ରାଜ୍ୟ ସ୍ତରୀୟ ସୁଟିଙ୍ଗ ପ୍ରତିଯୋଗିତା: କଳାହାଣ୍ଡିକୁ ମିଳିଲା ୯ ପଦକ

ଲାଞ୍ଜିଗଡ଼,୨୪।୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପ୍ରତିଯୋଗୀମାନେ ରାଜ୍ୟସ୍ତରୀୟ ୬୧ତମ ବାର୍ଷିକ ସୁଟିଙ୍ଗ ପ୍ରତିଯୋଗିତାରେ ଭାଗ ନେଇ ୪ଟି ସ୍ବର୍ଣ୍ଣ, ୨ଟି ରୌପ୍ୟ ଏବଂ ୩ଟି କାଂଶ୍ୟ ପଦକ ସହ ୯ଟି ପଦକ ହାସଲ କରିଛନ୍ତି I ଅନୁଗୋଳ ଜିଲା ତାଳଚେର ସ୍ଥିତ ରାଜା ହରିଶ୍ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସଠାରେ ଦୁଇଦିନ ଧରି ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।

ପ୍ରତିଯୋଗିତାରେ ଓଡ଼ିଶାରୁ ୨୬୫ଜଣ ପ୍ରତିଯୋଗୀ ଭାଗ ନେଇଥିଲେ। ପ୍ରତିଯୋଗିତାରେ ଲାଞ୍ଜିଗଡ଼ ବ୍ଲକରୁ ଭାଗ ନେଇଥିବା ଦେବେନ୍ଦ୍ର ପଧାନଙ୍କୁ ୧୦ ମିଟର ଏଆର୍‌ ରାଇଫଲରେ ସ୍ବର୍ଣ୍ଣ, ୫୦ ମିଟର ପଏଣ୍ଟ ୨-୨ ରାଇଫଳ ଷ୍ଟାଣ୍ଡିଙ୍ଗରେ ଗୋଟିଏ ସ୍ବର୍ଣ୍ଣ, ବ୍ୟକ୍ତିଗତ ଟ୍ରାପ ସୁଟିଙ୍ଗରେ ଗୋଟିଏ ରୌପ୍ୟ, ଗୋଷ୍ଠୀ ଟ୍ରାପ ସୁଟିଂରେ ଗୋଟିଏ ରୌପ୍ୟ, ୩ପି ପଏଣ୍ଟ ୨-୨ ରାଇଫଲ ସୁଟିଙ୍ଗରେ ଗୋଟିଏ କାଂଶ୍ୟ ଓ ପଏଣ୍ଟ ୨-୨ ରାଇଫଲ ପ୍ରନ ସୁଟିଙ୍ଗରେ ଗୋଟିଏ କାଂଶ୍ୟ, ହେମନ୍ତ ପଧାନଙ୍କୁ କନିଷ୍ଠ ୧୦ ମିଟର ଏଆର ରାଇଫଲ ସୁଟିଙ୍ଗରେ ସ୍ବର୍ଣ୍ଣ, କନିଷ୍ଠ ଟ୍ରାପ ସୁଟିଙ୍ଗରେ କାଂଶ୍ୟ ପଦକ ପାଇଥିବା ବେଳେ ପ୍ରଦୀପ କୁମାର ଘଡେଇଙ୍କୁ ବରିଷ୍ଠ ଟ୍ରାପ ସୁଟିଙ୍ଗ ମାଷ୍ଟରରେ ସ୍ବର୍ଣ୍ଣ ପଦକ ମିଳିଛି I

ପ୍ରତିଯୋଗୀମାନେ ରାଇଫଲ ସୁଟିଙ୍ଗ କୋଚ୍‌ ବିଜୟ କିଶୋର ପଟ୍ଟନାୟଙ୍କଠାରୁ ପ୍ରଶିକ୍ଷଣ ନେଉଛନ୍ତି। ଅନୁଷ୍ଠିତ ପ୍ରତିଯୋଗିତାରେ ମୁଖ୍ୟ ଅତିଥି ଭାବେ ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ ଉପସ୍ଥିତ ରହି ପ୍ରତଯୋଗୀତାରେ ଭାଗ ନେଇ ବିଜୟ ଲାଭ କରିଥିବା କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରିଥିଲେ I ୩ ପ୍ରତିଯୋଗୀ ୯ଟି ପଦକ ହାସଲ କରିଥିବା ବେଳେ କଳାହାଣ୍ଡି ଜିଲା ଓ ଲାଞ୍ଜିଗଡ ବ୍ଲକକୁ ଗୌରାନିତ୍ୱ କରିଛନ୍ତି। ଏନେଇ ଅଞ୍ଚଳରେ ଖୁସିର ଲହର ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?