିଷୋୟୀଙ୍କ ପ୍ରତ୍ୟକ୍ଷ ତତ୍ତାବଧାନରେ ଆୟୋଜିତ ଶିବିର ଉଦଘାଟନୀ ସଭାରେ ଶିକ୍ଷା ବିକାଶ ସମିତିର ସମ୍ପାଦକ ଡ. କିଶୋର ଚନ୍ଦ୍ର ମହାନ୍ତି ମୁଖ୍ୟଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଜାତୀୟ ଫାର୍ମାସି କାଉନସିଲ ମୁଖ୍ୟ ପଦ୍ମଚରଣ ବେହେରା, ବର୍ଗ ପ୍ରମୁଖ ଆଶିଷ କୁମାର ରଥ, ସମ୍ଭାଗ ସଂଯୋଜକ ପ୍ରକାଶ ଚନ୍ଦ୍ର ତ୍ରିପାଠୀ, ବିଦ୍ୟାମନ୍ଦିର ପରିଚାଳନା ସମିତି ସଭାପତି ରାମଚନ୍ଦ୍ର ବିଷୋୟୀ, ସମ୍ପାଦକ ପ୍ରହଲ୍ଲାଦ ଡାକୁଆ, ପୂର୍ବତନ ସଭାପତି ରାମଚନ୍ଦ୍ର ସାହୁ, ସଂକୁଳ ବିଭାଗୀୟ ଜିଲା ନିରୀକ୍ଷକ ସରୋଜ କୁମାର ପଟ୍ଟନାୟକ, ପଦ୍ମନାଭ ସାମଲ, ଅରୁଣ ବାଗ, କୈଳାସ ଚନ୍ଦ୍ର ମିଶ୍ରଙ୍କ ସମେତ ବହୁ ଗଣ୍ୟମାନ୍ୟ ବ୍ୟକ୍ତି ଉପସ୍ଥିତ ରହି ପ୍ରଶିକ୍ଷାର୍ଥୀଙ୍କ ପଞ୍ଚପଦୀ ଶିକ୍ଷଣ, ଛାତ୍ରୀଛାତ୍ରଙ୍କ ଶୃଙ୍ଖଳା ଏବଂ ସେମାନଙ୍କ ଲୁକ୍କାୟିତ ପ୍ରତିଭା, ବ୍ୟକ୍ତି ବିକାଶରେ ଆଚାର୍ଯ୍ୟା ଆଚାର୍ଯ୍ୟମାନଙ୍କ ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ। ଏହି ପ୍ରଶିକ୍ଷଣ ଶିବିରରେ ରାଜ୍ୟର ବିଭିନ୍ନ ପ୍ରାନ୍ତର ଅଧୀନ ୯ ଟି ସମ୍ଭାଗରୁ ସମୁଦାୟ ୧୪୦ ଜଣ ଆଚାର୍ଯ୍ୟା ଆଚାର୍ଯ୍ୟଙ୍କୁ ୨୦ ଜଣ ପ୍ରଶିକ୍ଷକ ଓ ଶିକ୍ଷା ବିକାଶ ସମିତିର ବରିଷ୍ଠ କାର୍ଯ୍ୟକର୍ତ୍ତା ବୃନ୍ଦ ତାଲିମ ପ୍ରଦାନ କରିବା କାର୍ଯ୍ୟକ୍ରମ ରହିଛି। ଦିଗପହଣ୍ଡି ସରସ୍ବତୀ ବିଦ୍ୟାମନ୍ଦିର ପରିଚାଳନା ସମିତିର କାର୍ଯ୍ୟକର୍ତ୍ତା ବୃନ୍ଦ ଏବଂ ବରିଷ୍ଠ ଆଚାର୍ଯ୍ୟା ଆଚାର୍ଯ୍ୟ ବୃନ୍ଦ ଉପସ୍ଥିତ ରହିସ୍‌ କାର୍ଯ୍ୟକ୍ରମ ପରିଚାଳ ପରିଚାଳନାରେ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ଶେଫାଳିଙ୍କ ଦମ୍‌ଦାର ଶତକ: ଫାଇନାଲରେ ଭାରତ

ନିଶିନ,୨୦ା୯: ଶେଫାଳି ବର୍ମାଙ୍କ ଶତକ ବଳରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ ଭାରତ ୧୧୪ ରନ୍‌ରେ ବାଂଲାଦେଶକୁ ହରାଇ ମହିଳା କ୍ରିକେଟ ଟି୨୦ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛି।…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?